04 ଡିସେମ୍ବର 2019 – ବିଧୁବାର ରାଶିଫଳ – ଏହି ସବୁ ରାଶିଙ୍କ ପାଇଁ ଆଜିର ଦିନଟି ବହୁତ ଭଲ

rasi-phala

ମେଷ : ଆପଣ ଆଜି ଆଇନା ସାମନାରେ ବହୁ ସମୟ ବସିବେ କାରଣ ଏକ ସାମାଜିକ ସମାରୋହରେ ଆପଣ ବହୁତ ସୁନ୍ଦର ଦେଖାଯିବା ପାଇଁ ଚାହାଁନ୍ତି । ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ଖର୍ଚ୍ଚ ବଢ଼ିପାରେ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ପରିବାରରେ ମନମାଳିନ୍ୟ ଏବଂ ଝଗଡ଼ା ହେବାର ଆଶଂକା ଅଛି। ସ୍ଵାସ୍ଥ୍ୟ ଉପରେ ଧ୍ୟାନ ଦେବାର ଆବଶ୍ୟକତା ଅଛି। ବାହନ ଚଳାଇବା ସମୟରେ ଏବଂ ରାସ୍ତାରେ ସଜାଗ ରୁହନ୍ତୁ।ପ୍ରତିକାର:- ଭୋକିଲା ଲୋକକୁ ନିରାଶ ନକରି ଅନ୍ନଦାନ କରନ୍ତୁ।

ବୃଷ : କାର୍ଯ୍ୟ ସମ୍ପର୍କିତ ଭ୍ରମଣ କିମ୍ବା ଦର୍ଶନୀୟ ସ୍ଥାନ ବିତେଇବା ପାଇଁ କୋଉଁ ଆଡେ ଯାଇପାରନ୍ତି । ଏପ୍ରକାର ଭ୍ରମଣ ଫଳପ୍ରଦ ଏବଂ ଉପଭୋଗ କରିବେ । ଯଦି କାର୍ଯ୍ୟ ସମ୍ପର୍କିତ ଭ୍ରମଣ ହୋଇଥାଏ ସୁଫଳମିଳିବ । ଶରୀରରେ ଆଲସ୍ୟ ଏବଂ ଚିନ୍ତାର ଅନୁଭବ ହୋଇପାରେ। ସନ୍ତାନମାନଙ୍କ ସହିତ ମତଭେଦ କିମ୍ବା ମନମାଳିନ୍ୟ ହୋଇପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ଅଫିସ୍ ରେ ଉଚ୍ଚ ପଦାଧିକାରିମାନଙ୍କ ସହିତ ଆପଣଙ୍କ ବାଦ-ବିବାଦ ହୋଇପାରେ। ଧାର୍ମିକ କାର୍ଯ୍ୟଗୁଡ଼ିକରେ କିମ୍ବା ଧାର୍ମିକ ଯାତ୍ରା ପଛରେ ଧନ ଖର୍ଚ୍ଚ ହୋଇପାରେ।ପ୍ରତିକାର:- ଗୁଡ଼ ଆଉ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ମିଥୁନ : ଆଜି ଆପଣ ବହୁତ ପରିସ୍ଥିତି ସାମନାକରି ନିଜ ସାହସକୁ ବଜାୟ ରଖନ୍ତୁ । ବେଳେ ବେଳେ ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ । ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। କଟୁ ବଚନ କିମ୍ବା ଖରାପ ବ୍ୟବହାର କାରଣରୁ ଝଗଡ଼ା କିମ୍ବା ବିବାଦ ହୋଇପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ଆକସ୍ମିକ ଧନଲାଭ ହେବ। ସମୟରେ ଭୋଜନ କରିବାରେ ବିଳମ୍ବ ହୋଇପାରେ। ଅତ୍ୟଧିକ କାମର ବୋଝରେ ଥକା ଏବଂ ମାନସିକ ଚିନ୍ତା ହୋଇପାରେ।ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ।

