08 ଡିସେମ୍ବର 2019 : ରବିବାର ରାଶିଫଳ – ଆଜି ଏହି ସବୁ ରାଶିଙ୍କ ଉପରେ ସୁର୍ଯ୍ୟଦେବ ହେବେ ପ୍ରସନ୍ନ

rasi-phala

ମେଷ – ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।  ଆଜି ସବୁ କିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ । ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି । ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭ ଉଠାନ୍ତୁ । ଆପଣ ତାଙ୍କର ଫୋନ କିମ୍ବା ଇମେଲର ଅପେକ୍ଷା କରନ୍ତୁ । କାରଣ ଏହି ସୁସମ୍ବାଦ ଆପଣଙ୍କ ପାଇଁ ଖୁବ୍ ଗୁରୁତ୍ତ୍ୱପୂର୍ଣ୍ଣ ।ଶାରୀରିକ ଏବଂ ମାନସିକ ରୂପରେ ଆପଣ ବ୍ୟଗ୍ରତା ଅନୁଭବ କରିପାରନ୍ତି। ଅନିଦ୍ରା କାରଣରୁ ସ୍ଵାସ୍ଥ୍ୟ ବିଗିଡ଼ି ପାରେ। ବୌଦ୍ଧିକ ଚର୍ଚ୍ଚାରେ ଆନନ୍ଦ ପ୍ରାପ୍ତ ହୋଇପାରେ, ପରନ୍ତୁ ଏପରି ବୌଦ୍ଧିକ ଚର୍ଚ୍ଚାରୁ ଦୂରରେ ରହବା ପାଇଁ ଉପଦେଶ |ପଢ଼ିବା -ଲେଖିବାରେ ବିଦ୍ୟାର୍ଥିମାନଙ୍କ ମନ ଲାଗିବ ନାହିଁ। ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କ ମନ ପ୍ରଫୁଲ୍ଲିତ ହେବ ,ପ୍ରତିକାର:- ପିତାମାତାଙ୍କର ସେବାକରିବା ଆବଶ୍ୟକ

ବୃଷ : ଆଜି ଆପଣଙ୍କୁ ଲାଗିବ ଯେ ଆପଣ ବହୁତ ଭାଗ୍ୟଶାଳୀ ଅଟନ୍ତି । ଆପଣଙ୍କର ଆଖପାଖ ଲୋକଙ୍କୁ ମଧ୍ୟ ଏହାହିଁ ଲାଗିବ । ଆଜି ଆପଣ ନିଜ ପରିବାର ଏବଂ କାର୍ଯ୍ୟାଳୟର ଲୋକମାନଙ୍କ ପାଇଁ ମଧ୍ୟ ଭାଗ୍ୟଶାଳୀ ପ୍ରମାଣିତ ହେବେ । ଆଜି ଆପଣଙ୍କର ଜୀବନ ଶୈଳୀରେ ପରିବର୍ତ୍ତନ ହେବ । ସବୁବେଳେ କାମରେ ବ୍ୟସ୍ତ ନରହି ମିତ୍ର ମାନଙ୍କ ସହିତ ବୁଲିବାକୁ ଯାଆନ୍ତୁ । ପୁରୁଣା ଚ଼ିନ୍ତା ଧାରା ଛାଡ଼ି ନୂଆ ଚ଼ିନ୍ତା ଧାରା ସହିତ ଜୀବନ କଟାନ୍ତୁ । ଆପଣଙ୍କ ସ୍ଵଭାବରେ ଆଜି କିଛି ଅଧିକ ସମ୍ବେଦନଶୀଳତା ରହିବ। କାର୍ଯ୍ୟ ସଫଳତାରେ ମାନସିକ ରୂପରେ ଆପଣ ପ୍ରଫୁଲ୍ଲିତ ରହିବେ। ଯଶ ଏବଂ କୀର୍ତ୍ତିରେ ମଧ୍ୟ ବୃଦ୍ଧି ହେବ। ମା’ ଘର ପଟରୁ ଭଲ ସମାଚାର ପ୍ରାପ୍ତ ହେବ। ଶାରୀରିକ ଏବଂ ମାନସିକ ରୂପରେ ଆପଣ ପ୍ରସନ୍ନତା ଅନୁଭବ କରିବେ। ପାରିବାରିକ ସୁଖ-ଶାନ୍ତି ରହିବ। ଯାତ୍ରା ଏବଂ ପର୍ଯ୍ୟଟନର ସମ୍ଭାବନା ଅଧିକ ଅଛି।ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମିଥୁନ : ଆଜି ଆପଣ ବହୁତ ପରିସ୍ଥିତି ସାମନାକରି ନିଜ ସାହସକୁ ବଜାୟ ରଖନ୍ତୁ । ବେଳେ ବେଳେ ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ । ଆଜି ଆପଣଙ୍କ ଆତ୍ମବିଶ୍ୱାସ ଖୁବ୍ ଉଚ୍ଚରେ ରହିବ । ଆପଣଙ୍କର ଖୁବ୍ କାର୍ଯ୍ୟ ଦକ୍ଷତା ପାଇଁ ପ୍ରଶଂସାଭାଜନ ହୋଇଛନ୍ତି । ଏହି ପ୍ରକାର କାର୍ଯ୍ୟ ଦକ୍ଷତାକୁ ଚ଼ିନ୍ତା କରି ଆପଣ ସମାଧାନ କରିପାରିନଥିବା ସମସ୍ୟାର ସମାଧାନ ପନ୍ଥା ବାହାର କରନ୍ତୁ । ନିଜର ବୌଦ୍ଧିକ ଶକ୍ତିରେ ଲେଖନ କାର୍ଯ୍ୟ ଏବଂ ସୃଜନାତ୍ମକ କାର୍ଯ୍ୟ କରିବାରେ ଆଗକୁ ବଢ଼ିବେ। ଆକସ୍ମିକ ଖର୍ଚ୍ଚର ଯୋଗ ଅଛି। ମଧ୍ୟାହ୍ନ ପରେ କାର୍ଯ୍ୟରେ ସଫଳତା ମିଳିବାରୁ ମାନସିକ ରୂପରେ ଆପଣ ପ୍ରସନ୍ନ ରହିବେ। ଆଜି ଯଶ ଏବଂ କୀର୍ତ୍ତି ମଧ୍ୟ ପ୍ରାପ୍ତ ହେବ। ବ୍ୟବସାୟ କ୍ଷେତ୍ରରେ ଆଜି ସହକର୍ମିମାନଙ୍କର ଭଲ ସହଯୋଗ ପ୍ରାପ୍ତ କରିବେ। ପରିବାରର ବାତାବରଣ ଆନନ୍ଦପୂର୍ଣ୍ଣ ରହିବ।ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ – ଆଜି ଆପଣଙ୍କ କାହାସହ ନୂଆ ସମ୍ପର୍କର ସ୍ଥାପନା ହୋଇପାରେ । ଦେଖନ୍ତୁ ଏ ସମ୍ପର୍କ ଆପଣଙ୍କୁ କେଉଁଠି ନେଇଯାଇଛି । ଏହା ସହ ସେ ବ୍ୟକ୍ତିଙ୍କୁ କୃତଜ୍ଞତା ଜଣାନ୍ତୁ ଯେ ଆପଣଙ୍କୁ ମାର୍ଗ ଦେଖାଇଛନ୍ତି ।  ଆଜି ଆପଣ ନିଜର ସୀମାଠାରୁ ବାହାରକୁ ଆସି କୌଣସି ପ୍ରକାରର ବିପଦ ଉଠାଇବାକୁ ଚ଼ାହିଁବେ । ଆପଣ ନିଜ ଜୀବନରେ ବହୁତ କିଛି ଜିନିଷ ଆଗକୁ ବଢ଼ାଇବାକୁ ଚ଼ାହିଁବେ,ଯେପରିକି ଆପଣଙ୍କର ସମ୍ପର୍କ ଏବଂ ବ୍ୟବସାୟ ଇତ୍ୟାଦି । ଜଗନ୍ନାଥଙ୍କର ଆଶୀର୍ବାଦରେ ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟରେ ଉତ୍ସାହ ଦେଖାଯିବ। ମନରେ ଫୂର୍ତ୍ତି ଏବଂ ସତେଜ ଅନୁଭବ କରିବେ। ପାରିବାରିକ ବାତାବରଣ ଖୁସି ଓ ଆନନ୍ଦ ପୂର୍ଣ୍ଣ ରହିବ। ମିତ୍ରମାନଙ୍କ ସହିତ ଆନନ୍ଦରେ ସମୟ କାଟିବେ। ମାତାଙ୍କ ତରଫରୁ ଲାଭ ହେବ। ଯାତ୍ରାର ଯୋଗ ଅଛି।