18 ନଭେମ୍ବର 2019 ସୋମାବାର-ରାଶିଫଳ : – ଏହି ସବୁ ରାଶି ଉପରେ ମହାଦେବ ହେଲେ ପ୍ରସନ୍ନ

rasi-phala

ମେଷ : ଆଜି ଦିନରେ ପରିବାର ଲୋକମାନଙ୍କ ସହ ଖୁବ୍ ଝଗଡା ହେବାର ସମ୍ଭାବନା ଅଛି । ଏଥିପାଇଁ କଥାବାର୍ତ୍ତା ଆଗରୁ ଖୁବ୍ ସତର୍କ ରହନ୍ତୁ । ହୁଏତ କଥାବାର୍ତ୍ତା କଲାବେଳେ କୌଣସି କାରଣରୁ ଉତ୍ତେଜିତ ହେଇପାରନ୍ତି କିମ୍ବା କ୍ରୋଧାନ୍ନିତ ହେଇପାରନ୍ତି । ଆଜି ଦିନଟି ସନ୍ତୋଷଜନକ ଆଜିର କାର୍ଯ୍ୟାବଳୀ ମନରେ ଖୁସି ଭରି ଦେବ । ଅତୀତର ଧୈଯ୍ୟ ଏବଂ କଠିନ ପରିଶ୍ରମ ଫଳ ଉପଭୋଗ କରିବେ । କୌଣସି ଦ୍ୱିଧାବୋଧନ ନ କରି ସୁଫଳକୁ ବଂଧୁମାନଙ୍କ ସହିତ ମିଳି ଉପଭୋଗ କରନ୍ତୁ । ଆଜି ଆପଣ ଅତ୍ୟଧିକ ଭାବନାଶୀଳ ବନିବେ ଏବଂ ତା’ କାରଣରୁ ମାନସିକ ଅସୁସ୍ଥତାର ଅନୁଭବ କରିବେ। ମାତାଙ୍କ ସାଥିରେ ସମ୍ବନ୍ଧ ବିଗିଡ଼ିପାରେ ଅଥବା ମାତାଙ୍କର ସ୍ଵାସ୍ଥ୍ୟ ସମ୍ବନ୍ଧୀତ ଚିନ୍ତା ହେବ। ଯାତ୍ରା ପାଇଁ ବର୍ତ୍ତମାନ ସମୟ ଅନୁକୂଳ ନୁହେଁ ବିବାଦିତ ବିଷୟଗୁଡ଼ିକରୁ ଦୂରରେ ରୁହନ୍ତୁ।ପ୍ରତିକାର:- ଭୋକିଲା ଲୋକକୁ ନିରାଶ ନକରି ଅନ୍ନଦାନ କରନ୍ତୁ।

ବୃଷ : ବୃଥାରେ କୌଣସି କାଥାବାର୍ତ୍ତା କରନ୍ତୁ ନାହିଁ ବରଂ ସମ୍ପର୍କ ସଜବୁତ କରିବା ପାଇଁ ଚେଷ୍ଚା କରନ୍ତୁ । କୌଣସି ବ୍ୟକ୍ତି ସହ କଥାବାର୍ତ୍ତା ବେଳେସମାନ୍ୟ କଟୁ କଥା ନ କହିବା ପାଇଁ ଧ୍ୟାନ ଦିଅନ୍ତୁ । ଆଜି ପୂରା ଦିନ ଆପଣ ଖୁସି ମଜ୍ଜାରେ ମଜ୍ଜି ରହିବେ । ଆଜି ନିଜର ପରିବାର ଓ ବନ୍ଧୁମାନଙ୍କ ସହିତ କିଛି ସମୟ କାଟନ୍ତୁ । ଏଥିଯୋଗୁଁ ଆପଣ ନିଜେ ଖୁସି ହେବା ସହିତ ନିଜ ପରିବାରବର୍ଗଙ୍କୁ ମଧ୍ୟ ଖୁସି ମିଳିବ, ଏହି ଦିନ ଗୁଡ଼ିକରେ ଆପଣଙ୍କ ଜୀବନ ସାଥୀଙ୍କ ସହ ଆପଣଙ୍କ ସମ୍ପର୍କ ମଧୁର ଅଟେ । ଆଜିର ଦିନ ହାରାହାରି ଭଲ ରହିବ। କାର୍ଯ୍ୟରେ ସଫଳତା ମିଳିବ। ଭାଗ୍ୟ ସାଥି ଦେବ। ବିରୋଧିମାନଙ୍କର ପକ୍ଷ କମଜୋର ହେବ ଏବଂ ପ୍ରିୟ ବ୍ୟକ୍ତିମାନଙ୍କ ସହିତ ଆପଣଙ୍କ ସାକ୍ଷାତ ହେବ। ଭାଇ-ବନ୍ଧୁମାନଙ୍କର ବ୍ୟବହାର ଆଜି ଅଧିକ ସହଯୋଗପୂର୍ଣ୍ଣ ଏବଂ ପ୍ରେମପୂର୍ଣ୍ଣ ରହିବ।ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ।

