27 ନଭେମ୍ବର 2019 – ବୁଧବାର ରାଶିଫଳ – ଏହି ସବୁ ରାଶିଙ୍କ ଉପରେ ଆଜି ନାରାୟଣ ଅଛନ୍ତି ପ୍ରସନ୍ନ

rasi-phala

ମେଷ : ଏହିସମୟରେ ଆପଣଙ୍କୁ କିଛି ବଦଳାଇବାକୁ ପଡ଼ିବ ଯାହା ପାଇଁ ଆପଣ କିଛି ଚ଼ିନ୍ତାରେ ରହିବେ, କିନ୍ତୁ ମନେରଖନ୍ତୁ ଏହି ପରିବର୍ତ୍ତନ ଆପଣଙ୍କ ପାଇଁ କିଛି ନୂଆ ସୁଯୋଗ ଆଣିଦେବ ଏବଂ ଆପଣଙ୍କର ଚ଼ିନ୍ତାଧାରାକୁ ବଢ଼ାଇବାରେ ସହାୟକ ହେବ । ବାଣୀର ମଧୁରତା ଆପଣଙ୍କୁ ନୂଆ ସମ୍ବନ୍ଧ ବନାଇବା ପାଇଁ ମଧ୍ୟ କାମରେ ଆସିବ। ଆର୍ଥିକ ଆୟୋଜନ ମଧ୍ୟ ଆଜି ଆପଣ ଭଲ ଭାବରେ କରି ପାରିବେ। ଆଜିର ସମ୍ପୂର୍ଣ୍ଣ ଦିନ ଆନନ୍ଦର ସହିତ ବିତିବ। ଚାକିରିରେ ସହଯୋଗ ମିଳିବ। ମଧ୍ୟାହ୍ନ ପରେ ରୋଗାକ୍ରାନ୍ତ ବ୍ୟକ୍ତିଙ୍କର ସ୍ଵାସ୍ଥ୍ୟରେ ସୁଧାର ହେବ ଏବଂ ଅଧୂରା କାର୍ଯ୍ୟ ପୂର୍ଣ୍ଣ ହେବ।।ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ।

ବୃଷ : ବିଦେଶ ସହ ସଂଯୋଗ କରୁଥିବା ଯେକୌଣସି କାର୍ଯ୍ୟରୁ ଆପଣଙ୍କୁ ସଫଳତା ମିଳିପାରେ । ଯଦି ଆପଣ କୌଣସି ବିଦେଶୀ ବନ୍ଧୁଙ୍କ ପାଖରୁ ଚାକିରିର ସାହାଯ୍ୟ ପାଇବା ପାଇଁ ଆଶା କରୁଥାନ୍ତି , ତେବେ ଆପଣ ସଫଳ ହେବେ କିମ୍ବା କୌଣସି ଆନ୍ତର୍ଜାତିକ ଚୁକ୍ତି ହୋଇପାରେ । ନୂଆ କାର୍ଯ୍ୟର ପ୍ରାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ଆଧ୍ୟାତ୍ମ ପ୍ରତି ଆକର୍ଷଣ ବଢ଼ିବ। କାର୍ଯ୍ୟାଳୟ କିମ୍ବା ବ୍ୟବସାୟରେ କାର୍ଯ୍ୟଭାର ଅଧିକ ରହିବ। ବିଦେଶ ଯିବାକୁ ଇଚ୍ଛୁକ ଲୋକମାନଙ୍କ ପାଇଁ ଯୋଗ ଭଲ। ମଧ୍ୟାହ୍ନ ପରେ ନୂଆ କାର୍ଯ୍ୟର ଆୟୋଜନ କରି ପାରିବେ। ରୋକିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବ୍ୟବସାୟରେ ବୃଦ୍ଧିର ସଂଭାବନା ଅଛି। ଗୃହସ୍ଥ ଜୀବନରେ ମଧୁରତା ରହିବ। ମାନ-ସମ୍ମାନ ମିଳିବ।ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ

ମିଥୁନ : ଆପଣତ ସେ କଳିକଜିଆର ଭାଗିଦାର ନୁହଁନ୍ତି କିନ୍ତୁ ସମାଧାନ କରିବା ପାଇଁ ଆପଣଙ୍କୁ ସାକ୍ଷୀ ରୂପରେ ଡ଼କା ଯାଇ ପାରେ, ଆପଣ କାହା ପକ୍ଷରେ ନ ଯାଇ ସତ୍ୟ ସାଙ୍ଗରେ ରହିବେ, ଏଥିରୁ ଆପଣଙ୍କ ସହକର୍ମୀ ଆପଣଙ୍କ ଠାରୁ ବହୁତ ପ୍ରଭାବିତ ହେବେ । ଖାଦ୍ୟ-ପେୟରେ ଆଜି ବିଶେଷ ଧ୍ୟାନ ରଖିବାର ଆବଶ୍ୟକତା ଅଛି। ଦିନ ସମୟରେ ନୂଆ କାର୍ଯ୍ୟର ପ୍ରାରମ୍ଭ କରିବା ପାଇଁ ସମୟ ଅନୁକୂଳ ନୁହେଁ। ଅଧିକ କାର୍ଯ୍ୟରେ ଶିଥିଲତା ଏବଂ ମାନସିକ ବ୍ୟଗ୍ରତାର ଅନୁଭବ କରିବେ। ଯାତ୍ରା ଲାଭଦାୟୀ ନୁହେଁ। ଧାର୍ମିକ କାର୍ଯ୍ୟ ହେବ। ବିଦେଶରେ ସ୍ଥିତ ସ୍ଵଜନମାନଙ୍କର ଭଲ ସମାଚାର ମିଳିବ। ବ୍ୟାପାରରେ ଆର୍ଥିକ ଲାଭ ହେବ। ନୂଆ ଆୟୋଜନ ପାଇଁ ଅନୁକୂଳ ପରିସ୍ଥିତି ହେବ।ପ୍ରତିକାର-ଗୁଡ଼ ଓ ଗହମ ଷଣ୍ଢକୁ ଖାଇବାକୁ ଦିଅନ୍ତୁ

କର୍କଟ : ଆଜି ଆପଣଙ୍କ ଅଟକିଥିବା ସରକାରୀ ସମୃଦ୍ଧି କାର୍ଯ୍ୟ ଗୁଡ଼ିକ ପୂରଣ ହୋଇଯିବ । ସେହି ସଂସ୍ଥା ଗୁଡ଼ିକରୁ ହିଁ ଆପଣଙ୍କର କାର୍ଯ୍ୟକୁ ପ୍ରାଥମିକତା ମିଳିବ ଯେଉଁଠି କି ଆପଣଙ୍କର କାର୍ଯ୍ୟଉପରେ ଏପର୍ଯ୍ୟନ୍ତ ଧ୍ୟାନ ଦିଆଯାଉନଥିଲା । ସ୍ଵାସ୍ଥ୍ୟ ନରମ ରହିପାରେ। ଛାତୀରେ ଯନ୍ତ୍ରଣା କିମ୍ବା ଅନ୍ୟ କୌଣସି ଅସୁବିଧା ଅନୁଭବ କରିପାରନ୍ତି। ପରିବାରରେ ସଦସ୍ୟମାନଙ୍କ ସହିତ ବାଦ-ବିବାଦ ନ ହେଉ, ଏହାର ଧ୍ୟାନ ରଖିବେ। ଅର୍ଥ ଖର୍ଚ୍ଚ ହେବ। ସମୟରେ ଭୋଜନ ନ ମିଳିବା ଉପରେ କ୍ରୋଧ ଆସିପାରେ।ପ୍ରତିକାର– ମସୁରଡାଲି ଧର୍ମସ୍ଥାନରେ ଦେବେ

