10 ଡିସେମ୍ବର 2019 : ମଙ୍ଗଳବାର ରାଶିଫଳ – ଏହି ସବୁ ରାଶିଙ୍କ ଉପରେ ମା ମଙ୍ଗଳା ହେଲେ ପ୍ରସନ୍ନ ।

rasi-phala

ମେଷ – ଆପଣ ଏବଂ ଆପଣଙ୍କର ସାଙ୍ଗ ମଧ୍ୟରେ ଥିବା ସମ୍ପର୍କରେ ଅଧିକ ଦୃଢତା ଆସିବ ।ଆପଣଙ୍କ ମଧ୍ୟରେ ଚିନ୍ତାଧାରାରେ ବହୁତ ସାମଞ୍ଜସ୍ୟ ଥିବାରୁ ଏକା ସାଂଗରେ ସମୟ କଟାଇବାକୁ ବହୁତ ଭଲ ଲାଗିବ । ଏହି ସମ୍ପର୍କକୁ ଏହି ଭଳି ବଜାଇ ରଖନ୍ତୁ । ଆଜି ଆପଣ କୌଣସି ପ୍ରତିଯୋଗିତାର ମାନସିକତାରେ ଅଛନ୍ତି । ଜୀବନର କେତେକ କ୍ଷେତ୍ରରେ ଏହା ଠିକ୍, ମାତ୍ର ମନେରଖନ୍ତୁ ଯେ ଆପଣ ଯେମିତି ବେଶି ଉଗ୍ର ମନୋବୃତି ନଆଣନ୍ତି ବିଶେଷତଃ ନିଜ ପରିବାରକୁ ନେଇ ।ଆଜି ଆପଣଙ୍କୁ କାର୍ଯ୍ୟରେ ସଫଳତା ମିଳିବ। ଚାକିରିରେ ସାଥୀ କାର୍ଯ୍ୟକର୍ତାମାନଙ୍କର ସଂପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ପରିବାରରେ ଆନନ୍ଦର ବାତାବରଣ ରହିବ। ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଭଲ ରହିବ |ମହିଳା ମିତ୍ର ଲାଭଦାୟକ ପ୍ରମାଣିତ ହେବେ। ପ୍ରାକୃତିକ ସୌଂଦର୍ଯ୍ୟ ସ୍ଥଳକୁ ପର୍ଯ୍ୟଟନ ହେବ। ବୈବାହିକ ସୁଖର ଭରପୂର ଆନନ୍ଦ ପାଇବେ,ପ୍ରତିକାର :- ଗୋଟାମୁଗ ମନ୍ଦିରରେ ଦାନ କରନ୍ତୁ।

ବୃଷ – ଆପଣ ଆଜି ବିଦେଶରୁ ଗୋଟିଏ ଖୁସି ଖବର ପାଇପାରନ୍ତି ଯଦି ଆପଣ ବିଦ୍ୟାର୍ଥି ହୋଇଥାନ୍ତି ତେବେ ଆପଣ ବୃତ୍ତି ପାଇପାରନ୍ତି କିମ୍ବା ଆପଣଙ୍କର ନାମ ଲେଖା ହୋଇପାରେ । ଏହା ମଧ୍ୟ କୌଣସି ଏକ ନୂଆ ଚ଼ାକିରି ହୋଇଥାଇପାରେ । ତେଣୁ ଇମେଲ ଲେଖନ୍ତୁ ।  ଆଜି ଆପଣ ନିଜ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ଏବଂ ଆଉ କାହା କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ । ଭଲ ହେବ ନିଜ ବିଚ଼ାରକୁ ନିଜେ ଶୁଣନ୍ତୁ । କୌଣସି ବ୍ୟକ୍ତିର ବିଚ଼ାର ଧାରାକୁ ନିଜ ଉପରେ ପ୍ରଭାବିତ ହେବାକୁ ଦିଅନ୍ତୁ ନାହିଁ । ଆଜିର ଦିନ ଆନନ୍ଦରେ ବିତିବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ସାମନାରେ ବିଜୟର ସ୍ଵାଦ ପ୍ରାପ୍ତି କରି ପାରିବେ। ସ୍ଵଜନମାନଙ୍କ ସହିତ ଆଜି ଭେଟ ହେବ। ମାନସିକ ରୂପରେ ପ୍ରସନ୍ନତା ବନି ରହିବ। ଧାର୍ମିକ ଯାତ୍ରାରେ ମନରେ ଆନନ୍ଦ ଅନୁଭବ କରିବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମିଥୁନି – ଆପଣଙ୍କୁ ବିଦେଶ ଯିବା ପାଇଁ ନିମନ୍ତ୍ରଣ ମିଳିପାରେ ସେଥିପାଇଁ ସଜାଗ୍ ରୁହନ୍ତୁ ଏବଂ ଏହି ସୁଯୋଗକୁ ହାତଛଡା କରନ୍ତୁ ନାହିଁ । କିନ୍ତୁ ଆପଣଙ୍କୁ ମିତବ୍ୟୟୀ ହେବାକୁ ପଡ଼ିବ । ଆଜି ଆପଣ ସେହି ଦ୍ରବ୍ୟକୁ ଗୁରୁତ୍ତ୍ୱ ଦିଅନ୍ତୁ ,ଯାହା ଆପଣଙ୍କ ପାଇଁ ଗୁରୁତ୍ତ୍ୱପୂର୍ଣ୍ଣ ଅଟେ । ଆପଣ ନିଜ ପରିବାରର କାମ ଏବଂ ମିତ୍ରମାନଙ୍କ ମଧ୍ୟରେ ଏକ ସନ୍ତୁଳନ ରକ୍ଷାକରନ୍ତୁ । ଆଜିର ଦିନ ଆମୋଦ-ପ୍ରମୋଦରେ ବିତିବ। ଶାରୀରିକ ଏବଂ ମାନସିକ ରୂପରେ ଆପଣ ଖୁସି ଅନୁଭବ କରିବେ। ମିତ୍ର ଏବଂ ପରିଜନମାନଙ୍କ ସହିତ ଯାତ୍ରା କିମ୍ବା ପର୍ଯ୍ୟଟନ ସ୍ଥଳକୁ ବୁଲିବାକୁଯାଇ ଆନନ୍ଦ ଉଠାଇ ପାରନ୍ତି। ପାରିବାରିକ କଳହର ଅବସର ନ ଆସୁ, ଏହାର ଧ୍ୟାନ ରଖିବେ। ପାରିବାରିକ ସଦସ୍ୟମାନଙ୍କ ସହିତ ଭୁଲ ବୁଝାମଣାରୁ ବଞ୍ଚନ୍ତୁ। ଯୋଗରେ ମନରେ ଉତ୍ପନ୍ନ ନକାରାତ୍ମକ ବିଚାର ଦୂର ହୋଇଯିବ | ପ୍ରତିକାର- ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ – ଆଜି ଆପଣଙ୍କ କାହାସହ ନୂଆ ସମ୍ପର୍କର ସ୍ଥାପନା ହୋଇପାରେ । ଦେଖନ୍ତୁ ଏ ସମ୍ପର୍କ ଆପଣଙ୍କୁ କେଉଁଠି ନେଇଯାଇଛି । ଏହା ସହ ସେ ବ୍ୟକ୍ତିଙ୍କୁ କୃତଜ୍ଞତା ଜଣାନ୍ତୁ ଯେ ଆପଣଙ୍କୁ ମାର୍ଗ ଦେଖାଇଛନ୍ତି ।  ଆଜି ଆପଣ ନିଜର ସୀମାଠାରୁ ବାହାରକୁ ଆସି କୌଣସି ପ୍ରକାରର ବିପଦ ଉଠାଇବାକୁ ଚ଼ାହିଁବେ । ଆପଣ ନିଜ ଜୀବନରେ ବହୁତ କିଛି ଜିନିଷ ଆଗକୁ ବଢ଼ାଇବାକୁ ଚ଼ାହିଁବେ,ଯେପରିକି ଆପଣଙ୍କର ସମ୍ପର୍କ ଏବଂ ବ୍ୟବସାୟ ଇତ୍ୟାଦି । ଜଗନ୍ନାଥଙ୍କର ଆଶୀର୍ବାଦରେ ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟରେ ଉତ୍ସାହ ଦେଖାଯିବ। ମନରେ ଫୂର୍ତ୍ତି ଏବଂ ସତେଜ ଅନୁଭବ କରିବେ। ପାରିବାରିକ ବାତାବରଣ ଖୁସି ଓ ଆନନ୍ଦ ପୂର୍ଣ୍ଣ ରହିବ। ମିତ୍ରମାନଙ୍କ ସହିତ ଆନନ୍ଦରେ ସମୟ କାଟିବେ। ମାତାଙ୍କ ତରଫରୁ ଲାଭ ହେବ। ଯାତ୍ରାର ଯୋଗ ଅଛି।