02 ଡିସେମ୍ବର 2019 : ସୋମବାର ରାଶିଫଳ – ଏହି 3 ଟି ରାଶି ପାଇଁ ଆଜିର ଦୀନଟି ବହୁତ ଶୁଭଙ୍କର

rasi-phala

ମେଷ

ଆଜି ଆପଣ ନିଜକୁ କୁସଙ୍ଗରେ ପାଇବେ, ଯଦ୍ୱାରା ଆପଣଙ୍କର ଭାବମୂର୍ତ୍ତି ନଷ୍ଟ ହୋଇପାରେ । ଏବେ ଆପଣ ସତର୍କହୋଇ ଚାଲନ୍ତୁ ,କାରଣ ମଣିଷ ତା.ର ସଂଗତିରୁ ହିଁ ଜଣାଯାଏ । କୁସଙ୍ଗ ଯୋଗରେ ଆପଣ କ୍ଷତି ସହି ପାରନ୍ତି । ଆଜି ଆପଣ ଅନ୍ୟମାନଙ୍କ ଆଗରେ ନିଜର ପରିଚ଼ୟ ଭଲ କରିବାକୁ ଚ଼ାହିଁବେ ଆପଣ ଅନ୍ୟକୁ ବଦଳାଇବାକୁ ଚ଼ାହିଁବା ଅପେକ୍ଷା ନିଜେ ବଦଳିଯିବା ଠିକ୍ ହେବ ଏବଂ ଏହି ବଦଳିବାର ଭାବନା ଆପଣଙ୍କ ମନରୁ ହେବା ଜରୁରୀ ଅଟେ । ଆଜିର ଦିନ ସବୁ କ୍ଷେତ୍ରରେ ଲାଭପ୍ରଦ ଅଟେ। ସାମାଜିକ କ୍ଷେତ୍ରରେ ଆପଣ ଅଧିକ ସକ୍ରିୟ ରହିବେ ଏବଂ ତା’ର ଫଳ ସ୍ଵରୁପ ମାନ ସମ୍ମାନ ପ୍ରତିଷ୍ଠାରେ ମଧ୍ୟ ବୃଦ୍ଧି ହେବ। ଶାରୀରିକ ସ୍ଵାସ୍ଥ୍ୟ ବିଗିଡ଼ିବାର ଆଶଂକା ଅଛି। ଏଥିପାଇଁ ଆବେଶପୂର୍ଣ୍ଣ ମନକୁ ନିୟନ୍ତ୍ରଣରେ ରଖିବେ। ଧନର ଅଧିକ ଖର୍ଚ୍ଚ ନ ହେଉ, ଏହାର ଧ୍ୟାନ ରଖିବେ,ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବୃଷ

ଆଜି ଆପଣଙ୍କୁ ଆପଣଙ୍କ ପରିବାରର ପୂରା ସହଯୋଗ ମିଳିବ । ଯଦି ଆପଣ କୌଣସି ଅସୁବିଧାରେ ପଡୁଛନ୍ତି , ତେବେ ଆପଣ ନିଜର ଲୋକମାନଙ୍କ ସାହାଯ୍ୟ ନିଅନ୍ତୁ । ଆପଣ ଯେକୌଣସି ପ୍ରକାର ସାହାଯ୍ୟ ଚାହୁଁଛନ୍ତି ଆପଣଙ୍କୁ ମିଳିପାରିବ । ସେଥିପାଇଁ ସାହାଯ୍ୟ ମାଗିବାକୁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ । ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତାର ସ୍ରୋତ ହେବ । ସେମାନେ ଆପଣଙ୍କର ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଟନ୍ତି ।ତେଣୁ ଆପଣ ସେମାନଙ୍କ କଥା ଶୁଣିବା ଉଚ଼ିତ୍ । ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ଆଜିର ଦିନ ଭଲ ଅଟେ। ପ୍ରିୟ ବ୍ୟକ୍ତିଙ୍କ ସହିତ ହୋଇଥିବା ଭେଟ ଆନନ୍ଦଦାୟୀ ରହିବ। ଭାଗ୍ୟବୃଦ୍ଧି ହେବ। ସାମାଜିକ ରୂପରେ ମାନ-ସମ୍ମାନ ପ୍ରାପ୍ତି ହେବ,ପ୍ରତିକାର:- ଅସହାୟଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ ।

