26 ନଭେମ୍ବର 2019 : ମଙ୍ଗଳବାର ରାଶିଫଳ – ଏହି ସବୁ ରାଶିଙ୍କ ଉପରେ ମା ମଙ୍ଗଳାଙ୍କର ଆଜି ପଡିବ କୃପା ଦୃଷ୍ଟି

rasi-phala

ମେଷ – ଆଜି ଆପଣ ପରିବାର ଲୋକଙ୍କ ସହିତ ସମୟ କଟାଇବେ ଏବଂ ବହୁତ ଖୁସି ହେବେ । କିଛି ଏମିତି କରନ୍ତୁ ଯାହା ସମସ୍ତଙ୍କୁ ଖୁସି କରିବ ଏବଂ ପରସ୍ପର ନିକଟତର ହୋଇ ପାରିବେ । ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତା ଦେବ । ଆଜି ସବୁ କିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ । ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି । ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭ ଉଠାନ୍ତୁ ।ଦିନର ପ୍ରାରମ୍ଭରେ ଆପଣଙ୍କ ପରିବାରରେ ଖୁସିର ମାହୌଲ ରହିବ ଏବଂ ବ୍ୟାପାରରେ ସମୟ ଠିକ ରହିବ। ମହିଳାବର୍ଗଙ୍କଠାରୁ ଲାଭ ହେବାର ଯୋଗ ଅଛି। ପ୍ରିୟ ପାତ୍ରଙ୍କ ସହ ଭେଟ ହେବ। ମାନସିକ ତଥା ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ | ଶାରୀରିକ ଫୁର୍ତିର ଅଭାବ ରହିବା କାରଣରୁ ଆଳସ୍ୟ ଅନୁଭବ ହେବ, ଯେଉଁଥିରେ କାର୍ଯ୍ୟ ଧିର ଗତିରେ ପୂର୍ଣ୍ଣ ହେବ। ପ୍ରତିକାର–ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।

ବୃଷ – ଆଜି କେହି ଜଣେ ଗୁରୁଜନ ଆପଣଙ୍କୁ ଉପଦେଶ ଦେବେ ଯାହାକି ଆପଣଙ୍କ ଜୀବନରେ ବହୁତ କାମ ଆସିବ । ଯଦିଓ ଆପଣ କାହାରି ଉପଦେଶ ଖୋଜୁ ନଥିଲେ ତଥାପି ଆପଣଙ୍କୁ ଲାଭ ଜନକ ଉପଦେଶ ମିଳିଯିବ ।  ଆଜି ଆପଣ କୌଣସି ଜଣେ ମହତ୍ତ୍ୱପୁର୍ଣ୍ଣ ବ୍ୟକ୍ତିଙ୍କ ସହ ସମ୍ପର୍କ ଯୋଡି ପାରନ୍ତି । ଧ୍ୟାନ ରଖନ୍ତୁ ଯେପରିକି ସେ ବ୍ୟକ୍ତିଙ୍କ ସାମ୍ନାରେ ଆପଣ ନିଜକୁ ଭଲଭାବେ ପ୍ରସ୍ତୁତ କରିପାରିବେ । ଆଜି ଆପଣ ପ୍ରତ୍ୟେକ କାର୍ଯ୍ୟକୁ ଆତ୍ମବିଶ୍ଵାସର ସହିତ ଠିକରେ ସଂପନ୍ନ କରି ପାରିବେ। ସରକାରୀ କାର୍ଯ୍ୟଗୁଡ଼ିକରେ ସଫଳତା ମିଳିବ। ପୈତୃକ ସଂପତ୍ତି ଲାଭ ହେବ। ତଥାପି ମଧ୍ୟ ବାହନ, ବାସଗୃହ ଆଦିର କାଗଜପତ୍ର ସମ୍ବନ୍ଧିତ କାର୍ଯ୍ୟରେ ସାବଧାନପୂର୍ବକ ଆଗକୁ ବଢ଼ିବେ.ପ୍ରତିକାର– ଅସହାୟକୁ ନିରାଶ କରିବେ ନାହିଁ