ପ୍ରତିକାର– ଆରାଧ୍ୟା ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ସିଂହ – ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ  କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ । ଆଜି ଆପଣ ଆଶ୍ଚର୍ଯ୍ୟ ହେବେ ,ବହୁଦିନର ସମସ୍ୟାର ସମାଧାନ ଆପଣ କରିଦେଲେ ଯାହା ଆପଣ ବହୁ ଦିନରୁ କରିପାରୁ ନଥିଲେ । ଏହି ସମସ୍ୟା ଆପଣଙ୍କର ପ୍ରିୟଜନ ମାନଙ୍କ ମଧ୍ୟରେ ଚ଼ାଲିଥିଲା । ଆପଣଙ୍କ ଖର୍ଚ୍ଚ ଯୋଗୁଁ ଅତିରିକ୍ତ କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖିବାପାଇଁ ଉପଦେଶ। କାହା ସହିତ ଯୁକ୍ତି ହେବାର ଆଶଂକା ଅଛି। ଆର୍ଥିକ ମାମଲାରେ କିମ୍ବା ଆଦାନ-ପ୍ରଦାନରେ ସାବଧାନ ରହିବେ। ପାରିବାରିକ ସଦସ୍ୟମାନଙ୍କ ସହିତ ଝଗଡ଼ା ହୋଇପାରେ। ନକାରାତ୍ମକ ବିଚାର ମନ ଉପରେ ରହିବ,ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

କନ୍ୟା – ଆଜି ଆପଣ ଯାହା ନିଷ୍ପତ୍ତି ନେବେ ଭାବିଚ଼ିନ୍ତି ନିଅନ୍ତୁ ,କାରଣ ଆପଣ ନେଇଥିବା ନିଷ୍ପତ୍ତି ଉପରେ ପଶ୍ଚାତାପ ଯେପରି କରିବାକୁ ନ ପଡ଼େ । ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ ।  ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ । ଘରସଜ୍ଜା ଉପରେ ବିଶେଷ ଧ୍ୟାନ ଦେବେ। ନୂଆ ଘରପାଇଁ ଦ୍ରବ୍ୟ କିଣିବାର ସଂଭାବନା ଅଛି। ବ୍ୟାପାରିମାନଙ୍କ ଏବଂ ଚାକିରି କରୁଥିବା ଲୋକମାନଙ୍କର ଲାଭ ତଥା ପଦୋନ୍ନତିର ଆଶା ରଖିପାରନ୍ତି। ପାରିବାରିକ ସୁଖ-ଶାନ୍ତିର ବାତାବରଣ ରହିବ। ସରକାରୀ ଲାଭ ମିଳିବ। ଆପଣଙ୍କ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ,ପ୍ରତିକାର– ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ତୁଳା – ଆଜି ଆପଣ ନରମ ମନୋଭାବ ପୋଷଣ କରି କାହାକୁ ସାହାଯ୍ୟ କରିବେ । ନିଜର ନକାରାତ୍ମକ ଭାବନାକୁ ଦୂରେଇ ଦିଅନ୍ତୁ ଏବଂ ନିଜ ସମ୍ପର୍କକୁ ଅନ୍ୟମାନଙ୍କ ସହ ମଜବୁତ କରନ୍ତୁ । ଏହା ଆପଣଙ୍କୁ ଖୁସି ଆଣି ଦେବ । ଆଜି ସଫଳତା ହାସଲ କରିବେ । ଏହି ସମୟ ପୁରୁଣା ସ୍ମୃତିକୁ ମନେପକେଇବାର ସମୟ ଅଟେ । କ୍ରୋଧ ଏବଂ ହତାସାର ଭାବନା ନିଜର ମନ ଉପରେ ପ୍ରଭାବ ନପକାଉ ସେଥିପାଇଁ ଚେଷ୍ଟା କରିବେ। ଶାରୀରିକ ସ୍ଵାସ୍ଥ୍ୟ ଟିକେ ଖରାପ ହୋଇପାରେ, ଖାଦ୍ୟ-ପାନୀୟ ଉପରେ ଧ୍ୟାନ ଦିଅନ୍ତୁ। ଘର-ପରିବାରର ଚିନ୍ତା ସାଥିରେ ଖର୍ଚ୍ଚ ମାମଲାରେ ମଧ୍ୟ ଆଜି ଚିନ୍ତିତ ରହିବେ|ସ୍ଵାସ୍ଥ୍ୟର ବିଶେଷ ଧ୍ୟାନ ରଖିବେ। କଫ, ଶ୍ୱାସ କିମ୍ବା ପେଟର ଯନ୍ତ୍ରଣାରେ ଅସୁବିଧା ହୋଇପାରେ। ଆଜି ଶାରୀରିକ ଏବଂ ମାନସିକ ରୂପରେ ଅସୁସ୍ଥ ରହିପାରନ୍ତି,ପ୍ରତିକାର– ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ବିଛା – ଆଜି ଆପଣଙ୍କୁ ନିଜର କେହି ଆଶ୍ଚର୍ଯ୍ୟ କରିବ । ବିଷୟଟି ଆପଣଙ୍କ ସମ୍ପର୍କରେ ହୋଇପାରିଥାଏ,ନ ହୋଇ ମଧ୍ୟ ପାରିଥାଏ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର୍ଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ । ଯଦି ଆପଣ କୌଣସି ଅସୁବିଧାରେ ପଡୁଛନ୍ତି , ତେବେ ଆପଣ ନିଜର ଲୋକମାନଙ୍କ ସାହାଯ୍ୟ ନିଅନ୍ତୁ । ଆପଣ ଯେକୌଣସି ପ୍ରକାର ସାହାଯ୍ୟ ଚାହୁଁଛନ୍ତି ଆପଣଙ୍କୁ ମିଳିପାରିବ । ସେଥିପାଇଁ ସାହାଯ୍ୟ ମାଗିବାକୁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ ।ଆଜି ଆପଣଙ୍କ ଅହଂକାରର କାରଣରୁ ଝଗଡ଼ା ହେବାର ଆଶଂକା ଅଛି। ଶାରୀରିକ ଏବଂ ମାନସିକ ଚିନ୍ତା ସହିତ ଆଜିର ଦିନ କଟିବ। ସ୍ଵଭାବରେ ଉତ୍ତେଜନାଯୋଗୁଁ କାମ ବିଗିଡ଼ିବାର ଆଶଂକା ଅଛି,ପ୍ରତିକାର – ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ଧନୁ – ଛୋଟ ଛୋଟ କଥାରେ ଆଜି ଆପଣଙ୍କର ପରିବାର ଲୋକଙ୍କ ସହିତ ମତାନ୍ତର ହୋଇପାରେ । ଆଜି ଆପଣ ନିଜକୁ ବୋଧହୁଏ ଏକା ଅନୁଭବ କରିପାରନ୍ତି । ନିଜ ପରିବାରର ପସନ୍ଦ ଆପଣଙ୍କୁ ସମ୍ପୂର୍ଣ୍ଣ ଅଲଗା ବୋଲି ଆଜି ଆପଣ ମନେ କରିବେ । ବହୁତ ଭାବି ଚ଼ିନ୍ତି କାହାକୁ କୌଣସି ପରାମର୍ଶ ଦିଅନ୍ତୁ ।