ମିଥୁନ : ଆପଣ ଯେତେବେଳେ ନିଜର ସମ୍ପର୍କିୟ ଲୋକ ସହ ଆଳାପ ଆଲୋଚନା କରୁଛନ୍ତି ନିଜର ଭାଷା ପ୍ରତି ସଂଯତ କରନ୍ତୁ । କିଛି କହିବା ପୂର୍ବରୁ ବିଶେଷ ଧ୍ୟାନ ଦିଅନ୍ତୁ । କେବଳ ଆପଣଙ୍କର ସାବଧାନତା ହିଁ ଆପଣଙ୍କୁ ବିପଦରୁ ଦୂରେଇ ରଖିବେ । ବନ୍ଧୁମାନଙ୍କ ସହ ଆପଣଙ୍କର ଭ୍ରମଣ କରିବାର ଅଛି । ଏହା ଆପଣଙ୍କର ସହର ମଧ୍ୟରେ ଦୀର୍ଘରାସ୍ତା ଭ୍ରମଣ ହୋଇପାରେ । ଯାହା ହେଉ ପଛେ ଏହା ଏକ ସୁନ୍ଦର ସ୍ମରଣୀୟ ଭ୍ରମଣ ହିସାବରେ ଆପଣଙ୍କ ଜୀବନରେ ଛାପ ରହିବ । ପାରିବାରିକ ବାତାବରଣର କାରଣ ଆପଣ ଅସୁବିଧା ଅନୁଭବ କରିପାରନ୍ତି। ନିରର୍ଥକ ଧନ ଖର୍ଚ୍ଚ ହୋଇପାରେ। ବିଳମ୍ବରେ କାର୍ଯ୍ୟ ପୂର୍ଣ୍ଣ ହେବ। ପାରିବାରିକ ସଦସ୍ୟମାନଙ୍କ ସହିତ ଭୁଲ ବୁଝାବଣା ଟାଳିବାକୁ ପ୍ରୟାସ କରିବାକୁ ପଡ଼ିବ। ଦୂରରେ ରହୁଥିବା ମିତ୍ର ଏବଂ ସ୍ନେହୀଜନମାନଙ୍କଠାରୁ ଲାଭ ମିଳିପାରେ।ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