ମିଥୁନି – ଆଜି ଆପଣ କୌଣସି ଜଣେ ମହତ୍ତ୍ୱପୁର୍ଣ୍ଣ ବ୍ୟକ୍ତିଙ୍କ ସହ ସମ୍ପର୍କ ଯୋଡି ପାରନ୍ତି । ଧ୍ୟାନ ରଖନ୍ତୁ ଯେପରିକି ସେ ବ୍ୟକ୍ତିଙ୍କ ସାମ୍ନାରେ ଆପଣ ନିଜକୁ ଭଲଭାବେ ପ୍ରସ୍ତୁତ କରିପାରିବେ ।  ଆଜି ଆପଣଙ୍କୁ ନିଜ ସାଙ୍ଗମାନଙ୍କ ସୁସମ୍ମାନ ପାଇଁ ଖୁସିମିଳିବା ।କିନ୍ତୁ ସାବଧାନ ରହିବେ ,କାରଣ ଆପଣଙ୍କର ହିଁ କିଛି ସାଙ୍ଗ ଆପଣଙ୍କୁ ଇର୍ଷା କରିପାରନ୍ତି ।ଏଥିପାଇଁ ଆପଣଙ୍କୁ ଟିକେ ସାବଧାନ ରହିବାକୁ ହେବ । ଆନନ୍ଦ ଏବଂ ଉତ୍ସାହରେ ବୃଦ୍ଧି ହେବ। କୌଟୁମ୍ବିକ ତଥା ଆର୍ଥିକ ବିଷଗୁଡ଼ିକ ଉପରେ ଆପଣ ଅଧିକ ଧ୍ୟାନ ଦେବେ। ଆପଣ କୌଣସି ମଧ୍ୟ କାର୍ଯ୍ୟକୁ ଦୃଢ ମନୋବଳ ଏବଂ ଆତ୍ମବିଶ୍ଵାସର ସହିତ କରି ପାରିବେ। ପିତୃପକ୍ଷରୁ ଲାଭ ହେବାର ମଧ୍ୟ ସଂଭାବନା ଅଛି,ପ୍ରତିକାର:- ଷଣ୍ଢକୁ ଖାଦ୍ୟ ଦିଅନ୍ତୁ।

କର୍କଟ – ଆପଣଙ୍କୁ ଆପଣଙ୍କ ଦଳର ସମର୍ଥନ ମିଳିପାରିବ ,ଯଦି ଆପଣ ନିଜର ବିଚାରକୁ ସେମାନଙ୍କ ଆଗରେ ବ୍ୟକ୍ତ କରିବେ । ଆପଣ ନିଜେହିଁ ସବୁକାମ କରି ପାରିବେ କିନ୍ତୁ ନିଜ କାର୍ଯ୍ୟକୁ ଦଳ ମଧ୍ୟରେ ସମାନ ପରିମାଣରେ ଭାଗକରି ଦିଅନ୍ତୁ । ଆଜି ଆପଣ ନିଜର ବନ୍ଧୁମାନଙ୍କ କଥା ନଶୁଣି ,ନିଜର ହୃଦୟ କଥା ଶୁଣନ୍ତୁ ।ଆପଣଙ୍କ ଅନ୍ତରର ବାଣି ହିଁ ଆପଣଙ୍କୁ ନୂତନ ଦିଗଦର୍ଶନ ଦେବ ।ଆପଣ ନିଜେ ହିଁ ନିଜକୁ ଆଗେଇ ନେବାରେ ସାହାୟକ ହୋଇଛନ୍ତି ଏବଂ ଏବେ ଆପଣଙ୍କୁ ସଠିକ୍ ନିର୍ଣ୍ଣୟ ନେବା ଉଚ଼ିତ୍ ।ଶାରୀରିକ ଏବଂ ମାନସିକ ରୂପରେ ସ୍ଵସ୍ଥତା ଏବଂ ସତେଜ ରହିବେ। ଆର୍ଥିକ ଦୃଷ୍ଟିରୁ ଆପଣଙ୍କ ଦିନ ଲାଭଦାୟୀ ରହିବ। ବନ୍ଧୁ ତଥା ମିତ୍ରମାନଙ୍କ ସହିତ ସୁରୁଚିପୂର୍ଣ୍ଣ ଭୋଜନର ଆନନ୍ଦ ନେବେ। ଏକାଧିକ ପର୍ଯ୍ୟଟନର ମଧ୍ୟ ଆୟୋଜନ ହେବାର ସମ୍ଭାବନା |ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ।