ସିଂହ : ଏହି ସମୟରେ ନିଜର ଲୋକମାନଙ୍କ ସହିତ ମଜା କରନ୍ତୁ ,କିନ୍ତୁ ଏହାସହ ନିଜ କାର୍ଯ୍ୟକୁ ମଧ୍ୟ ଠିକ୍ ସମୟରେ ସାରିବା ପାଇଁ ଚ଼େଷ୍ଟା କରନ୍ତୁ । ଘର ଏବଂ ବାହାରର କାର୍ଯ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା ଆଜି ଆପଣଙ୍କର ମୂଳମନ୍ତ୍ର ହେବା ଉଚ଼ିତ୍ । ଭାଇ-ବନ୍ଧୁମାନଙ୍କ ସହିତ ସମ୍ବନ୍ଧ ସୌହାର୍ଦପୂର୍ଣ୍ଣ ରହିବ। ନିର୍ଦ୍ଧାରିତ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଛୋଟ ଯାତ୍ରା କରିପାରନ୍ତି। ଭାଗ୍ୟବୃଦ୍ଧି ପାଇଁ ସୁଯୋଗ ଆସିବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଉପରେ ବିଜୟ ପ୍ରାପ୍ତ କରି ପାରିବେ। ପ୍ରିୟ ବ୍ୟକ୍ତିଙ୍କର ନିକଟତା ଆପଣଙ୍କୁ ଖୁସି ଦେବ। ଆର୍ଥିକ ଲାଭ ହେବ।ପ୍ରତିକାର:- ଅସହାୟା ମାନଙ୍କୁ ସାହାଜ୍ୟ କରନ୍ତୁ।

କନ୍ୟା : ଘରେ ଲାଗିରହିଥିବା ଅଶାନ୍ତି ଯୋଗୁଁ ଆପଣ ଚ଼ିନ୍ତିତ ହୋଇପାରନ୍ତି । ଯଦିଓ ଘରର ଅଶାନ୍ତିର କାରଣ ଆପଣ ନୁହଁନ୍ତି ତଥାପି ମାନସିକ ଶାନ୍ତି ପାଇଁ ନିଜର ଭାବନାକୁ ନିୟନ୍ତ୍ରଣରେ ରଖନ୍ତୁ । ଆପଣଙ୍କ ଦିନ ମିଶ୍ର ଫଳଦାୟୀ ରହିବ। ପରିବାରଜନମାନଙ୍କ ସହିତ ବୈଠକର ଆପଣ ମହତ୍ଵପୂର୍ଣ୍ଣ ଚର୍ଚ୍ଚା-ବିଚାରଣା କରିବେ। ଘରର ସାଜ-ସଜ୍ଜାରେ ଆପଣଙ୍କୁ ପରିବର୍ତ୍ତନ କରିବାକୁ ଇଚ୍ଛା ହେବ। ଅଫିସ୍ କିମ୍ବା ବ୍ୟବସାୟ କ୍ଷେତ୍ରରେ ଅଧିକାରୀମାନଙ୍କ ସହିତ ମଧ୍ୟ ମହତ୍ଵପୂର୍ଣ୍ଣ ବିଷୟଗୁଡ଼ିକ ଉପରେ ଚର୍ଚ୍ଚା ହେବ। ସରକାରୀ ଲାଭ ମିଳିବାର ସମ୍ଭାବନା ଅଛି। ଅଫିସ୍ ସମ୍ବନ୍ଧିତ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। କାର୍ଯ୍ୟଭାର ବଢ଼ିପାରେ। ସ୍ଵାସ୍ଥ୍ୟ ମାମଲାରେ ଶାରୀରିକ ଆଳସ୍ୟ ସହିତ ଅଳ୍ପ ଅସୁସ୍ଥତା ଅନୁଭବ ହେବ। ମାତାଙ୍କଠାରୁ ଲାଭ ହେବାର ସମ୍ଭାବନା ଅଛି।ପ୍ରତିକାର– ମସୁରଡାଲି ଧର୍ମସ୍ଥାନରେ ଦେବେ।

