24 ନଭେମ୍ବର 2019 ରବିବାର-ରାଶିଫଳ : ଏହି ସବୁ ରାଶି ଉପରେ ସୁର୍ଯ୍ୟ ଦେବଙ୍କର ଆଜି ରହିବ କୃପା ଦୃଷ୍ଟି

rasi-phala

ମେଷ– ଗୃହସମସ୍ୟା ସମାଧାନ ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। କର୍ମକ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟରେ ଆଶାତୀତ ଲାଭ କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ମହିଳାମାନେ ସକ୍ରିୟ ହେବେ। ଭାଇ ଓ ମିତ୍ରଙ୍କଠାରୁ ସହଯୋଗ ପାଇବେ। ବିରୋଧିମାନେ ଦୂରେଇଯିବେ। ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ଯାନ ବାହନ ସୁଖ ମିଳିବ। ମନୋରଂଜନ କାର୍ଯ୍ୟରେ ସମୟ କଟିବ। ସାମାଜିକ କାର୍ଯ୍ୟରେ ଭାଗ ନେବେ। ବିଦ୍ୟା, ଖେଳରେ ପ୍ରଶଂସିତ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ବୃଷ– ପାରିବାରିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ର ସୁଦୃଢ଼ ହେବ। ବ୍ୟବସାୟୀମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବେ। ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି,ପ୍ରଶାସନକ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବେ। ମହିଳାମାନଙ୍କର ଆଶା ପୂରଣ ହେବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ବିଦ୍ୟାରେ ଉନ୍ନତି ହେବ। ଭବିଷ୍ୟତ ଚିନ୍ତାକରି ପରିଶ୍ରମକଲେ ଚେଷ୍ଟା ସାର୍ଥକହେବ। ପ୍ରତିକାର:- ଠାକୁରାଣୀଙ୍କୁ ଭୋଗଲଗେଇ ବାଣ୍ଟିବେ।

ମିଥୁନ– ଆୟର ମାର୍ଗ ପ୍ରଶସ୍ତ ହେବ। ଦୂରଯାତ୍ରାରେ ସୁଖମିଳିବ ଏବଂ ଲାଭ ବାନ୍ ହେବେ। ପରିବାରରେ ଆନନ୍ଦ ଲହରୀ ଖେଳିଯିବ। ମିତ୍ର, ଭାଇ ଓ ବନ୍ଧୁମାନେ ସହଯୋଗ କରିବେ। ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ। ବାହାନ କ୍ରୟ ଓ ବିକ୍ରୟ କରିବେ। ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ମହିଳାମାନେ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ରାଜନୀତିରେ ବିରୋଧ, ଖେଳରେ ସତର୍କତା ଅବଲମ୍ବନ କରିବା ଉଚିତ୍। ବଜେଟ୍ ରେ ଗୋଳମାଳ ହେବ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

କର୍କଟ– କାର୍ଯ୍ୟ ସହଜ ସରଳରେ ସମାଧାନ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଖର୍ଚ୍ଚବଢ଼ିବାଯୋଗେପରିବାରରେ ଅସନ୍ତୋଷ ଦେଖାଦେବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ। କର୍ମରେ ଅସ୍ଥିରତା ଆସିବ। ସାମୟିକ ଚିନ୍ତା ଦୂରହେବ। ମହିଳାମାନେ ପିଲାଙ୍କସହ ଖୁସିରେ ରହିବେ। ନିଜଲୋକମାନେ ଦୂରେଇ ଯିବେ। ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, କୃଷିରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ସିଂହ– ନୂତନ ଗୃହସୁଖ ମିଳିବ। ମନୋରଞ୍ଜନ କରିବା ପାଇଁ ସମୟ ମିଳିବ। ଯାତ୍ରାରେ ସମୟ କଟିବ ଓ ଲାଭ ପାଇବେ। ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ। ସ୍ଥଗିତ ଥିବା ଧନପ୍ରାପ୍ତ ହେବ। ମହିଳାମାନେ ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ରାଜନୀତିରେ ଉନ୍ନତି, ବିଦ୍ୟାରେ ଉନ୍ନତି, ଖେଳରେ ଶାନ୍ତି ହେବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଆର୍ଥିକସ୍ଥିତି ପୂର୍ବପରି ରହିବ। ପ୍ରତିକାର:- ଅଶ୍ୱସ୍ଥବୃକ୍ଷ ମୂଳରେ ଗୁଡପଣା ଢାଳନ୍ତୁ ।