ମିଥୁନି

ଆପଣ ଆଜି ଆଇନା ସାମନାରେ ବହୁ ସମୟ ବସିବେ କାରଣ ଏକ ସାମାଜିକ ସମାରୋହରେ ଆପଣ ବହୁତ ସୁନ୍ଦର ଦେଖାଯିବା ପାଇଁ ଚାହାଁନ୍ତି ।ଆଜି ଆପଣଙ୍କର ଆତ୍ମତ୍ଜ୍ଞାନ ଅଧିକ ପରିମାଣରେ ଆଧ୍ୟାତ୍ମିକ ଦିଗରେ ରହିବ । ଆପଣ ନିଜ ଜୀବନରେ ଧର୍ମର ମହତ୍ତ୍ୱକୁ ଜାଣିପାରିବେ । ଆଜି ଆପଣ ଆତ୍ମ ବିଶ୍ଳେଷଣ କରିବେ ଏବଂ ଏଥିପାଇଁ ଏହା ନିଶ୍ଚୟ ସଠିକ ସମୟ । ପ୍ରଣୟ-ପ୍ରସଙ୍ଗ ପାଇଁ ଆଜିର ଦିନ ଅନୁକୂଳ ଅଟେ। ତଥାପି ମଧ୍ୟ କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ପେଟ ସମ୍ବନ୍ଧିତ ରୋଗରେ ଶାରୀରିକ କଷ୍ଟ ହୋଇପାରେ। କିନ୍ତୁ ମଧ୍ୟାହ୍ନ ପରେ ପରିବାରରେ ଆନନ୍ଦ ଏବଂ ଉଲ୍ଲାସମୟ ବାତାବରଣ ରହିବ। ମାନସିକ ରୂପରେ ପ୍ରସନ୍ନ ଏବଂ ଫୁର୍ତ୍ତିର ଅନୁଭବ ହେବ। ବ୍ୟବସାୟରେ ଲାଭ ହେବାର ସମ୍ଭାବନା ଅଛି,ପ୍ରତିକାର:- ଅସହାୟଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ।

କର୍କଟ

ଆଜି ଆପଣଙ୍କ ମନ କୌଣସି ତୀର୍ଥ ଯାତ୍ରାରେ ଯିବାକୁ କହୁଛି । ଆଜି ଆପଣ ଦେବ କାର୍ଯ୍ୟରେ ମନ ନିବେଶ କରିବେ । ଆପଣ ନିଜ ଜୀବନରେ ଧର୍ମର ମହତ୍ତ୍ୱ ଚାହୁଁଛନ୍ତି । ଏହି ପଥରେ ଜୀବନ ଧାରା ନେଲେ ସୁଖ ଓ ଶାନ୍ତି ମିଳିବ । ପରିବାର ସଦସ୍ୟଙ୍କ ସହ ଭ୍ରମଣ କରିବା ପାଇଁ ଆଜି ଦିନଟି ଉପଯୁକ୍ତ । ଏହି ଭ୍ରମଣ ଆପଣଙ୍କ ମଧ୍ୟରେ ସମ୍ପର୍କ ମାଧୁର୍ଯ୍ୟଭରା କରିବ । ମନ ମଧ୍ୟରେ ବହୁଦିନ ଧରି ରହି ଆସୁଥିବା ଦୁଶ୍ଚିନ୍ତାକୁ ଦୁରକରିବାରେ ଏହି ଭ୍ରମଣ ସହାୟକ ହେବ ।ବାଣୀ ଏବଂ ବଚନ କାରଣରୁ ଭ୍ରାନ୍ତି ନ ହେଉ, ଏହାର ଧ୍ୟାନ ରଖିବେ। କ୍ରୋଧର ମାତ୍ରା ବଢ଼ି ଯିବାରୁ କୌଣସି ବ୍ୟକ୍ତିଙ୍କ ସହିତ ଉଗ୍ର ଚର୍ଚ୍ଚା କିମ୍ବା ବିବାଦ ନ ହେଉ ମନରେ ବ୍ୟଗ୍ରତା ରହିବ। ଏଥିପାଇଁ ଆଧ୍ୟାତ୍ମିକତାର ଆଶ୍ରୟ ନେଲେ ମନ ଶାନ୍ତ ହେବ,ପ୍ରତିକାର:- ଗ୍ରାମ ଦେବତୀଙ୍କ ପାଖରେ ବୁନ୍ଦି ଭୋଗ କରି ପିଲାମାନଙ୍କୁ ବାଣ୍ଟି ଦିଅନ୍ତୁ।