ତୁଳା : ଆପଣଙ୍କ ପରିବାର ଲୋକଙ୍କ ସାଙ୍ଗରେ ଆପଣଙ୍କ ସମ୍ପର୍କ ବହୁତ ମଧୁର ଅଟେ । ନିଜର ସମ୍ପର୍କ ମଧୁର କରିବା ପାଇଁ ଆପଣ ବହୁତ ଚ଼େଷ୍ଟା କରିଛନ୍ତି, ଚ଼େଷ୍ଟା ଜାରି ରଖନ୍ତୁ । ସ୍ଵାସ୍ଥ୍ୟ ପ୍ରତି ସତର୍କ ରହିବାକୁ ଉପଦେଶ। ମାନସିକ ସୁସ୍ଥତା କମ ରହିବ। କୋର୍ଟ-କଚେରୀର ମାମଲାରେ ପଡ଼ନ୍ତୁନାହିଁ। ଅନୁଚିତ ସ୍ଥାନରେ ପୁଞ୍ଜି ନିବେଶ ନ ହେଉ ଏହାର ଧ୍ୟାନ ରଖିବେ। ପରିବାରର ସଦସ୍ୟ ବିରୋଧୀ ବ୍ୟବହାର କରିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ଧନ ଖର୍ଚ୍ଚର ଯୋଗ ଅଛି।ପ୍ରତିକାର– ଶଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା : ଆଜି ଆପଣ ଅନ୍ୟମାନଙ୍କ ଆଗରେ ନିଜର ପରିଚ଼ୟ ଭଲ କରିବାକୁ ଚ଼ାହିଁବେ ଆପଣ ଅନ୍ୟକୁ ବଦଳାଇବାକୁ ଚ଼ାହିଁବା ଅପେକ୍ଷା ନିଜେ ବଦଳିଯିବା ଠିକ୍ ହେବ ଏବଂ ଏହି ବଦଳିବାର ଭାବନା ଆପଣଙ୍କ ମନରୁ ହେବା ଜରୁରୀ ଅଟେ । ବୈଭବ ଜୀବନଶୈଳୀ ତଥା ମନୋରଞ୍ଜନ ପ୍ରବୃତ୍ତିଗୁଡ଼ିକରେ ଆଜି ଆପଣ ଆନନ୍ଦିତ ରହିବେ। ବ୍ୟବସାୟ କ୍ଷେତ୍ରରେ ଆପଣଙ୍କୁ ଲାଭ ହେବ। ସ୍ୱାସ୍ଥ୍ୟ ଭଲ ରହିବ। ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ଯାତ୍ରା କିମ୍ବା ପ୍ରବାସର ଆୟୋଜନ କରି ପାରିବେ।ପ୍ରତିକାର:- ଅସହାୟା ମାନଙ୍କୁ ସାହାଜ୍ୟ କରନ୍ତୁ।

ଧନୁ:-
ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ପ୍ରତିକାର : ଭିକାରୀଙ୍କୁ ଅନ୍ନ ଦାନ କରନ୍ତୁ।

ମକର:-
ସୁଖ ସମ୍ପଦ ପ୍ରାପ୍ତି ହେବ। ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ଗୁଡିକୁ ସୁଧାରି ନେବା ଉଚିତ୍। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବହୁମୂତ୍ର ରୋଗୀମାନେ ସାବଧାନ ରହିବା ଉଚିତ୍। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗିବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-
କର୍ମଜୀବିମାନେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ। ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ। ଆର୍ଥିକ ଦିଗରୁ ଉନ୍ନତି ହେବ। ସ୍ୱାସ୍ଥ୍ୟ ଠିକ୍ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର- ଅନ୍ଧ ଭିକାରୀଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-
ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ। ଶରୀର ସୁସ୍ଥ ରହିବ। ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ପ୍ରାପ୍ତି ହେବ। ଗାଡି ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ନୂତନ ସମ୍ପତ୍ତି କ୍ରୟ କରିବେ। ପ୍ରତିକାର : କେଶର, ହଳଦୀ ଘୋରି ମୁଣ୍ଡରେ ଲଗାନ୍ତୁ।

Leave a Reply

Your email address will not be published. Required fields are marked *