କର୍କଟ

ଆପଣ ଦେଖିବେ ଆଜି ଆପଣଙ୍କର ବିଦେଶୀ ଲୋକଙ୍କ ସହ ଆତ୍ମୀୟତା ବଢିବ । ଆପଣଙ୍କ ବିଦେଶୀ ବନ୍ଧୁ ଆପଣଙ୍କୁ ସେଠାକୁ ଯିବାକୁ ନିମନ୍ତ୍ରଣ କରିପାରନ୍ତି କିମ୍ବା ଆପଣଙ୍କ କାର୍ଯ୍ୟ ଯୋଗୁଁ ବିଦେଶ ଯାଇପାରନ୍ତି । ଅଦାଲତ ସମ୍ବନ୍ଧୀୟ ସମସ୍ୟାର ଫଳାଫଳ ଆପଣଙ୍କ ସପକ୍ଷରେ ହୋଇପାରେ । ସୌଭାଗ୍ୟ ହେତୁ ଉଚ୍ଚ ଅଧିକାରୀ ଆଜି ଆପଣଙ୍କ ସପକ୍ଷରେ ରହିବେ ,ଯାହା ଫଳରେ ଆପଣଙ୍କୁ ବହୁତ ଲାଭ ହେବ । ପ୍ରଣୟ, ରୋମାନ୍ସ, ମନୋରଞ୍ଜନ ଏବଂ ମଉଜ-ମସ୍ତୀରେ ଭରପୂର ରହିବ ଆଜିର ଦିନ। ସାର୍ବଜନିକ ଜୀବନରେ ଆପଣ ମହତ୍ତ୍ୱ ପ୍ରାପ୍ତ କରିବେ। ଯଶ ଏବଂ କୀର୍ତ୍ତିରେ ବୃଦ୍ଧି ହେବ। ଭାଗିଦାରୀ ସହିତ ଲାଭ ହେବ। ସୁନ୍ଦର ବସ୍ତ୍ର କିମ୍ବା ବସ୍ତ୍ରାଭୂଷଣ କ୍ରୟ କରିବେ। ମଧ୍ୟାହ୍ନ ପରେ ବିଦେଶରୁ ଭଲ ସମାଚାର ପ୍ରାପ୍ତ ହେବ। ଉଚ୍ଚ ଅଧିକାରୀମାନଙ୍କ ଦ୍ୱାରା ଆପଣଙ୍କ ସହିତ କରାଯାଇଥିବା ବ୍ୟବହାରରେ ଦୁଖ ପହଁଚିପାରେ।ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ସିଂହ

ଆଜି ଆପଣଙ୍କ ଜୀବନରେ ଏକ ନୂଆ ମୋଡ଼ ଆସିପାରେ ଆଜି ଆପଣ କୌଣସି ଆତ୍ମିୟ କିମ୍ବା ଅଜଣା ବ୍ୟକ୍ତିଙ୍କ ପାଖରୁ କିଛି ଶିକ୍ଷା ଲାଭ କରି ପାରନ୍ତି ଯାହା ଆପଣଙ୍କ ପାଇଁ ଜରୁରୀ ଥିଲା । ତାଙ୍କ ଉପଦେଶ ଉପରେ ଧ୍ୟାନ ଦିଅନ୍ତୁ । ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ । କୌଟୁମ୍ବିକ କ୍ଲେଶ ଆପଣଙ୍କ ମନକୁ ବ୍ୟଥିତ କରିପାରେ। ମାତାଙ୍କର ସ୍ଵାସ୍ଥ୍ୟ ଚିନ୍ତା ସୃଷ୍ଟି ହୋଇପାରେ। ସାର୍ବଜନିକ ଜୀବନରେ ଅପଯଶ କିମ୍ବା ଅପକୀର୍ତ୍ତି ଆପଣଙ୍କ ମାନ-ପ୍ରତିଷ୍ଠାକୁ ହାନି ପହଁଚାଇପାରେ। ପର୍ଯ୍ୟାପ୍ତ ଆରାମ ଏବଂ ନିଦ ନ ମିଳିବାରରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ।ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କନ୍ୟା