ସିଂହ

ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ । ଆଜି ଦିନରେ ଆପଣ ବିଦେଶରୁ କୌଣସି ଖୁସିଖବର ପାଇ ପାରନ୍ତି । ଏହି ଖବର ବିଦେଶରେ ରହୁଥିବା କୌଣସି ବନ୍ଧୁପରିଜନ ଆପଣଙ୍କୁ ଦେବେ । ଆପଣ ତାଙ୍କର ଫୋନ କିମ୍ବା ଇମେଲର ଅପେକ୍ଷା କରନ୍ତୁ । କାରଣ ଏହି ସୁସମ୍ବାଦ ଆପଣଙ୍କ ପାଇଁ ଖୁବ୍ ଗୁରୁତ୍ତ୍ୱପୂର୍ଣ୍ଣ । ଆଜି ଆମୋଦ-ପ୍ରମୋଦରେ ନିଜକୁ ଆପଣ ଭୁଲି ଯିବାର ଦିନ ଅଟେ। ମନୋରଞ୍ଜନ ପ୍ରବୃତ୍ତିରେ ଆପଣ ମଜ୍ଜି ରହିବେ। ମିତ୍ରମାନଙ୍କ ସହିତ ଯାତ୍ରାର ଆୟୋଜନ ହେବ। ଭଲ ଖାଇବା ପିଇବା ଏବଂ ଭଲ ବସ୍ତ୍ର ଉପଲବ୍ଧ ହେବ, ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

କନ୍ୟା

ଆପଣଙ୍କ ଯୋଜନାନୁଯାୟୀ ଇଛା କରୁଥିବା ସ୍ଥାନ ଭ୍ରମଣ କରିବାକୁ ଯିବେ । ଏ ଯାତ୍ରା ବହୁତ ଉପଭୋଗ୍ୟ ହେବ । ଭିନ୍ନ ଭିନ୍ନ କ୍ଷେତ୍ରରେ ସଫଳତା ପାଇବା ପାଇଁ ଏବଂ ଶିଘ୍ର ଫଳ ପାଇଁ ଏହି ଶୁଭ ସମୟ ଉପଯୋଗ କରନ୍ତୁ ।ଯଦି ଆପଣଙ୍କୁ କୌଣସି ସାହାଯ୍ୟର ଆବଶ୍ୟକତା ଥାଏ ତାହେଲେ ନିଜ ଲୋକଙ୍କ ଠାରୁ ସାହାଯ୍ୟ ମାଗିବାରେ ଆପଣ ପଛଘୁଞ୍ଚା କରନ୍ତୁ ନାହିଁ । ଯେତେ ସହଜରେ ଆପଣ ସାହାଯ୍ୟ କରନ୍ତି ସେତିକି ସେମାନେ ମଧ୍ୟ ଆପଣଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିବେ ।ଶରୀରରେ ଆଳସ୍ୟ, ଏବଂ ଅଣନିଶ୍ୱାସୀ ହୋଇପାରେ। ସ୍ଵାସ୍ଥ୍ୟ ନରମ-ଗରମ ରହିବ। କୌଣସି ବିଷୟରେ ଚିନ୍ତା କରନ୍ତୁ ନାହିଁ, ଆପଣଙ୍କ ପରିଶ୍ରମରେ ଶେଷରେ ସବୁ ଠିକ ହୋଇଯିବ। ସନ୍ତାନମାନଙ୍କ ବିଷୟରେ ଟିକେ ଚିନ୍ତା ହୋଇପାରେ।ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ତୁଳା