ଆଜିକା ଦିନଟିକୁ ବ୍ୟବହାର କରି ଆପଣ ନିଜର ରଚ଼ନାତ୍ମକତାକୁ ଅଭିବ୍ୟକ୍ତ କରି ପାରନ୍ତି । ଆଜି ଆପଣ ନିଜକୁ ଠିକ ଭାବରେ ପରଖିବାକୁ ଚେଷ୍ଟା କରିବେ । ଆପଣ ନିଜର ମର୍ଯ୍ୟାଦାରେ ଧ୍ୟାନ ଦିଅନ୍ତୁ ।ଏହି ମାର୍ଗରେ ଚାଲନ୍ତୁ, କାରଣ ଏଥିରେ ଆପଣଙ୍କୁ ବହୁତ ଖୁସି ମିଳିବ । ଆପଣ କୌଣସି ପବିତ୍ର ସ୍ଥାନକୁ ଯାଇପାରନ୍ତି ।ଗୃହସ୍ଥ ଜୀବନରେ ଆନନ୍ଦ ଏବଂ ସନ୍ତୋଷର ଅନୁଭବ ହେବ। ସ୍ଵାସ୍ଥ୍ୟ ଭଲ ରହିବ। ସମାଜରେ ମାନ-ସମ୍ମାନ ମିଳିବ। ଉଚ୍ଚ ପଦାଧିକାରି ଏବଂ ବରିଷ୍ଠ ନାଗରୀକମାନଙ୍କ କୃପା ଆପଣ ଉପରେ ରହିବ,ପ୍ରତିକାର-ଅସହାୟଙ୍କୁ ନିରାଶ କରିବେ ନାହିଁ।

ମକର – ଆଜି ଆପଣ ପରିବାରର କୌଣସି ସମସ୍ୟା ସମାଧାନ କରିବାକୁ ଚ଼େଷ୍ଟା କରିବେ । ଅନ୍ୟମାନେ ଆପଣଙ୍କ ପରାମର୍ଶ ଉପରେ ନିର୍ଭର କରନ୍ତୁ । ସମସ୍ତେ ଆପଣଙ୍କ ଉପରେ ନିର୍ଭର କରିବାଟା ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗିପାରେ । ଆଜି ଆପଣଙ୍କ ଜୀବନରେ ଏକ ନୂଆ ମୋଡ଼ ଆସିପାରେ ଆଜି ଆପଣ କୌଣସି ଆତ୍ମିୟ କିମ୍ବା ଅଜଣା ବ୍ୟକ୍ତିଙ୍କ ପାଖରୁ କିଛି ଶିକ୍ଷା ଲାଭ କରି ପାରନ୍ତି ଯାହା ଆପଣଙ୍କ ପାଇଁ ଜରୁରୀ ଥିଲା । ତାଙ୍କ ଉପଦେଶ ଉପରେ ଧ୍ୟାନ ଦିଅନ୍ତୁ ।ପ୍ରଣୟ, ରୋମାନ୍ସ, ଯାତ୍ରା, ପର୍ଯ୍ୟଟନ ଏବଂ ମନୋରଞ୍ଜନରେ ଆପଣଙ୍କ ଆଜିର ଦିନ କଟିବ। ମିତ୍ରମାନଙ୍କ ସହିତ ଭୋଜନ କରିବାର ଅବସର ଆସିବ। ବସ୍ତ୍ରାଭୂଷଣ ଏବଂ ବାହନ ପ୍ରାପ୍ତିର ଯୋଗ ଅଛି। ଭାଗିଦାରୀଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ,ପ୍ରତିକାର : କଳା କୁକୁରର ସେବା କରନ୍ତୁ

କୁମ୍ଭ : ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତା ଦେବ । ଆଜି ସବୁ କିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ । ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି । ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭ ଉଠାନ୍ତୁ । ଅଯଥା ଭୟଯୋଗୁଁ ନିଜର ମାନସିକ ଅବସ୍ଥାକୁ ବିବ୍ରତ କରନ୍ତୁ ନାହିଁ । ବିନା କାରଣରେ ଭୟଭୀତ ହୁଅନ୍ତୁ ନାହିଁ । ଦୁଃଶ୍ଚିନ୍ତାକୁ ଆପଣେଇବା ଦରକାର ନାହିଁ, ଯୋଉଁଥିପାଇଁ ଆପଣ ଏତେ ଚିନ୍ତାଗ୍ରସ୍ତ ,ତାହା ଭିତ୍ତିହୀନ । ଆଜିର ଦିନ ଶୁଭଫଳଦାୟୀ ଅଟେ। ବ୍ୟବସାୟରେ ସ୍ଥିତି ଅନୁକୂଳ ରହିବ ତଥା ଆପଣଙ୍କ କାର୍ଯ୍ୟର ଉଚିତ ପ୍ରଶଂସା ମଧ୍ୟ ହେବ। ସାମାଜିକ ରୂପରେ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। କାର୍ଯ୍ୟ ମଧ୍ୟ ସରଳତାପୂର୍ବକ ସଂପନ୍ନ ହେବ ଏବଂ ଏହି କାର୍ଯ୍ୟଗୁଡ଼ିକରେ ଲାଭ ମଧ୍ୟ ହେବ। ଦାମ୍ପତ୍ୟଜୀବନରେ ଆମୋଦ-ପ୍ରମୋଦ ରହିବ। ନୂଆ କାର୍ଯ୍ୟ ଗୁଡ଼ିକର ଆୟୋଜନ କରିବା ପାଇଁ ସମୟ ଭଲ ଅଟେ। ସାମାଜିକ ଏବଂ ଆର୍ଥିକ ଦୃଷ୍ଟିରୁ ଲାଭ ମିଳିବାର ଯୋଗ ଅଛି।ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।

ମୀନ : ଆଜି ଆପଣ ନିଜର ଜୀବନକୁ ବଦଳାଇବାକୁ ଚ଼ାହିଁବେ । ଏହି ସମୟଟି ସଠିକ୍ ନିର୍ଣ୍ଣୟ ନେବାର ସମୟ ଅଟେ । ସମସ୍ୟା ଗୁଡ଼ିକୁ ପରିହାର କରିଲେ ତାହାର ଉପାୟ ବାହାରିବ ନାହିଁ । ଆପଣ ଏବଂ ଆପଣଙ୍କର ସାଙ୍ଗ ମଧ୍ୟରେ ଥିବା ସମ୍ପର୍କରେ ଅଧିକ ଦୃଢତା ଆସିବ ।ଆପଣଙ୍କ ମଧ୍ୟରେ ଚିନ୍ତାଧାରାରେ ବହୁତ ସାମଞ୍ଜସ୍ୟ ଥିବାରୁ ଏକା ସାଂଗରେ ସମୟ କଟାଇବାକୁ ବହୁତ ଭଲ ଲାଗିବ । ଏହି ସମ୍ପର୍କକୁ ଏହି ଭଳି ବଜାଇ ରଖନ୍ତୁ । ଆଜି ସାଂସାରିକ ବିଷୟଗୁଡ଼ିକ ଛାଡ଼ି ଆଧ୍ୟାତ୍ମିକ ବିଷୟ ଆଡ଼କୁ ଆପଣ ବେଶୀ ଢଳିବେ। କୌଣସି ନକାରାତ୍ମକ ଭାବନାକୁ ମହତ୍ଵ ନ ଦେଇକରି ମାନସିକ ରୂପରେ ସୁସ୍ଥ ରହିବାକୁ ଚେଷ୍ଟା କରନ୍ତୁ। ଶାରୀରିକ ପ୍ରଫୁଲ୍ଲତା ଏବଂ ମାନସିକ ପ୍ରସନ୍ନତା ରହିବ। ମଧ୍ୟାହ୍ନ ପରେ ଆପଣ ଧାର୍ମିକ କାର୍ଯ୍ୟଗୁଡ଼ିକ ପ୍ରତି ଆକର୍ଷିତ ହେବେ। ଗୃହସ୍ଥ ଜୀବନ ଶାନ୍ତିପୂର୍ଣ୍ଣ ରହିବ। ଧନ ଲାଭ ହେବାର ସମ୍ଭାବନା ମଧ୍ୟ ଅଛି।ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

Leave a Reply

Your email address will not be published. Required fields are marked *