କର୍କଟ : ଆଜି ଆପଣଙ୍କ ପରିବାର ଲୋକମାନଙ୍କ ସହ ସାମାନ୍ୟ ଝଗଡା ହୋଇପାରେ ,ଯେଉଁଥିପାଇଁ ଆପଣଙ୍କ ମନର ଦୁଃଖ ଆସିବ ଆପଣ ହୁଏତ କିଛି ଭଲପାଇଁ ଉଦ୍ଦେଶ୍ୟ ଏ କାମ କରୁଛନ୍ତି । ଆଜି ଆପଣ ଏମିତି କାର୍ଯ୍ୟରେ ମନୋନିବେଶ କରିବେ ଯାହାକି ଆଧ୍ୟାତ୍ମିକ ସମ୍ପର୍କିତ । ଏହାଦ୍ୱାରା ଆପଣ ଖୁସି ଏବଂ ଆତ୍ମସନ୍ତୋଷ ଲାଭ କରିବେ । ଏହା ଦ୍ୱାରା ଆପଣ ସଠିକ ମାର୍ଗ ଦର୍ଶନ ପାଇପାରନ୍ତି ଏବଂ ଏହାର ପୁରାଲାଭ ଉଠାନ୍ତୁ । ଧାର୍ମିକ କାର୍ଯ୍ୟ ଏବଂ ପୂଜା-ପାଠରେ ରୁଚି ରହିବ। ଗୃହସ୍ଥଜୀବନରେ ଆନନ୍ଦ ଛାଇ ରହିବ। ମିତ୍ର ତଥା ବନ୍ଧୁମାନଙ୍କ ତରଫରୁ ଉପହାର ମିଳିପାରେ। ଶାରୀରିକ ଏବଂ ମାନସିକ ରୂପରେ ଆନନ୍ଦିତ ରହିବେ। ଚାକିରି ବ୍ୟବସାୟରେ ମଧ୍ୟ ଅନୁକୂଳ ପରିସ୍ଥିତି ରହିବ। ଦାମ୍ପତ୍ୟଜୀବନ ସୁଖଦ ରହିବ।ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ସିଂହ : ଆଜି ଆପଣଙ୍କର ପରିବାର ସଦସ୍ୟ ନୁହେଁ ନିଜର ସହକର୍ମିଙ୍କ ସହ କଥାବାର୍ତ୍ତା ଓ ବ୍ୟବହାରରେ ସାବଧାନ ରୁହନ୍ତୁ । କିନ୍ତୁ ଗୁରୁତ୍ତ୍ୱପୂର୍ଣ୍ଣ ବିଷୟ ହେଉଛି ଆପଣ ଆପଣଙ୍କର ପରିପକ୍ୱ ମନ ସାହାଯ୍ୟରେ ଅଶୋଭନୀୟ ପରିସ୍ଥିତିରୁ ନିଜକୁ ରକ୍ଷା କରିପାରିବେ । ଆପଣଙ୍କ ଭିତରେ ରଚ଼ନାତ୍ମକତା ବହୁପରିମାଣରେ ଅଛି, ଆଜିକା ଦିନଟି ଆପଣ ଏହାର ସମ୍ପୂର୍ଣ୍ଣ ବ୍ୟବହାର କରିପାରନ୍ତି । ଆପଣ ବହୁଦିନରୁ କିଛି କହିବାକୁ ଚ଼ାହୁଁଛନ୍ତି କିନ୍ତୁ କହିପାରୁନାହାନ୍ତି । ଆଜି କାହାର ଗ୍ୟାରେଣ୍ଟର ନ ହେବା ତଥା ଟଙ୍କା ଦେବା ନେବା ନକରିବା ପାଇଁ ଉପଦେଶ। ଖର୍ଚ୍ଚରେ ବୃଦ୍ଧି ହେବ। ସ୍ଵାସ୍ଥ୍ୟପ୍ରତି ଧ୍ୟାନ ରଖିବେ। କାହା ସହିତ ଭୁଲ ବୁଝାବଣା ନହେଉ ନହେଲେ ବିବାଦ ହୋଇପାରେ। କ୍ରୋଧ ଉପରେ ଅଙ୍କୁଶ ରଖିବେ।ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ।

କନ୍ୟା : ନିଜର ଉଚ୍ଚଅଧିକାରୀ ଏବଂ ସହକର୍ମୀମାନଙ୍କ ସହ କଳି ନ କରିବାକୁ ଚ଼େଷ୍ଟା କରନ୍ତୁ । ଆପଣ ନୀରବ ରହିବା ଭଲ । ଆପଣ ଆଜି ଖୁସି ହେବେ ଯେତେବେଳେ ଆପଣ ଦେଖିବେଯେ ଆପଣ ଶାନ୍ତ ରହିବା ଦ୍ୱାରା ସବୁ କଥା ସ୍ୱାଭାବିକ ହୋଇଯାଇଛି । ଆଜି ଆପଣଙ୍କ ଆତ୍ମତ୍ଜ୍ଞାନ ଆଧ୍ୟାତ୍ମିକ ଦିଗରେ ପୂର୍ବାପେକ୍ଷା ଅଧିକ ବୃଦ୍ଧି ପାଇଛି । ଆପଣ ଧାର୍ମିକ ଏବଂ ଆଧ୍ୟାତ୍ମିକ ବିଷୟରେ ବିଚାର କରିବେ । ଏହା ଦ୍ୱାରା ଆପଣ ନିଜ ଜୀବନ ବିଷୟରେ ଅଧିକ ଜ୍ଞାନ ଅର୍ଜନ କରିବେ । ଆଜି ଆପଣଙ୍କପାଇଁ ଲାଭଦାୟକ ଦିନ ଅଟେ। ଚାକିରି ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବ। ବୃଦ୍ଧ ବର୍ଗ ଏବଂ ମିତ୍ରମାନଙ୍କ ତରଫରୁ ଆପଣଙ୍କୁ ଲାଭ ହେବ। ନୂଆ ମିତ୍ର ବନିବେ, ଯେଉଁମାନଙ୍କ ମିତ୍ରତା ଭବିଷ୍ୟତରେ ଲାଭଦାୟକ ପ୍ରମାଣିତ ହେବ। ମାଙ୍ଗଳିକ ମୁହୂର୍ତ୍ତରେ ଯିବାକୁ ହୋଇପାରେ। ଆକସ୍ମିକ ଧନଲାଭ ହେବ।ପ୍ରତିକାର:- ମସୁର ଡାଲି ମନ୍ଦିରରେ ଦାନ କରନ୍ତୁ।