ପରିବାର ସଦସ୍ୟଙ୍କ ସହ ଭ୍ରମଣ କରିବା ପାଇଁ ଆଜି ଦିନଟି ଉପଯୁକ୍ତ । ଏହି ଭ୍ରମଣ ଆପଣଙ୍କ ମଧ୍ୟରେ ସମ୍ପର୍କ ମାଧୁର୍ଯ୍ୟଭରା କରିବ । ମନ ମଧ୍ୟରେ ବହୁଦିନ ଧରି ରହି ଆସୁଥିବା ଦୁଶ୍ଚିନ୍ତାକୁ ଦୁରକରିବାରେ ଏହି ଭ୍ରମଣ ସହାୟକ ହେବ । ଆଜି ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ ।ନୂଆ ଯୋଜନାକୁ ଅମଳରେ ଆଣିବା ପାଇଁ ଶୁଭ ଦିନ ଅଟେ। ଚାକିରିପେଶା ଲୋକଙ୍କୁ ଉଚ୍ଚ ପଦାଧିକାରିମାନଙ୍କ ତଥା ସରକାରଙ୍କ ତରଫରୁ ପରିଶ୍ରମର ଭଲ ଫଳ ମିଳିବ। ଭାଇ-ଭଉଣୀମାନଙ୍କ ତଥା ମିତ୍ରମାନଙ୍କ ସହିତ ଆନନ୍ଦପୂର୍ବକ ସମୟ କଟିବ। ଭାଗ୍ୟବୃଦ୍ଧି ହେବ ,ପ୍ରତିକାର : ଆମିଷ ଓ ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ ।ପ୍ରତିକାର : ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ।

ବିଛା

ଆଜି ଆପଣଙ୍କ ମନ କୌଣସି ସାମାଜିକ କାର୍ଯ୍ୟରେ ସହଯୋଗ ପାଇଁ ହେବ । ନିଜର ମନର କଥା ଶୁଣନ୍ତୁ ଏବଂ କୌଣସି ସମାଜିକ କାର୍ଯ୍ୟରେ ସହଯୋଗ କରନ୍ତୁ । ଏହି ଭଲ କାମ ପାଇଁ ଆପଣ ସାହାଯ୍ୟ କରୁଛନ୍ତି ସେମାନଙ୍କୁ ଏବଂ ଆପଣଙ୍କୁ ବହୁତ ଖୁସି ଲାଗିବ । ଯଦି ଆପଣ କୌଣସି ଅସୁବିଧାରେ ପଡୁଛନ୍ତି , ତେବେ ଆପଣ ନିଜର ଲୋକମାନଙ୍କ ସାହାଯ୍ୟ ନିଅନ୍ତୁ । ଆପଣ ଯେକୌଣସି ପ୍ରକାର ସାହାଯ୍ୟ ଚାହୁଁଛନ୍ତି ଆପଣଙ୍କୁ ମିଳିପାରିବ । ସେଥିପାଇଁ ସାହାଯ୍ୟ ମାଗିବାକୁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ ।ଆଜି ଆପଣଙ୍କ ଅହଂକାରର କାରଣରୁ ଝଗଡ଼ା ହେବାର ଆଶଂକା ଅଛି। ଶାରୀରିକ ଏବଂ ମାନସିକ ଚିନ୍ତା ସହିତ ଆଜିର ଦିନ କଟିବ। ସ୍ଵଭାବରେ ଉତ୍ତେଜନାଯୋଗୁଁ କାମ ବିଗିଡ଼ିବାର ଆଶଂକା ଅଛି,ପ୍ରତିକାର – ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ଧନୁ