ପ୍ରତିକାର– ଆରାଧ୍ୟା ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ସିଂହ – ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ  କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ । ଆଜି ଆପଣ ଆଶ୍ଚର୍ଯ୍ୟ ହେବେ ,ବହୁଦିନର ସମସ୍ୟାର ସମାଧାନ ଆପଣ କରିଦେଲେ ଯାହା ଆପଣ ବହୁ ଦିନରୁ କରିପାରୁ ନଥିଲେ । ଏହି ସମସ୍ୟା ଆପଣଙ୍କର ପ୍ରିୟଜନ ମାନଙ୍କ ମଧ୍ୟରେ ଚ଼ାଲିଥିଲା । ଆପଣଙ୍କ ଖର୍ଚ୍ଚ ଯୋଗୁଁ ଅତିରିକ୍ତ କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖିବାପାଇଁ ଉପଦେଶ। କାହା ସହିତ ଯୁକ୍ତି ହେବାର ଆଶଂକା ଅଛି। ଆର୍ଥିକ ମାମଲାରେ କିମ୍ବା ଆଦାନ-ପ୍ରଦାନରେ ସାବଧାନ ରହିବେ। ପାରିବାରିକ ସଦସ୍ୟମାନଙ୍କ ସହିତ ଝଗଡ଼ା ହୋଇପାରେ। ନକାରାତ୍ମକ ବିଚାର ମନ ଉପରେ ରହିବ,ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

କନ୍ୟା – ଆଜି ଆପଣ ଯାହା ନିଷ୍ପତ୍ତି ନେବେ ଭାବିଚ଼ିନ୍ତି ନିଅନ୍ତୁ ,କାରଣ ଆପଣ ନେଇଥିବା ନିଷ୍ପତ୍ତି ଉପରେ ପଶ୍ଚାତାପ ଯେପରି କରିବାକୁ ନ ପଡ଼େ । ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ ।  ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ । ଘରସଜ୍ଜା ଉପରେ ବିଶେଷ ଧ୍ୟାନ ଦେବେ। ନୂଆ ଘରପାଇଁ ଦ୍ରବ୍ୟ କିଣିବାର ସଂଭାବନା ଅଛି। ବ୍ୟାପାରିମାନଙ୍କ ଏବଂ ଚାକିରି କରୁଥିବା ଲୋକମାନଙ୍କର ଲାଭ ତଥା ପଦୋନ୍ନତିର ଆଶା ରଖିପାରନ୍ତି। ପାରିବାରିକ ସୁଖ-ଶାନ୍ତିର ବାତାବରଣ ରହିବ। ସରକାରୀ ଲାଭ ମିଳିବ। ଆପଣଙ୍କ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ,ପ୍ରତିକାର– ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ତୁଳା – ଆଜି ଆପଣ ନରମ ମନୋଭାବ ପୋଷଣ କରି କାହାକୁ ସାହାଯ୍ୟ କରିବେ । ନିଜର ନକାରାତ୍ମକ ଭାବନାକୁ ଦୂରେଇ ଦିଅନ୍ତୁ ଏବଂ ନିଜ ସମ୍ପର୍କକୁ ଅନ୍ୟମାନଙ୍କ ସହ ମଜବୁତ କରନ୍ତୁ । ଏହା ଆପଣଙ୍କୁ ଖୁସି ଆଣି ଦେବ । ଆଜି ସଫଳତା ହାସଲ କରିବେ । ଏହି ସମୟ ପୁରୁଣା ସ୍ମୃତିକୁ ମନେପକେଇବାର ସମୟ ଅଟେ । କ୍ରୋଧ ଏବଂ ହତାସାର ଭାବନା ନିଜର ମନ ଉପରେ ପ୍ରଭାବ ନପକାଉ ସେଥିପାଇଁ ଚେଷ୍ଟା କରିବେ। ଶାରୀରିକ ସ୍ଵାସ୍ଥ୍ୟ ଟିକେ ଖରାପ ହୋଇପାରେ, ଖାଦ୍ୟ-ପାନୀୟ ଉପରେ ଧ୍ୟାନ ଦିଅନ୍ତୁ। ଘର-ପରିବାରର ଚିନ୍ତା ସାଥିରେ ଖର୍ଚ୍ଚ ମାମଲାରେ ମଧ୍ୟ ଆଜି ଚିନ୍ତିତ ରହିବେ|ସ୍ଵାସ୍ଥ୍ୟର ବିଶେଷ ଧ୍ୟାନ ରଖିବେ। କଫ, ଶ୍ୱାସ କିମ୍ବା ପେଟର ଯନ୍ତ୍ରଣାରେ ଅସୁବିଧା ହୋଇପାରେ। ଆଜି ଶାରୀରିକ ଏବଂ ମାନସିକ ରୂପରେ ଅସୁସ୍ଥ ରହିପାରନ୍ତି,ପ୍ରତିକାର– ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ବିଛା – ଆଜି ଆପଣ ନିଜର ଉଗ୍ରସଭାବକୁ ନିୟନ୍ତ୍ରଣ ମଧ୍ୟରେ ରଖନ୍ତୁ, ନ ହେଲେ ଅନ୍ୟ ମାନେ ଆପଣଙ୍କ ଠାରୁ ଦୂରେଇ ଯିବେ । ଆପଣ ଜୀବନରେ କୌଣସି ଘଟଣାକୁ ନେଇ ଆପଣ ବ୍ୟସ୍ତ ହୋଇ ପଡ଼ୁଛନ୍ତି । ତଥାପି ନିଜକୁ ଶାନ୍ତ ରଖନ୍ତୁ । ଆଜି ଦିନଟି ସନ୍ତୋଷଜନକ ଆଜିର କାର୍ଯ୍ୟାବଳୀ ମନରେ ଖୁସି ଭରି ଦେବ । ଅତୀତର ଧୈଯ୍ୟ ଏବଂ କଠିନ ପରିଶ୍ରମ ଫଳ ଉପଭୋଗ କରିବେ । କୌଣସି ଦ୍ୱିଧାବୋଧନ ନ କରି ସୁଫଳକୁ ବଂଧୁମାନଙ୍କ ସହିତ ମିଳି ଉପଭୋଗ କରନ୍ତୁ । ଆଜି ଆପଣ ବିଶ୍ରାମ କରନ୍ତୁ କାରଣ ଆପଣଙ୍କୁ କିଛି ସମସ୍ୟା ପାଇଁ ଅସୁବିଧା ହୋଇ ପାରେ । ବେଶୀ ଚ଼ିନ୍ତା କରନାହିଁ, ଆପଣଙ୍କର ସମସ୍ତ ସମସ୍ୟା ଶୀଘ୍ରହିଁ ଶେଷ ହୋଇଯିବ ।ପରିବାରରେ ଖୁସି ଏବଂ ଆନନ୍ଦର ମାହୌଲ ରହିବ। ଚାକିରି ଏବଂ ବ୍ୟବସାୟରେ ଆପଣଙ୍କୁ ଲାଭର ସମାଚାର ମିଳିବ। ଉଚ୍ଚ ଅଧିକାରୀ ଆପଣଙ୍କଠାରୁ କାର୍ଯ୍ୟଗୁଡ଼ିକର ପ୍ରଶଂସା ମିଳିବ। ବୈବାହିକ ଯୋଗ ଅଛି। ମହିଳା ମିତ୍ରମାନଙ୍କର ବିଶେଷ ଲାଭ ହେବ। ଦାମ୍ପତ୍ୟଜୀବନରେ ମାଧୁର୍ଯ୍ୟର ଆନନ୍ଦ ନେବେ,ପ୍ରତିକାର–ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