ତୁଳା : ଆଜି ଆପଣ ଘରେ ସାବଧାନ ରୁହନ୍ତୁ କାରଣ କଳିହେବାର ପ୍ରବଳ ସମ୍ଭାବନା ରହିଛି । ଆଯଥା କଳିରୁ ବଞ୍ଚନ୍ତୁ । ଗ୍ରହଚ଼ଳନ ଖରାପ ଥିବାରୁ ଘରେ ଅଶାନ୍ତି ରହିବ । ଆଜି ଆପଣଙ୍କ ପରିବାର ଲୋକମାନଙ୍କ ସହ ସାମାନ୍ୟ ଝଗଡା ହୋଇପାରେ ,ଯେଉଁଥିପାଇଁ ଆପଣଙ୍କ ମନର ଦୁଃଖ ଆସିବ ଆପଣ ହୁଏତ କିଛି ଭଲପାଇଁ ଉଦ୍ଦେଶ୍ୟ ଏ କାମ କରୁଛନ୍ତି । କୌଣସି କାର୍ଯ୍ୟ କିମ୍ବା ପ୍ରୋଜେକ୍ଟରେ ସରକାରଙ୍କ ତରଫରୁ ଲାଭ ମିଳିବ। ଅଫିସରେ ମହତ୍ତ୍ଵପୂର୍ଣ୍ଣ ବିଷୟ ସମ୍ବନ୍ଧରେ ଉଚ୍ଚ ପଦାଧିକାରୀମାନଙ୍କର ସହିତ ବିଚାର-ବିମର୍ଶ ହୋଇପାରେ। ଅଫିସ୍ ର କାର୍ଯ୍ୟରେ ଯାତ୍ରା କରିପାରନ୍ତି। କାର୍ଯ୍ୟଭାର ବଢ଼ିବ। ପାରିବାରିକ ମାମଲାରେ ଗଭୀର ରୁଚି ନେଇକରି ସଦସ୍ୟମାନଙ୍କ ସହିତ ବିଚାର-ବିମର୍ଶ କରିବେ।ପ୍ରତିକାର:- ବୃଦ୍ଧାଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ

ବିଚ୍ଛା : ଆପଣଙ୍କର ବନ୍ଧୁ ନିଜର ଥିବା ଦୁଃଖକୁ ଲାଘବ କରିବା ପାଇଁ ନିଜ ଗୁରୁଙ୍କ ଉପଦେଶ ନେବା ଉଚିତ୍ । ଆପଣ ନିଜ ତରଫରୁ ସବୁ କିଛି ଠିକ୍ କରିବାକୁ ଚେଷ୍ଟା କରୁଛନ୍ତି । ଆଜି ଆପଣ ଘରେ ଝଗଡ଼଼ା କରିପାରନ୍ତି, ନିଜ ରାଗକୁ ନିୟନ୍ତ୍ରଣରେ ରଖନ୍ତୁ । ଏହି ଝଗଡ଼ା ଘରର ସଫା ସୁତୁରା କିମ୍ବା କର୍ତ୍ତବ୍ୟକୁ ନେଇ ହୋଇପାରେ । କଳି ଠାରୁ ବଞ୍ଚନ୍ତୁ ଏବଂ ନିଜ ଘରର ଶାନ୍ତି ବଜାୟ ରଖନ୍ତୁ । ଆଜିର ଦିନ ମିଶ୍ରିତ ଫଳଦାୟୀ ରହିବ। ସ୍ଵାସ୍ଥ୍ୟରେ କିଛି ପରିବର୍ତ୍ତନନ ଆସିପାରେ। ଧନର ଅଧିକ ବ୍ୟୟ ହୋଇପାରେ। ସନ୍ତାନର ଭବିଷ୍ୟତର ଚିନ୍ତା ରହିବ। ଆପଣଙ୍କ କାର୍ଯ୍ୟରେ ସଫଳତା ଦୃଷ୍ଟିଗୋଚର ହେବାରରୁ ଆପଣଙ୍କ ମନ ପ୍ରସନ୍ନ ରହିବ। ବ୍ୟାପାରରେ ବାତାବରଣ ଅନୁକୂଳ ରହିବ।ପ୍ରତିକାର:- ଗୁଡ଼ ଆଉ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ଧନୁ : ଯଦି ଆପଣଙ୍କୁ ଆଜି ଅନୁଭବ ହୁଏ ଯେ ଆପଣଙ୍କର ପରିବାରର କାହା ସହିତ କୌଣସି ପ୍ରକାର ସମସ୍ୟା ଅଛି ତେଣୁ ଆପଣ ଏହାକୁ ଆଜି ନଷ୍ଟ କରିବାକୁ ଚ଼େଷ୍ଟା କରନ୍ତୁ । ଆଜି ଆପଣ ନିଜ ବୁଦ୍ଧିକୁ ନିଜେ ଆର୍କଷିତ କରିବେ । ଗୋଟିଏ ଭଲ ବିଷୟ ପ୍ରତି ଆପଣଙ୍କର ଅଧିକ ରୁଚ଼ି ବଢ଼ିବ । ଏହି ପ୍ରକାର ଅଲଗା ଅଲଗା ବିଷୟରେ ନିଜର ଜ୍ଞାନ ବଢ଼ାଇବା ଦ୍ୱାରା ଆପଣଙ୍କୁ ଲାଭ ହେବ| ଆଜିର ଦିନ ମନକୁ ଶାନ୍ତ ଏବଂ ପ୍ରଫୁଲ୍ଲିତ ରଖିବା ପାଇଁ ଈଶ୍ଵରଙ୍କର ନାମ ସ୍ମରଣ ଏକମାତ୍ର ଉପାୟଅଟେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ଅନୈତିକ କୃତ୍ୟ ଏବଂ ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ। ଆର୍ଥିକ ଅସୁବିଧା ହୋଇପାରେ। ଆମୋଦ-ପ୍ରମୋଦ ପଛରେ ଧନ ବ୍ୟୟ ହୋଇପାରେ।ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ମକର : ଆଜି ଆପଣଙ୍କ ସାଙ୍ଗକୁ ଆପଣଙ୍କର ସାହାଯ୍ୟ ଆବସ୍ୟକତା ଅଛି । ଆପଣ ତାଙ୍କୁ ସାହାଯ୍ୟ କରିବା ଉଚ଼ିତ୍ ହେବ । ଯାହା ହେଲେ ମଧ୍ୟ ଆପଣଙ୍କର ସମ୍ପର୍କ ଏମିତି ଅଛି । ବହୁତ ଭାବି ଚ଼ିନ୍ତି କାହାକୁ କୌଣସି ପରାମର୍ଶ ଦିଅନ୍ତୁ । ଆଜି ଆପଣ ନିଜ ଜୀବନ ବିଷୟରେ ଗମ୍ଭୀର ହୋଇଯିବେ । ଆପଣ ସବୁବେଳେ ନିଜକୁ ଅଡ଼ୁଆ ପରିସ୍ଥିତିରେ ଦେଖୁଛନ୍ତି, କିନ୍ତୁ ଆପଣ ଜାଣିପାରୁନାହାନ୍ତି ଆପଣ ଜୀବନରେ କଣ କରିବାକୁ ଚ଼ାହାନ୍ତି । କାହା ସହିତ ଧନ ସମ୍ବନ୍ଧିତ ବ୍ୟବହାର ନ କରିବା ତଥା କୌଣସି ବିବାଦରେ ନ ପଡ଼ିବା ପାଇଁ ଉପଦେଶ। ମନ ଏକାଗ୍ର କରିବାର ପ୍ରୟାସ କରନ୍ତୁ। ଆଜି ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ହେବ। ମଧ୍ୟାହ୍ନ ପରେ ଆପଣଙ୍କ ସ୍ଵାସ୍ଥ୍ୟରେ ସୁଧାର ହେବ। ମିତ୍ରମାନଙ୍କର ଉପହାର ଆଦି ମିଳିବ।ପ୍ରତିକାର:- ଅସହାୟଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ ।