ଆଜି ଆପଣଙ୍କ ସାଙ୍ଗକୁ ଆପଣଙ୍କର ସାହାଯ୍ୟ ଆବସ୍ୟକତା ଅଛି । ଆପଣ ତାଙ୍କୁ ସାହାଯ୍ୟ କରିବା ଉଚ଼ିତ୍ ହେବ । ଯାହା ହେଲେ ମଧ୍ୟ ଆପଣଙ୍କର ସମ୍ପର୍କ ଏମିତି ଅଛି । ବହୁତ ଭାବି ଚ଼ିନ୍ତି କାହାକୁ କୌଣସି ପରାମର୍ଶ ଦିଅନ୍ତୁ ।ଆଜିକା ଦିନଟିକୁ ବ୍ୟବହାର କରି ଆପଣ ନିଜର ରଚ଼ନାତ୍ମକତାକୁ ଅଭିବ୍ୟକ୍ତ କରି ପାରନ୍ତି । ଆଜି ଆପଣ ନିଜକୁ ଠିକ ଭାବରେ ପରଖିବାକୁ ଚେଷ୍ଟା କରିବେ । ଆପଣ ନିଜର ମର୍ଯ୍ୟାଦାରେ ଧ୍ୟାନ ଦିଅନ୍ତୁ ।ଏହି ମାର୍ଗରେ ଚାଲନ୍ତୁ, କାରଣ ଏଥିରେ ଆପଣଙ୍କୁ ବହୁତ ଖୁସି ମିଳିବ । ଆପଣ କୌଣସି ପବିତ୍ର ସ୍ଥାନକୁ ଯାଇପାରନ୍ତି ।ଗୃହସ୍ଥ ଜୀବନରେ ଆନନ୍ଦ ଏବଂ ସନ୍ତୋଷର ଅନୁଭବ ହେବ। ସ୍ଵାସ୍ଥ୍ୟ ଭଲ ରହିବ। ସମାଜରେ ମାନ-ସମ୍ମାନ ମିଳିବ। ଉଚ୍ଚ ପଦାଧିକାରି ଏବଂ ବରିଷ୍ଠ ନାଗରୀକମାନଙ୍କ କୃପା ଆପଣ ଉପରେ ରହିବ,ପ୍ରତିକାର-ଅସହାୟଙ୍କୁ ନିରାଶ କରିବେ ନାହିଁ।

ମକର

ଆଜି ଆପଣଙ୍କର କୌଣସି ପରିବାରବର୍ଗ ସଦସ୍ୟ କିମ୍ବା ପୋଡଶୀଙ୍କ ସହ ଝଗଡାରୁ ନିଜକୁ ରକ୍ଷା କରନ୍ତୁ । କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ ।ଆଜି ଆପଣଙ୍କ ଜୀବନରେ ଏକ ନୂଆ ମୋଡ଼ ଆସିପାରେ ଆଜି ଆପଣ କୌଣସି ଆତ୍ମିୟ କିମ୍ବା ଅଜଣା ବ୍ୟକ୍ତିଙ୍କ ପାଖରୁ କିଛି ଶିକ୍ଷା ଲାଭ କରି ପାରନ୍ତି ଯାହା ଆପଣଙ୍କ ପାଇଁ ଜରୁରୀ ଥିଲା । ତାଙ୍କ ଉପଦେଶ ଉପରେ ଧ୍ୟାନ ଦିଅନ୍ତୁ ।ପ୍ରଣୟ, ରୋମାନ୍ସ, ଯାତ୍ରା, ପର୍ଯ୍ୟଟନ ଏବଂ ମନୋରଞ୍ଜନରେ ଆପଣଙ୍କ ଆଜିର ଦିନ କଟିବ। ମିତ୍ରମାନଙ୍କ ସହିତ ଭୋଜନ କରିବାର ଅବସର ଆସିବ। ବସ୍ତ୍ରାଭୂଷଣ ଏବଂ ବାହନ ପ୍ରାପ୍ତିର ଯୋଗ ଅଛି। ଭାଗିଦାରୀଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ,ପ୍ରତିକାର : କଳା କୁକୁରର ସେବା କରନ୍ତୁ