କନ୍ୟା– କୌଣସି ଆନୁଷ୍ଠାନିକ, ମାଙ୍ଗଳିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ। ଆର୍ଥିକସ୍ଥିତି ମନ୍ଦ ହେବନାହିଁ, ଯାହାଦ୍ୱାରା କି ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ। ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ। ବ୍ୟବସାୟୀମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ। ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ। ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ। ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ତୁଳା– ଦାମ୍ପତ୍ୟଜୀବନ ସୁଖମୟ ହେବ। କାର୍ଯ୍ୟରେ ଅସ୍ଥିରତା ବଢ଼ିବ। ପରିଶ୍ରମ ଦ୍ୱାରା ଲାଭ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ନିକଟକୁ ଯାତ୍ରା କରି ଲାଭବାନ୍ ହେବେ। ବିଦ୍ୟା ଓ ଖେଳରେ ଉନ୍ନତି ହେବ। ଯେତେ କଷ୍ଟ କଲେ ମଧ୍ୟ ଭଲ ଫଳ ପାଇବେ ନାହିଁ। ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ବାଧ୍ୟ ହେବେ। ମହିଳାମାନେ ମିତ୍ର ଓ ଭାଇମାନଙ୍କୁ ସାହାଯ୍ୟ କରି ଆର୍ଥିକ ସମସ୍ୟାରେ ଚିନ୍ତିତ ହେବେ। ବିରୋଧିମାନେ ହଇରାଣ କରିବେ। କାର୍ଯ୍ୟ ମଧ୍ୟମ ଧରଣର ହେବ। ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେନାହିଁ । ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା– ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ। ମହିଳାମାନଙ୍କର ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ମିଳିବ। ଗୃହର ସମସ୍ୟା ଦୂର ହୋଇଯିବ। ଅଟକିଥିବା ଧନଲାଭ ହେବ। ଦିନଚର୍ଯ୍ୟା ସୁଖଦାୟକ ହେବ। ବ୍ୟବସାୟରେ ସଫଳତା ମିଳିବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ରାଜନୀତି, କୃଷି, ବିଦ୍ୟା ଓ ଖେଳରେ ସଫଳ ହେବେ। ସଂପତ୍ତି କ୍ରୟ ଓ ବିକ୍ରୟ ଦ୍ୱାରା ଲାଭ ପାଇବେ। ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବ। ଶାରୀରିକ କଷ୍ଟ ଭୋଗିବେ। ସତର୍କ ନ ରହିଲେ ଶତୃମାନେ କ୍ଷତି କରିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ଧନୁ:-
ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ପଦୋନ୍ନତି ମଧ୍ୟ ପାଇପାରନ୍ତି। ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ବିବହୋତ୍ସବର ସଂକେତ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର:- ଦରିଦ୍ର ନାରାୟଣଙ୍କୁ ଖାଦ୍ୟ ଦିଅନ୍ତୁ।

ମକର:-
ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। ବ୍ୟବସାୟରେ ଲାଭ। ଶତୃ ପରାଜିତ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନମାନଙ୍କର ସହଯୋଗ ପାଇବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିବେ। ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର: ଗୋଟାମୁଗ ଧର୍ମାନୁଷ୍ଠାନରେ ଦାନ କରନ୍ତୁ।

କୁମ୍ଭ:-
ସ୍ୱାସ୍ଥ୍ୟ ଭଲ ରହିବ। ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ମହିଳାମାନେ ପରିଶ୍ରମର ସୁଫଳ ଭୋଗ କରିବେ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ପ୍ରତିକାର– ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

ମୀନ:-
କୌଣସି ବ୍ୟାଙ୍କରୁ ଋଣ ପାଇବା ଯୋଗ ଅଛି। ଅତ୍ୟଧିକ କାର୍ଯ୍ୟଚାପ ଯୋଗୁଁ ମନରେ ଅଶାନ୍ତି ଲାଗି ରହିବ। ଆର୍ଥିକ ଉନ୍ନତିରେ ବାଧା ଓ ଶାରିରୀକ ଅସୁସ୍ଥତା ଦେଖାଦେବ। ଶିକ୍ଷାର୍ଥୀମାନେ ସଂଘର୍ଷ କରିବାକୁ ବାଧ୍ୟ ହୋଇ ଉଚ୍ଚ ଶିକ୍ଷାସ୍ଵପ୍ନ ସାର୍ଥକ କରିବେ। ବ୍ୟବସାୟୀମାନେ ଅଶାନ୍ତିର ମୁହାଁମୂହିଁ ହୋଇ ଧନମାନ ଦିଗରୁ ସୁରକ୍ଷିତ ରହିବେ। ରାଜନୀତି କ୍ଷେତ୍ରରେ ବନ୍ଧୁମିଳନ ପାଇଁ ଦୂରଯାତ୍ରା କରିବେ। ପ୍ରତିକାର-କୌଣସି ଛୋଟ ଛୁଆକୁ ମିଠା ଖାଇବାକୁ ଦେବେ।

Leave a Reply

Your email address will not be published. Required fields are marked *