କୁମ୍ଭ : ଆଜି ଆପଣ ସେମାନଙ୍କ ସହିତ ସମୟ କଟାନ୍ତୁ । ଯେଉଁମାନଙ୍କ ସହିତ ସମୟ କଟାଇବାପାଇଁ ବହୁତ ଦିନରୁ ଅପେକ୍ଷାରତ ,ନିଜ ବନ୍ଧୁମାନଙ୍କୁ ଦେଖାକରନ୍ତୁ କିମ୍ବା ନିଜ ପରିବାରର ଲୋକ ମାନଙ୍କ ସହିତ ସମୟ କଟାନ୍ତୁ । ଆପଣଙ୍କ ସଂପ୍ରେଷଣ କଳା ଏବଂ ଦୃଢ଼ ନିଶ୍ଚୟ ଯୋଗୁଁ ଆପଣ ବହୁ ସମସ୍ୟାକୁ ସମାଧାନ କରିବେ । ଯେତେବେଳେ ଆପଣ ସଫଳତା ପାଇବେ, ସେତେବେଳେ ଏଗୁଡ଼ିକର ଆପଣଙ୍କ ଜୀବନରେ କେତେ ମହତ୍ତ୍ୱ ବୁଝିପାରିବେ । ଆଜି ଆପଣଙ୍କୁ ମନୋରଞ୍ଜନର ଭରପୂର ସାଧନ ଉପଲବ୍ଧ ହେବ। ମିତ୍ରମାନଙ୍କ ଏବଂ ସ୍ନେହୀଜନମାନଙ୍କ ସହିତ ଆନନ୍ଦର ସମୟ ବିତାଇବେ। ପର୍ଯ୍ୟଟନର ମଧ୍ୟ ସମ୍ଭାବନା ଅଛି। ମଧ୍ୟାହ୍ନ ପରେ ଅଧିକ ବିଚାର କାରଣରୁ ମାନସିକ ରୂପରେ ଆପଣ ଅସୁବିଧା ଭୋଗି ପାରନ୍ତି। ବାଣୀ ଉପରେ ନିୟନ୍ତ୍ରଣ ରଖିବେ।ପ୍ରତିକାର:- ଗ୍ରାମ ଦେବତୀଙ୍କ ପାଖରେ ବୁନ୍ଦି ଭୋଗ କରି ପିଲାମାନଙ୍କୁ ବାଣ୍ଟି ଦିଅନ୍ତୁ।

ମୀନ :ଆପଣ ହଠାତ୍ ଏମିତି ଜଣେ ବ୍ୟକ୍ତି ସହ ଦେଖାହୋଇପାରନ୍ତି ଯିଏ ଆପଣଙ୍କୁ ବ୍ୟବସାୟିକ କିମ୍ବା ଆପଣଙ୍କର ଜୀବନ ସମ୍ବନ୍ଧୀୟ ଉପଦେଶ ଦେବେ । ନିଜର ଗୁରୁଜନମାନଙ୍କ ପାଖରୁ ଉପଦେଶ ନିଅନ୍ତୁ କାରଣ ସେମାନଙ୍କ ଅନୁଭବ ଆପଣଙ୍କୁ ବହୁତ ଲାଭବାନ କରାଇବ । ଆଜି ଦିନରେ ଆପଣ ଅତି ସାବଧାନରେ ସମସ୍ତ କଥା ଚିନ୍ତା କରିବେ । ଏଭଳି ଅବସ୍ଥାରେ ପହଞ୍ଚିବା ପାଇଁ କେତେ କଠିନ ପରିଶ୍ରମ କରିଛନ୍ତି ତାହା ଚିନ୍ତା କରି ଆନନ୍ଦିତ ହେବେ ଏବଂ ଭବିଷ୍ୟତ ଆପଣଙ୍କ କିପରି ହେବ ତାହା ମଧ୍ୟ ଚିନ୍ତା କରିବେ । ଆଜି ଧାର୍ମିକ ବିଚାର ସହିତ ଧାର୍ମିକ କାର୍ଯ୍ୟ ଉପରେ ମଧ୍ୟ ଖର୍ଚ୍ଚ ହେବ। ଅଧିକ ବାଦ-ବିବାଦରେ ପରିବାରର ବାତାବରଣ ଖରାପ ହୋଇପାରେ। ପରିଜନମାନଙ୍କ ତରଫରୁ ଆପଣଙ୍କୁ ଅସୁବିଧା ହୋଇପାରେ। ମଧ୍ୟାହ୍ନ ପରେ ଆପଣଙ୍କ ମନ ଚିନ୍ତାମୁକ୍ତ ହୋଇପାରେ। ଆଜି ଭାଗ୍ୟବୃଦ୍ଧି ଯୋଗ ଅଛି।ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Leave a Reply

Your email address will not be published. Required fields are marked *