କୁମ୍ଭ

ବହୁଦିନ ଧରି ଥିବା ସମସ୍ୟାର ସମାଧାନ ପାଇଁ ଆପଣ ଖୁସି ରହିବେ । ଆପଣ ଅନ୍ୟମାନଙ୍କ ସହିତ ମତାନ୍ତର ଥିବାର ଏ ସମସ୍ୟାର ସମାଧାନ ଦେଇପାରି ନଥିଲେ । ଯାହା ହେଉନା କାହିଁକି ବର୍ତ୍ତମାନ ଖୁସି ବଢାଇବାର ସମୟ ।  ଗୋଟେ ପରେ ଗୋଟେ ସମସ୍ୟାର କାରଣରୁ ଆପଣଙ୍କର ମାନସିକ ଶାନ୍ତି ଭଙ୍ଗ ହୋଇପାରେ । ଏହାର ଉପାୟ ଏହି କି ଆପଣ ଗୋଟେ ଗୋଟେ କରି ସମସ୍ୟା ଗୁଡ଼ିକୁ ସମାଧାନ କରନ୍ତୁ ।ସ୍ଵଭାବରେ ଉଗ୍ରତା ଉପରେ ନିୟନ୍ତ୍ରଣ ରଖିବାକୁ ଉପଦେଶ। ଶାରୀରିକ ତଥା ମାନସିକ ଅସୁସ୍ଥତା ଅନୁଭବ କରିପାରନ୍ତି। କମ ସଫଳତା ମିଳିବାରୁ ନିରାଶା ହୋଇପାରନ୍ତି। ସନ୍ତାନମାନଙ୍କ ବିଷୟରେ ଚିନ୍ତା ହୋଇପାରେ। ସରକାରୀ କାର୍ଯ୍ୟଗୁଡ଼ିକରେ ସଫଳତା ମିଳିବ। ଆଧ୍ୟାତ୍ମିକ ସିଦ୍ଧି ପ୍ରାପ୍ତ କରିବା ପାଇଁ ବହୁତ ଭଲ ଯୋଗ ଅଛି। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ବାଦ-ବିବାଦରେ ପଡ଼ନ୍ତୁ ନାହିଁ,ପ୍ରତିକାର : ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ।

ମୀନ

ଏହି ସମୟରେ ଆପଣଙ୍କ ସମ୍ପର୍କରେ ବିଶ୍ୱାସ ବଢିଯିବ । ଆପଣ ନଜ ଆତ୍ମୀୟଜନଙ୍କ ପାଖକୁ ଆସିବେ ଏବଂ ନିଜ ଜୀବନରେ ସେମାନଙ୍କର ମହତ୍ତ୍ୱ ବୁଝିପାରିବେ । ଆଜି ଆପଣଙ୍କୁ ନିଜର କେହି ଆଶ୍ଚର୍ଯ୍ୟ କରିବ । ବିଷୟଟି ଆପଣଙ୍କ ସମ୍ପର୍କରେ ହୋଇପାରିଥାଏ,ନ ହୋଇ ମଧ୍ୟ ପାରିଥାଏ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର୍ଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ ।ଭୁଲ ବୁଝାବଣା ଏବଂ ନକାରାତ୍ମକ ବ୍ୟବହାର ଆପଣଙ୍କ ଚିତ୍ତରେ ଗ୍ଲାନିର ଭାବ ସୃଷ୍ଟି କରିବ। ସ୍ଵାସ୍ଥ୍ୟରେ ବିଶେଷରୂପରେ ଆଖିରେ ଅସୁବିଧା ହେବ। ପାରିବାରିକ ସଦସ୍ୟମାନଙ୍କ ସହିତ ମନମାଳିନ୍ୟ ହେବ। କାମରେ ସନ୍ତୋଷର ଭାବନା ଆସିବ

Leave a Reply

Your email address will not be published. Required fields are marked *