ଧନୁ – ଆଜି ଘରେ ବହୁତ କୋଳାହଳମୟ ପରିବେଶ ହେବ । ଘରେ ଏକା ସାଙ୍ଗରେ ବହୁତ କାର୍ଯ୍ୟ ହେବ । ଆଜି ଆପଣଙ୍କ ଘରକୁ ବିଦେଶରୁ ଅତିଥି ଆସି ପାରନ୍ତି । ଆପଣ ନିଜର ସବୁ ସମସ୍ୟାକୁ ଗୋଟିଏ ପଟେ ରଖି ନିଜ ସାଙ୍ଗ ସାଥିଙ୍କ ସହିତ ମଜ୍ଜା କରନ୍ତୁ । ଆଜି ଆପଣଙ୍କୁ ଏଇଟା ଶିଖିବା ଆବଶ୍ୟକ ଅଟେ କି ଆପଣ ଅନ୍ୟମାନଙ୍କ ସାମନାରେ ନିଜକୁ କିପରି ଭଲ ଭାବରେ ଅଭିବ୍ୟକ୍ତ କରିବାକୁ ପଡ଼ିବ କାରଣ ଅନ୍ୟ ଲୋକ ସେଇଟା ବୁଝିବେ ଯେଉଁଟାକି ଆପଣ ତାଙ୍କୁ ବୁଝାଇବା କୁ ଚ଼ାହୁଁଛନ୍ତି । ଦିନ ଆନନ୍ଦଦାୟକ ରହିବ, ଉପହାର ଏବଂ ଲାଭରେ ଖୁସି ମିଳିବ। ଉଚ୍ଚ ପଦାଧିକାରୀ ଖୁସି ରହିବାରୁ ପ୍ରମୋଶନର ସମ୍ଭାବନା ବଢ଼ିବ। ମହିଳା ମିତ୍ର ଲାଭଦାୟକ ପ୍ରମାଣିତ ହେବେ,ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ

ମକର – ଆଜି ଆପଣଙ୍କର କରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । କରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ପାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି । ଆପଣଙ୍କ ପରିବାର ଲୋକଙ୍କ ପାଇଁ ଆଜି ଆପଣ ଖୁସି ଓ ଗର୍ବ ଅନୁଭବ କରିବେ । ଆଜି ଆପଣଙ୍କୁ କୌଣସି ପରିବାର ଲୋକଙ୍କ ସହିତ ଜଡ଼ିତ ଶୁଭ ସମାଚ଼ାର ଆପଣଙ୍କୁ ବହୁତ ଖୁସି ଦେବ । ନିଜ ପରିବାର ଲୋକଙ୍କ ସହିତ ସେମାନଙ୍କ ଖୁସିରେ ଆପଣ ସାମିଲ ହୁଅନ୍ତୁ ।ଆଜି ଆପଣଙ୍କ କାର୍ଯ୍ୟ ସରଳତା ପୂର୍ବକ ସମ୍ପୂର୍ଣ୍ଣ ହେବ। ମାନ-ସମ୍ମାନରେ ବୃଦ୍ଧି ହେବ। ଅଫିସ୍ ଉଚ୍ଚ ପଦାଧିକାରିମାନଙ୍କ ତରଫରୁ ପ୍ରୋତ୍ସାହନ ମିଳିବାର ଉପରେ ଆପଣଙ୍କ ଆତ୍ମବିଶ୍ଵାସ ବଢ଼ିବ,ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।

କୁମ୍ଭ – ଆପଣଙ୍କୁ ଯେଉଁ କାର୍ଯ୍ୟ କରିବାକୁ କୁହାଯାଇଛି ସେ କାର୍ଯ୍ୟପୂରା ମନଯୋଗ ଦେଇ କରନ୍ତୁ । କାରଣ ଆପଣଙ୍କ ପରିବାର ଏହା ବଦଳରେ ଆପଣଙ୍କୁ ସବୁଦିନ ସାହାଯ୍ୟ କରିବ ଏହି ସମୟରେ ହୁଏତ ଆପଣଙ୍କ ପରିବାର ଆପଣଙ୍କ ପାଖରୁ କିଛି ଆଶା କରୁଛି । ଆଜି ଆପଣଙ୍କ ଘରେ କୌଣସି ସାମାଜିକ ଅନୁଷ୍ଠାନ ହୋଇପାରେ । ଏହା ଆପଣଙ୍କୁ ଏକ ଅବଶର ମିଳିବ । ସବୁ ଦୁଃଖ, ଚ଼ିନ୍ତା ଭୂଲି ନିଜ ପରିବାରର ଲୋକଙ୍କ ସହିତ ସମୟ କାଟିବା ପାଇଁ ଆପଣ ଏଥି ପାଇଁ ନିଜକୁ ସତେଜ ଅନୁଭବ କରିବେ ।ଚିନ୍ତାର ଭାରରେ ସ୍ଵାସ୍ଥ୍ୟକୁ ହାନି ପହଁଞ୍ଚାଇପାରେ। ବାଦ-ବିବାଦରେ କାହା ସହିତ ସଂଘର୍ଷ ହୋଇପାରେ, ବାଣୀ ଉପରେ ନିୟନ୍ତ୍ରଣ ରଖିବେ। କୋର୍ଟ-କଚେରୀ କାର୍ଯ୍ୟରେ ସାବଧାନପୂର୍ବକ ପଦକ୍ଷେପ ଉଠାନ୍ତୁ,ପ୍ରତିକାର : ଅସହାୟ ଓ ବିଧବାଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

ମୀନ – ଆଜି ଆପଣଙ୍କ ଜୀବନରେ ଏକ ନୂଆ ମୋଡ଼ ଆସିପାରେ ଆଜି ଆପଣ କୌଣସି ଆତ୍ମିୟ କିମ୍ବା ଅଜଣା ବ୍ୟକ୍ତିଙ୍କ ପାଖରୁ କିଛି ଶିକ୍ଷା ଲାଭ କରି ପାରନ୍ତି ଯାହା ଆପଣଙ୍କ ପାଇଁ ଜରୁରୀ ଥିଲା । ତାଙ୍କ ଉପଦେଶ ଉପରେ ଧ୍ୟାନ ଦିଅନ୍ତୁ । ଆପଣଙ୍କୁ ଆପଣଙ୍କ ଦଳର ସମର୍ଥନ ମିଳିପାରିବ ,ଯଦି ଆପଣ ନିଜର ବିଚାରକୁ ସେମାନଙ୍କ ଆଗରେ ବ୍ୟକ୍ତ କରିବେ । ଆପଣ ନିଜେହିଁ ସବୁକାମ କରି ପାରିବେ କିନ୍ତୁ ନିଜ କାର୍ଯ୍ୟକୁ ଦଳ ମଧ୍ୟରେ ସମାନ ପରିମାଣରେ ଭାଗକରି ଦିଅନ୍ତୁ । ଆଜିର ଦିନ ପ୍ରତିକୂଳତାରେ ଭରା ରହିବ। ଶାରୀରିକ ଫୁର୍ତ୍ତିର ଆଜି ଅଭାବ ହୋଇପାରେ ଏବଂ ମାନସିକ ରୂପରେ ମଧ୍ୟ ଚିନ୍ତା ରହିପାରେ। ପତ୍ନୀଙ୍କ ସହିତ କଲହର ପ୍ରସଙ୍ଗ ବନିପାରେ ଅଥବା ମନମାଳିନ୍ୟ ହୋଇପାରେ,ପ୍ରତିକାର:- ଷଣ୍ଢକୁ ଗୁଡ଼ ରୁଟି ଖୁଆନ୍ତୁ।

Leave a Reply

Your email address will not be published. Required fields are marked *