ମେଷ – ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ । ଆଜି ସବୁ କିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ । ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି । ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭ ଉଠାନ୍ତୁ । ଆପଣ ତାଙ୍କର ଫୋନ କିମ୍ବା ଇମେଲର ଅପେକ୍ଷା କରନ୍ତୁ । କାରଣ ଏହି ସୁସମ୍ବାଦ ଆପଣଙ୍କ ପାଇଁ ଖୁବ୍ ଗୁରୁତ୍ତ୍ୱପୂର୍ଣ୍ଣ ।ଶାରୀରିକ ଏବଂ ମାନସିକ ରୂପରେ ଆପଣ ବ୍ୟଗ୍ରତା ଅନୁଭବ କରିପାରନ୍ତି। ଅନିଦ୍ରା କାରଣରୁ ସ୍ଵାସ୍ଥ୍ୟ ବିଗିଡ଼ି ପାରେ। ବୌଦ୍ଧିକ ଚର୍ଚ୍ଚାରେ ଆନନ୍ଦ ପ୍ରାପ୍ତ ହୋଇପାରେ, ପରନ୍ତୁ ଏପରି ବୌଦ୍ଧିକ ଚର୍ଚ୍ଚାରୁ ଦୂରରେ ରହବା ପାଇଁ ଉପଦେଶ |ପଢ଼ିବା -ଲେଖିବାରେ ବିଦ୍ୟାର୍ଥିମାନଙ୍କ ମନ ଲାଗିବ ନାହିଁ। ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କ ମନ ପ୍ରଫୁଲ୍ଲିତ ହେବ ,ପ୍ରତିକାର:- ପିତାମାତାଙ୍କର ସେବାକରିବା ଆବଶ୍ୟକ
ବୃଷ–ପାରିବାରିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ର ସୁଦୃଢ଼ ହେବ। ବ୍ୟବସାୟୀମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବେ। ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି,ପ୍ରଶାସନକ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବେ। ମହିଳାମାନଙ୍କର ଆଶା ପୂରଣ ହେବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ବିଦ୍ୟାରେ ଉନ୍ନତି ହେବ। ଭବିଷ୍ୟତ ଚିନ୍ତାକରି ପରିଶ୍ରମକଲେ ଚେଷ୍ଟା ସାର୍ଥକହେବ। ପ୍ରତିକାର:- ଠାକୁରାଣୀଙ୍କୁ ଭୋଗଲଗେଇ ବାଣ୍ଟିବେ।
ମିଥୁନ – ଆଜି ଆପଣ ଅନୁଭବ କରିବେ ଛୋଟ ଛୋଟ କଥାରେ ଆପଣଙ୍କ ଘରେ କଳି ହେଉଛି । ପରିବାରର ଲୋକଙ୍କ ମଧ୍ୟରେ ମତଭେଦ ବଢ଼ିବାରେ ଲାଗିଛି । ଆଜି ଆପଣଙ୍କର କୌଣସି ପ୍ରିୟଜନଙ୍କର ମନ ମଧ୍ୟ ଖରାପ ହୋଇ ପାରେ । ଆଜି ଆପଣ ଯାହା ନିଷ୍ପତ୍ତି ନେବେ ଭାବିଚ଼ିନ୍ତି ନିଅନ୍ତୁ ,କାରଣ ଆପଣ ନେଇଥିବା ନିଷ୍ପତ୍ତି ଉପରେ ପଶ୍ଚାତାପ ଯେପରି କରିବାକୁ ନ ପଡ଼େ । ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ ।ପ୍ରତ୍ୟେକ କାର୍ଯ୍ୟ ଆତ୍ମବିଶ୍ଵାସ ଏବଂ ଅଟଳ ମନୋବଳର ସହିତ କରନ୍ତୁ, ନିଶ୍ଚିତ ସଫଳତା ମିଳିବ। ପିତା କିମ୍ବା ପୈତୃକ ସଂପତ୍ତିରେ ଲାଭ ହେବ। ସରକାରଙ୍କଠାରୁ ଆର୍ଥିକ ଲାଭ ହେବ। ବିଦ୍ୟାର୍ଥୀମାନେ ନିଜର ପଢ଼ାରେ ଭଲ ପ୍ରଦର୍ଶନ କରିବେ,ପ୍ରତିକାର – ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।
କର୍କଟ:-
ଆଜି ଶନିଦେବଙ୍କ କୃପା ରହିବ ଏହି ରାଶିର ଲୋକଙ୍କ ଉପରେ । ସମସ୍ତ କାର୍ଯ୍ୟ ଅତି ସହଜରେ ହେବ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ପରୀକ୍ଷା ରେ ଆଶା ମୁତାବକ ଫଳ ପାଇବେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେବେ। ଦୀର୍ଘଦିନର ଆଶା ଆଜି ପୂରଣ ହେବ। ଉଚ୍ଚପଦବୀରେ ଅଧିଷ୍ଠିତହେବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସରଳ କରିବେ। ପରହାତରେ ଥିବା ଧନ ପ୍ରାପ୍ତି ହେବ। ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ। ସୂଯ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ ।
ସିଂହ:-
ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ସାଂସାରିକ ଜୀବନ ସୁଖମୟ ହେବ। ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ, ଷ୍ଟେସନାରୀ ଓ ସ୍ତ୍ରୀମାନଙ୍କର ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ଅଧିକଲାଭ କରିପାରିବେ। ପ୍ରତିକାର-ଭିକାରୀକୁ ନିରାଶ କରିବେ ନାହିଁ।
କନ୍ୟା:-
ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କବହୁତ ଦିନରୁ ଲାଗିରହିଥିବା ଅସୁବିଧାରୁ ମୁକ୍ତି ମିଳିବ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
ତୁଳା:-
କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।
ବିଛା:-
ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପ୍ରତିକାର- ବୃଦ୍ଧ, ବୃଦ୍ଧାଙ୍କୁ ଭୋଜନ ଦିଅନ୍ତୁ।
ଧନୁ–
ଶୁଭ ସମାଚାର ପାଇ ମନ ଖୁସି ହେବ। ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ। ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ। କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ। ଜନ ସେବାରେ ପ୍ରଶଂସା ମିଳିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଶତୃ ପରାଜିତ ହେବେ। ନିର୍ମାଣ କାର୍ଯ୍ୟରେ କିଛି ସମୟ ଇଚ୍ଛାକୃତ ତ୍ୟାଗ କରିବେ। ସାମାଜିକ ଉତ୍ସବରେ ଭାଗ ନେବେ । ରାଜନୀତି, ଖେଳ, ବିଦ୍ୟା ଓ କୃଷିକ୍ଷେତ୍ରରେ ଆଦୃତ ହେବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।
ମକର–
କର୍ମକ୍ଷେତ୍ରରେ ମାନସିକ ଚାପ ବୃଦ୍ଧି ପାଇବ। ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ। ବାକିଥିବା ଅର୍ଥ ଆଦାୟ ହେବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ରାଜନୀତିରେ ଲୋକପ୍ରିୟତା, ବିଦ୍ୟାରେଉନ୍ନତି, ଖେଳ ରେ ପ୍ରଶଂସା, କୃଷିରେ ମନନିବେଶ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ସମ୍ପର୍କ ତୁଟିଯିବ। ପରିବାରରେ ଅର୍ନ୍ତଦ୍ୱନ୍ଦ ସୃଷ୍ଟି ହେବ। ମହିଳାମାନେ ପିଲାଙ୍କ ଆଚରଣରେ ଚିନ୍ତିତ ରହିବେ। ପ୍ରତିକାର ଦ୍ୱାରା ବାଧା ଦୂର ହେବ ଏବଂ ସଫଳତା ମିଳିବ। ନୂଆ ନିଯୁକ୍ତିର ସମ୍ଭାବନା ଅଛି। ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।
କୁମ୍ଭ–
ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ଗୃହରୁ ସୁଖମିଳିବ। ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ। ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଓ ଆମୋଦପ୍ରମୋଦର ସୁଯୋଗ ପାଇବେ। ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟରେ ପ୍ରସାର ପ୍ରଚାର ହେବ। ରାଜନୀତିରେ ସମସ୍ୟା ଦୂର ହେବ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।
ମୀନ–
ବାହ୍ୟ ଯୋଗାଯୋଗରେ ଲାଭ ମିଳିବ। ସଭାସମିତି, ରାଜନୀତି ପାଇଁ ସମୟ ଦେବାକୁ ପଡ଼ିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ଭଲ ଚାଲିବ। ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ବିଦ୍ୟା ଓ ଖେଳରେ ଉତ୍ସାହ ବଢ଼ିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ଓ ମାନସିକ ଶାନ୍ତି ପାଇବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ମାଂସ ଭୋଜନ,ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ । ଲଟେରୀ ଓ ଜୁଆଖେଳରୁ ନିବୃତ୍ତ ରହନ୍ତୁ ନଚେତ୍ କ୍ଷତିସହିବେ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।