ସିଂହ – କୌଣସି ନିକଟ ସମ୍ପର୍କିୟ ସାଂଗରେ ଆପଣଙ୍କର ଖରାପ ସମ୍ପର୍କ ହୋଇପାରେ । ଆପଣ ଏହି ସମ୍ପର୍କକୁ ଶିଘ୍ର ଠିକ କରିବାକୁ ଚାହିଁବେ । କିନ୍ତୁ ଆପଣଙ୍କ ଚାହିଁବା ମୁତାବେକେ ଏମିତି ହୋଇପାରୁ ନାହିଁ । ବୋଧହୁଏ ତାଙ୍କୁ ଅଧିକ ସମୟ ଲାଗିବ |କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ଆଜି ନିଜକୁ ମଧ୍ୟ ନିୟନ୍ତ୍ରଣ ରଖିବାକୁ ବହୁତ ଆବଶ୍ୟକ ଅଛି। ଖାଇବା ପିଇବାର ଧ୍ୟାନ ଯଦି ନ ରଖିବେ ତେବେ ସ୍ଵାସ୍ଥ୍ୟ ଖରାପ ହେବାର ପୂରା-ପୂରା ସମ୍ଭାବନା ଅଛି,ପ୍ରତିକାର:- ମସୁର ଡାଲି ମନ୍ଦିରରେ ଦାନ କରନ୍ତୁ।

କନ୍ୟା – ଆପଣ ହଠାତ୍ ଏମିତି ଜଣେ ବ୍ୟକ୍ତି ସହ ଦେଖାହୋଇପାରନ୍ତି ଯିଏ ଆପଣଙ୍କୁ ବ୍ୟବସାୟିକ କିମ୍ବା ଆପଣଙ୍କର ଜୀବନ ସମ୍ବନ୍ଧୀୟ ଉପଦେଶ ଦେବେ । ନିଜର ଗୁରୁଜନମାନଙ୍କ ପାଖରୁ ଉପଦେଶ ନିଅନ୍ତୁ କାରଣ ସେମାନଙ୍କ ଅନୁଭବ ଆପଣଙ୍କୁ ବହୁତ ଲାଭବାନ କରାଇବ । ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ବ୍ୟାପାରରେ ଭାଗିଦାରୀ ସହିତ ସମ୍ବନ୍ଧ ଖରାପ ନ ହେଉ, ଏହାର ଧ୍ୟାନ ରଖିବେ। ବାଣୀ ଏବଂ ବ୍ୟବହାରକୁ ଆଜି ସଂତୁଳିତ ରଖିବାର ଆବଶ୍ୟକତା ଅଛି,ପ୍ରତିକାର : ପିତା ମାତାଙ୍କ ପରାମର୍ଶ ଗ୍ରହଣ କରନ୍ତୁ ।

ତୁଳା – ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ । ଆଜି କାଲି ନିଜ ଲୋକଙ୍କ ସାଂଗରେ ଆପଣଙ୍କର ସମ୍ପର୍କ ଭଲ ନାହିଁ । ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆପଣ ଆଜି ରାଗି ମଧ୍ୟ ପାରନ୍ତି । ସନେ ରଖନ୍ତୁ କେବଳ ଥଣ୍ଡା ମିଜାସରେ ଆପଣଙ୍କ ପରିସ୍ଥିତିକୁ ସମ୍ଭାଳି ପାରିବେ ।ଆଜି ଆପଣ ନିଜର ପସନ୍ଦର ବିଷୟ ଉପରେ ଏବଂ ଅଧିକ ସୂଚନା ଏକାଠି କରିବାପାଇଁ ପ୍ରୟାସ କରିବେ। ଆପଣଙ୍କ କଳ୍ପନା ଏବଂ ସୃଜନଶକ୍ତିର ପ୍ରଗତିରେ ସନ୍ତୋଷ ଅନୁଭବ କରିବେ। ବ୍ୟର୍ଥ ବାଦ-ବିବାଦ କିମ୍ବା ଚର୍ଚ୍ଚାରେ ନ ପଡ଼ିବା ପାଇଁ ଉପଦେଶ,ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ।