ଆଜି ଆପଣ ଯାହା ନିଷ୍ପତ୍ତି ନେବେ ଭାବିଚ଼ିନ୍ତି ନିଅନ୍ତୁ ,କାରଣ ଆପଣ ନେଇଥିବା ନିଷ୍ପତ୍ତି ଉପରେ ପଶ୍ଚାତାପ ଯେପରି କରିବାକୁ ନ ପଡ଼େ । ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ । ଏବେ ଆପଣଙ୍କର ପ୍ରସ୍ତୁତ ହେବାର ମସୟ ଆସିଛି । ଆଜି ଆପଣ ଜୀବନର ସବୁଠାରୁ କଷ୍ଟ କ୍ଷେତ୍ରକୁ ବାଛିବେ ,ଯଦିଓ ତାହା ଅର୍ଥ ସମ୍ବଦ୍ଧୀୟ ହୋଇଥାଏ, ଘର କିମ୍ବା କାର୍ଯ୍ୟ ସମ୍ବଦ୍ଧୀୟ ହୋଇଥାଏ ଏବଂ ତାହା ଉପରେ କାର୍ଯ୍ୟ କରିବା ଆରମ୍ଭ କରନ୍ତୁ । ଆଜି ସ୍ଵଭାବରେ ଉଗ୍ରତା ଏବଂ କ୍ରୋଧ ରହୁଥିବା କାରଣରୁ ଆପଣଙ୍କ କାମ କରିବାରେ ମନ ଲାଗିବ ନାହିଁ। ବାଦ-ବିବାଦରେ କୌଣସି ଅସନ୍ତୋଷର ବାତାବରଣ ହୋଇପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବାକୁ ପଡ଼ିବ। ଚାକିରି କ୍ଷେତ୍ରରେ ଅବରୋଧ ଆସିବାରୁ ନିର୍ଦ୍ଧାରିତ କାର୍ଯ୍ୟ ସମ୍ପୂର୍ଣ୍ଣ କରି ପାରିବେ ନାହିଁ|ପ୍ରତିକାର– ପିଲାଙ୍କୁ ଧଳାମିଠା ଖାଇବାକୁ ଦେବେ।

ତୁଳା

ବିଦେଶ ସହ ସଂଯୋଗ କରୁଥିବା ଯେକୌଣସି କାର୍ଯ୍ୟରୁ ଆପଣଙ୍କୁ ସଫଳତା ମିଳିପାରେ । ଯଦି ଆପଣ କୌଣସି ବିଦେଶୀ ବନ୍ଧୁଙ୍କ ପାଖରୁ ଚାକିରିର ସାହାଯ୍ୟ ପାଇବା ପାଇଁ ଆଶା କରୁଥାନ୍ତି , ତେବେ ଆପଣ ସଫଳ ହେବେ କିମ୍ବା କୌଣସି ଆନ୍ତର୍ଜାତିକ ଚୁକ୍ତି ହୋଇପାରେ । ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଏହାର ପୂର୍ଣ୍ଣ ଫାଇଦା ଉଠାନ୍ତୁ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ । କାର୍ଯ୍ୟରେ ଅସଫଳତା ହତାସ ସୃଷ୍ଟି କରିପାରେ। ନିଜର କ୍ରୋଧକୁ ନିୟନ୍ତ୍ରଣରେ ରଖିବେ। ପେଟ ସମ୍ବନ୍ଧୀତ ରୋଗରେ ଯନ୍ତ୍ରଣା ହୋଇପାରେ। ବାଦ-ବିବାଦ କିମ୍ବା ଚର୍ଚ୍ଚାରେ ପଡ଼ି ସମସ୍ୟା ସୃଷ୍ଟି ହୋଇପାରେ।ପ୍ରତିକାର– ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ବିଛା

