03 ଡିସେମ୍ବର 2019 – ମଙ୍ଗଳବାର ରାଶିଫଳ – ଏହି ସବୁ ରାଶିଙ୍କ ଉପରେ ପ୍ରଭୁ ହନୁମାନଙ୍କର କୃପା ଦୃଷ୍ଟି ରହିବ

rasi-phala

ମେଷ:-
ରାଜନୀତି କ୍ଷେତ୍ରରେ ସଂଗଠନ, ସଭାସମିତିରେ ଯୋଗଦେଲେ ଲୋକ ସମ୍ପର୍କ ବଢ଼ିବ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ବନ୍ଧୁ ମିଳନରେ ମହିଳାମାନଙ୍କ ମନ ପ୍ରଫୁ୍ଲ୍ଲ ରହିବ। ରବିଫସଲ, ପନିପରିବା ଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇ ଖୁସିହେବେ। ଯୁବକ ଯୁବତୀମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ହେବା ଫଳରେ ମାନସମ୍ମାନ ଓ ଯଶକ୍ଷାତି ପାଇବେ। ଆମଦାନୀ, ରପ୍ତାନି ବ୍ୟବସାୟ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବିଦ୍ୟାକ୍ଷେତ୍ରରେ ପଢା ପଢିରେ ମନଯୋଗ ଦେବେ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ବୃଷ:-
ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବାପାଇଁ ଚେଷ୍ଟିତ ହେବେ। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ମହିଳାମାନେ ଆନୁଷ୍ଠାନିକ ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରି ବିଭିନ୍ନ ଦିଗରୁ ଲାଭବାନ୍ ହେବେ। ପନିପରିବାଚାଷି ଓ ବ୍ୟବସାୟୀମାନେ ସଜାଗ ନରହିଲେ କ୍ଷତି ସହିବେ। ରାଜନୀତିରେ ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି । ଅଫିସରେ କିମ୍ବା କର୍ମକ୍ଷେତ୍ରରେ ବହୁତ କାମ ହାତକୁ ନେଇ ସଫଳତା ପାଇବେ। ବିଦ୍ୟାକ୍ଷେତ୍ରରେ ପ୍ରତିଯୋଗିତାରେ ବିଜୟୀ ହେବେ ଓ ଯଶପ୍ରାପ୍ତି ହେବ। ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତିକରିବ । ପ୍ରତିକାର- ହରିଡା ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-
କର୍ମକ୍ଷେତ୍ରରେ ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ । ରାଜନୈତିକ ମାନଙ୍କର କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ୱାସୀ ମନେ କରିବେ ତେଣୁ ଧାରକରଜ କରିବାକୁ ବାଧ୍ୟହେବେ। କୋର୍ଟ କଚେରି ମାମଲାର ଶୁଣାଣି ଆଗକୁ ଯିବାରୁ ବ୍ୟସ୍ତତା ବଢ଼ିଯିବ । ସାମ୍ବାଦିକତାରେ ପ୍ରଂଶସିତ ହେବେ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡ଼ିବ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

ମିଥୁନ:–
କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ଦୂରଯାତ୍ରାର ସୁଯୋଗ ପାଇବେ। କଳାତ୍ମକ ଦିଗରୁ ପ୍ରଶଂସିତ ହେବେ। । ମହିଳାମାନେ ସଭାସମିତି, ରାଜନୀତିରେ ସମ୍ମାନିତା ହେବେ ଓ ଗୃହୋପକରଣ କ୍ରୟ କରିବେ। ବିଦ୍ୟା ଓ ଖେଳରେ ପ୍ରଶଂସିତ ହେବେ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୈରାଶ୍ୟର ଅନ୍ଧକାର ମଧ୍ୟକୁ ଠେଲି ହୋଇଯିବେ। ଚାକିରୀଜୀବିମାନେ ନାନା ପ୍ରକାର ସଙ୍ଘର୍ଷ ମଧ୍ୟରେ ବାଟ ଚାଲିବେ। ମାଲିମୋକଦ୍ଦମାରେ କୂଟନୀତିର ଶୀକାର ହେବେ। ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

କର୍କଟ:–
ଦୂରଯାତ୍ରା, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସଫଳତା ମିଳିବ। କର୍ମର୍କ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରବେ। ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କୋର୍ଟ କଚେରୀ ମାମଲାରେ ବିଳମ୍ବ ହେବ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ। ମହିଳାମାନେ ସୁଖ-ଶାନ୍ତିରେ ଦିନ କଟାଇବେ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ସିଂହ:–
ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ। ମହିଳାମାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ। ବିଦ୍ୟାରେ ଉନ୍ନତି ହେବ। ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ।

କନ୍ୟା:–
ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ଚାକିରୀ ଜୀବିମାନେ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେବେ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ମହିଳାମାନେ ନୂତନବନ୍ଧୁଙ୍କୁପାଇ ଖୁସୀଅନୁଭବ କରିବେ। ପ୍ରତିଯୋଗିତା ପରିକ୍ଷାରେ ଉତ୍ତିର୍ଣ୍ଣହେବେ। ପ୍ରତିକାର:- କୌଣସି ଜିନିଷ କାହାଠାରୁ ମାଗଣାରେ ଗ୍ରହଣ କରନ୍ତୁ ନାହିଁ।

ତୁଳା:–
ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ। ମାଲି ମୋକଦ୍ଦମାରେ ଆଗ୍ରହ ଦେଖା ଦେବ। ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ପାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ବିଛା:–
କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ଖଣ୍ଡନ କରିବେ। ମାନସିକ ସ୍ଥିରତା ରହିବ। କୌଣସି ମାଙ୍ଗଳିକ କାର୍ଯ୍ୟ ତଥା ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେବେ। ଆପଣଙ୍କ ନିକଟରୁ ସମ୍ପର୍କୀୟମାନେ ସହାୟତା ପାଇବେ। ସଙ୍ଗୀତ, କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ। ବହୁତ ଦିନରୁ ଅଟକିଥିବା ବକେୟା ଟଙ୍କା ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ଧନୁ:-
ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ଅଧାଥିବା କାର୍ଯ୍ୟ ପୂରଣ ହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର– ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ମକର:-
ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ପରିଶ୍ରମ ଦ୍ଵାରା ବ୍ୟବସାୟ ବଢିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବା ପାଇଁ ଆୟୋଜନ କରିବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ସାମାଜିକ ଉତ୍ସବରେ ଯୋଗ ଦେବେ। ରାଜନୀତି କାର୍ଯ୍ୟରେ ସଫଳତା ମିଳିବ। ଧନଲାଭ ହେବାରୁ ଖୁସି ହେବେ। ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-
ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ। ଶରୀର ଅସୁସ୍ଥ ରହିବ। ଛାତ୍ର ଓ ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରିବେ। ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ପ୍ରତିକାର– ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମୀନ:-
ବ୍ୟବସାୟରେ ଭଲ ଲାଭ ପାଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ। ବିରୋଧୀମାନେ ହଇରାଣ ହେବେ। ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରିବାକୁ ପଡିବ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

Leave a Reply

Your email address will not be published. Required fields are marked *