ବିଛା – ଆଜି ଆପଣଙ୍କ କାହାସହ ନୂଆ ସମ୍ପର୍କର ସ୍ଥାପନା ହୋଇପାରେ । ଦେଖନ୍ତୁ ଏ ସମ୍ପର୍କ ଆପଣଙ୍କୁ କେଉଁଠି ନେଇଯାଇଛି । ଏହା ସହ ସେ ବ୍ୟକ୍ତିଙ୍କୁ କୃତଜ୍ଞତା ଜଣାନ୍ତୁ ଯେ ଆପଣଙ୍କୁ ମାର୍ଗ ଦେଖାଇଛନ୍ତି । ଆପଣ ଏବଂ ଆପଣଙ୍କର ସାଙ୍ଗ ମଧ୍ୟରେ ଥିବା ସମ୍ପର୍କରେ ଅଧିକ ଦୃଢତା ଆସିବ ।ଆପଣଙ୍କ ମଧ୍ୟରେ ଚିନ୍ତାଧାରାରେ ବହୁତ ସାମଞ୍ଜସ୍ୟ ଥିବାରୁ ଏକା ସାଂଗରେ ସମୟ କଟାଇବାକୁ ବହୁତ ଭଲ ଲାଗିବ । ଏହି ସମ୍ପର୍କକୁ ଏହି ଭଳି ବଜାଇ ରଖନ୍ତୁ ।ମାନସିକ ଏବଂ ଶାରୀରିକ ଆଳସ୍ୟ ହୋଇପାରେ। ପରିବାରରେ ବଡ଼ମାନଙ୍କ ସହିତ ମନମାଳିନ୍ୟ ନ ହେଉ, ଏହାର ଧ୍ୟାନ ରଖିବେ। ମାତାଙ୍କର ସ୍ଵାସ୍ଥ୍ୟ ଖରାପ ହୋଇପାରେ। ଆର୍ଥିକ କ୍ଷତିଗ୍ରସ୍ତ ଏବଂ ସାର୍ବଜନିକ ଜୀବନରେ ମାନହାନି ନ ହେଉ ଏହାର ଧ୍ୟାନ ରଖିବେ,ପ୍ରତିକାର : କଳା କୁକୁରର ସେବା କରନ୍ତୁ ।

ଧନୁ: ଆଜି ଆପଣ ନିଜକୁ ପରିସ୍ଥିତି ସହିତ ଖାପଖୁଆଇ ଚ଼ଳିବାକୁ ଚ଼େଷ୍ଟା କରନ୍ତୁ । ଅସୁବିଧାଟି ଆସୁଥିବ ଏବଂ ଯାଉଥିବ କିନ୍ତୁ ଆପଣ ଏହାଜାଣିସାରିଛନ୍ତି ସକାରାତ୍ମକ ଭାବନା ରଖିଲେ ଆମେ ଆମ ଅସୁବିଧା ଗୁଡ଼ିକୁ ଭଲ ଭାବରେ ସମ୍ଭାଳି ପାରିବା । ହଠାତ୍ ଆସିଥିବା ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବ । ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ । ସ୍ଵାସ୍ଥ୍ୟ ଦୃଷ୍ଟିରୁ ଆଜି ଆପଣ ଆନନ୍ଦିତ ରହିବେ। ମିତ୍ର ତଥା ସମ୍ବନ୍ଧିମାନଙ୍କ ସହିତ ବୁଲିବାକୁ ଯିବାକୁ ଯୋଜନା ବନାଇବେ ଏବଂ ଆନନ୍ଦପ୍ରଦ ଯାତ୍ରା ମଧ୍ୟ କରି ପାରିବେ। ସାମାଜିକ ରୂପରେ ସମ୍ମାନ ପ୍ରାପ୍ତି ହେବ। ଭାଗିଦାରୀଙ୍କ ସହିତ ଚର୍ଚ୍ଚା ସକାରାତ୍ମକ ହେବ। ମଧ୍ୟାହ୍ନ ପରେ ଆପଣ ମାନସିକ ରୂପରେ ଆଳସ୍ୟ ଅନୁଭବ କରିବେ। ପାରିବାରିକ ବାଦ-ବିବାଦରୁ ବଞ୍ଚିବା ପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ।ପ୍ରତିକାର– ମସୁରଡାଲି ଧର୍ମସ୍ଥାନରେ ଦେବେ।