ଆଜି ଆପଣ ଘରର ସୁରକ୍ଷା ପ୍ରତି ଧ୍ୟାନ ଦିଅନ୍ତୁ, କାରଣ ବହୁମୂଲ୍ୟ ବସ୍ତୁ କିଛି ଚୋରି ହେବାର ସମ୍ଭାବନା ରହିଛି । କିନ୍ତୁ ଯଦି ଆପଣ ସାବଧାନ ରୁହନ୍ତି , କ୍ଷତି ହୋଇ ନ ପାରେ । ଏହାର ଅର୍ଥ ନୁହେଁ ଯେ ଆପଣ ଡରିଯିବେ । ଆଜି ଆପଣ ନିଜର ସୀମାଠାରୁ ବାହାରକୁ ଆସି କୌଣସି ପ୍ରକାରର ବିପଦ ଉଠାଇବାକୁ ଚ଼ାହିଁବେ । ଆପଣ ନିଜ ଜୀବନରେ ବହୁତ କିଛି ଜିନିଷ ଆଗକୁ ବଢ଼ାଇବାକୁ ଚ଼ାହିଁବେ,ଯେପରିକି ଆପଣଙ୍କର ସମ୍ପର୍କ ଏବଂ ବ୍ୟବସାୟ ଇତ୍ୟାଦି । ଜଗନ୍ନାଥଙ୍କର ଆଶୀର୍ବାଦରେ ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟରେ ଉତ୍ସାହ ଦେଖାଯିବ। ମନରେ ଫୂର୍ତ୍ତି ଏବଂ ସତେଜ ଅନୁଭବ କରିବେ। ପାରିବାରିକ ବାତାବରଣ ଖୁସି ଓ ଆନନ୍ଦ ପୂର୍ଣ୍ଣ ରହିବ। ମିତ୍ରମାନଙ୍କ ସହିତ ଆନନ୍ଦରେ ସମୟ କାଟିବେ। ମାତାଙ୍କ ତରଫରୁ ଲାଭ ହେବ। ଯାତ୍ରାର ଯୋଗ ଅଛି।ପ୍ରତିକାର– ଆରାଧ୍ୟା ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଧନୁ

ଆଜି ଆପଣ ନିଜ ବୁଦ୍ଧିକୁ ନିଜେ ଆର୍କଷିତ କରିବେ । ଗୋଟିଏ ଭଲ ବିଷୟ ପ୍ରତି ଆପଣଙ୍କର ଅଧିକ ରୁଚ଼ି ବଢ଼ିବ । ଏହି ପ୍ରକାର ଅଲଗା ଅଲଗା ବିଷୟରେ ନିଜର ଜ୍ଞାନ ବଢ଼ାଇବା ଦ୍ୱାରା ଆପଣଙ୍କୁ ଲାଭ ହେବ |  ଆପଣ ପରିବାରର କାର୍ଯ୍ୟ କ୍ଷେତ୍ର ଏବଂ ବୈବାହିକ ଜୀବନରେ ସଫଳତାର ସ୍ୱାଦ ଉପଭୋଗ କରିବେ । ଆପଣଙ୍କର ଭବିଷ୍ୟତର ସୁଖ ସ୍ୱାଛନ୍ଦ୍ୟର ଭାବନା । ଆପଣଙ୍କ ଦିନଟି ସୁଖରେ କଟିବ । ଏହା ଅନ୍ୟମାନଙ୍କୁ ପ୍ରଭାବିତ କରିବ ।ଆଜିର ଦିନ ଭାଗ୍ୟ ବୃଦ୍ଧି ହେବାର ଦିନ ଅଟେ। ବିଦେଶ କିମ୍ବା ଦୂର ଦେଶରୁ ଶୁଭ ସମାଚାର ପ୍ରାପ୍ତ ହେବ। ଛୋଟ ପ୍ରବାସ କିମ୍ବା କୌଣସି ଧାର୍ମିକ ଯାତ୍ରାଯୋଗୁଁ ମନର ପ୍ରସନ୍ନତାରେ ବୃଦ୍ଧି ହେବ। ଶାରୀରିକ ରୂପରେ ମଧ୍ୟ ଆଜି ସୁସ୍ଥ ରହିବେ।ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ।

ମକର

ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ । ଆଜି ଆପଣ ବହୁତ ପରିସ୍ଥିତି ସାମନାକରି ନିଜ ସାହସକୁ ବଜାୟ ରଖନ୍ତୁ । ବେଳେ ବେଳେ ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ ।ମାନସିକ ରୂପରେ ଦ୍ଵିଧା ଅନୁଭବ ହେବାରୁ କୌଣସି ନିଶ୍ଚିତ ନିର୍ଣ୍ଣୟ ନେବାରେ କଷ୍ଟ ହୋଇପାରେ। ନିରର୍ଥକ ଖର୍ଚ୍ଚରୁ ବଞ୍ଚନ୍ତୁ। ବାଣୀ ଉପରେ ନିୟନ୍ତ୍ରଣ ନ ରଖିବାରେ ପରିଜନମାନଙ୍କ ସହିତ ମନମାଳିନ୍ୟ ହେବାର ଆଶଂକା ଅଛି,ପ୍ରତିକାର-ଗୁଡ଼ ଓ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ

କୁମ୍ଭ

ଆଜି ଆପଣ କୌଣସି ପ୍ରତିଯୋଗିତାର ମାନସିକତାରେ ଅଛନ୍ତି । ଜୀବନର କେତେକ କ୍ଷେତ୍ରରେ ଏହା ଠିକ୍, ମାତ୍ର ମନେରଖନ୍ତୁ ଯେ ଆପଣ ଯେମିତି ବେଶି ଉଗ୍ର ମନୋବୃତି ନଆଣନ୍ତି ବିଶେଷତଃ ନିଜ ପରିବାରକୁ ନେଇ ।ଯଦି ଆପଣଙ୍କ ବନ୍ଧୁ କିମ୍ବା ଆତ୍ମୀୟସଜ୍ଜନ ବିଦେଶରୁ ଆସୁଥାନ୍ତି ,ତେବେ ବୋଧହୁଏ ସେ ଆଜି ଆପଣଙ୍କ ଘରକୁ ଆପଣଙ୍କୁ ଭେଟିବା ପାଇଁ ଆସିବେ । ସେଥିପାଇଁ ନିଜ ଘରକୁ ସଫାସୁତୁରା କରନ୍ତୁ ।ଆଜି ଦିନ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ଶାରୀରିକ ଏବଂ ମାନସିକ ରୂପରେ ଆପଣ ଅସୁସ୍ଥତାର ଅନୁଭବ କରିପାରନ୍ତି। ବ୍ୟର୍ଥ ଖର୍ଚ୍ଚ ନ ହେଉ, ଏହାର ଧ୍ୟାନ ରଖିବେ,ପ୍ରତିକାର-ଗାଈକୁ କିଛି ଖାଦ୍ୟ ଦେବେ ।

ମୀନ

ଆଜି ଆପଣ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚ଼ିନ୍ତି ନେବେ ।ଆଜିର ନିଷ୍ପତ୍ତି ଆପଣଙ୍କର ଭବିଷ୍ୟତ ଉପରେ ପଡ଼ିବ । ସେଥିପାଇଁ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ବହୁତ ଭାବିଚ଼ିନ୍ତି ନିଅନ୍ତୁ ।| ଆଜି ଆପଣ ନିଜକୁ ପରିସ୍ଥିତି ସହିତ ଖାପଖୁଆଇ ଚ଼ଳିବାକୁ ଚ଼େଷ୍ଟା କରନ୍ତୁ । ଅସୁବିଧାଟି ଆସୁଥିବ ଏବଂ ଯାଉଥିବ କିନ୍ତୁ ଆପଣ ଏହାଜାଣିସାରିଛନ୍ତି ସକାରାତ୍ମକ ଭାବନା ରଖିଲେ ଆମେ ଆମ ଅସୁବିଧା ଗୁଡ଼ିକୁ ଭଲ ଭାବରେ ସମ୍ଭାଳି ପାରିବା ।ଆଜିର ଦିନ ଆନନ୍ଦର ଦିନ ଅଟେ। ବ୍ୟାପାର ଏବଂ ଆୟରେ ବୃଦ୍ଧି ହେବ। ଆଜି ଆପଣଙ୍କ ଉପରେ ଲକ୍ଷ୍ମୀଙ୍କର କୃପା ରହିବ। ପରିଜନ ଏବଂ ମିତ୍ରମାନଙ୍କ ସହିତ ଆମୋଦ-ପ୍ରମୋଦର ବାତାବରଣ ରହିବ। ନୂଆ ସଂପର୍କ ଏବଂ ପରିଚୟ ବ୍ୟାପାର କ୍ଷେତ୍ରରେ ଲାଭପ୍ରଦ ରହିବ। ଛୋଟ ଯାତ୍ରା ଆନନ୍ଦଦାୟୀ ରହିବ।ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ।

Leave a Reply

Your email address will not be published. Required fields are marked *