ମକର : ଆଜି ସେହିଦିନ ଅଛି ଯେଉଁଦିନ ଆପଣଙ୍କର ଅଟକିଥିବା କାର୍ଯ୍ୟ ଗୁଡ଼ିକ ପୁରଣ କରାଯାଇପାରିବ । ଖାସ କରି ସେହି କାର୍ଯ୍ୟଗୁଡ଼ିକ ଯାହାକୁ ପୁରଣ କରିବା ପାଇଁ ଉଚ୍ଚ ଅଧିକାରୀ ମାନଙ୍କର ସ୍ୱୀକୃତୀ ଦରକାର ଥିଲା । କୌଣସି ଆଇନଗତ ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ । ସବୁ କିଛି ଠିକ୍ ହୋଇଯିବ କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି । ଧନର ଦେବା-ନେବା, ଅସୁଲି କିମ୍ବା ନିବେଶ କରବା ସମୟରେ ସାବଧାନ ରୁହନ୍ତୁ। କୋର୍ଟ-କଚେରୀର କଥାଗୁଡ଼ିକରେ ସମ୍ଭାଳିକରି ଚାଲିବେ। ବାଣୀ ଏବଂ କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ମଧ୍ୟାହ୍ନ ପରେ ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟରେ ସୁଧାର ହେବ। ବିଶେଷକରି ଧାର୍ମିକ ଏବଂ ଆଧ୍ୟାତ୍ମିକ ପ୍ରବୃତ୍ତିଗୁଡ଼ିକ ପ୍ରତି ଆପଣଙ୍କ ମନ ଲାଗି ରହିବ। ମିତ୍ରମାନଙ୍କ ତରଫରୁ ଉପହାର ପ୍ରାପ୍ତି ହେବ। ପାରିବାରିକ ବାତାବରଣରେ ଆନନ୍ଦ ରହିବ।ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ।

କୁମ୍ଭ : ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ । ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତା` ହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ । ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ  ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ । ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଆଜି ଭଲ ରହିବ। ପରିଜନମାନଙ୍କ ସହିତ ଯାତ୍ରାର ଆୟୋଜନ ହେବ। ଛୋଟ ଯାତ୍ରାର ଯୋଗ ଅଛି। ମିତ୍ରମାନଙ୍କ ଏବଂ ସ୍ଵଜନମାନଙ୍କ ସହିତ ଆନନ୍ଦ ପୂର୍ବକ ସମୟ କଟିବ। ମଧ୍ୟାହ୍ନ ପରେ ଆପଣ ଶାରୀରିକ ଏବଂ ମାନସିକ ରୂପରେ ବ୍ୟଗ୍ରତା ଅନୁଭବ କରିବେ। ସୌନ୍ଧର୍ଯ୍ୟ-ପ୍ରସାଧନ, ଘରର ସାଜସଜ୍ଜା ଏବଂ ମନୋରଞ୍ଜନର ସାଧନ କ୍ରୟ କରିବେ।ପ୍ରତିକାର: ଈଶ୍ୱର ପ୍ରାର୍ଥନା ଓ ଧ୍ୟାନ ଦ୍ୱାରା ଶାନ୍ତି ମିଳିବ ।

ମୀନ : ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିବେ । ଏହାର ମାନେ ହୋଇପାରେ କି ସେ ଆପଣଙ୍କୁ ଠିକ୍ ରାସ୍ତା ଦେଖାଇ ଆପଣଙ୍କର ଦରକାର ମୁତାବକ ସାହାଯ୍ୟ କରିବେ । ଘରେ ଲାଗିରହିଥିବା ଉଦାସ ଭାବ ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ । ଆଜ ଦିନ ଭଲ ଅଛି, ଆପଣ କାହା ସହିତ ଅଧିକ ବାଦ-ବିବାଦ କରନ୍ତୁ ନାହିଁ, ତାହାହିଁ ଆପଣଙ୍କ ପାଇଁ ହିତକର ହେବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଏବଂ ଉପାସନାର ପଛରେ ଧନ ଖର୍ଚ୍ଚ ହୋଇପାରେ। ପରିଜନମାନଙ୍କ ସହିତ ମନମାଳିନ୍ୟ ନହେଉ ସେଥିପାଇଁ ବାଣୀକୁ ନିୟନ୍ତ୍ରିତ ରଖିବେ। ମଧ୍ୟାହ୍ନ ପରେ ପ୍ରସନ୍ନତା ଅନୁଭବ କରିବେ। ଶାରୀରିକ ରୂପରେ ଆପଣ ସୁସ୍ଥ ରହିବେ। ଭାଗ୍ୟ ବୃଦ୍ଧିର ଯୋଗ ଅଛି। ପ୍ରିୟଜନମାନଙ୍କ ସହିତ ମେଳ-ମିଳାପ ମନକୁ ଆନନ୍ଦିତ କରିବ।ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Leave a Reply

Your email address will not be published. Required fields are marked *