14 ମାର୍ଚ 2020 ରାଶିଫଳ – ଏହି ସବୁ ରାଶି ଉପରେ ଆଜି ଶନିଦେବ ହେଲେ ପ୍ରସନ୍ନ

rasi-phala

ମେଷ – ବନ୍ଧୁଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇବେ ଓ ଆତ୍ମ ବିଶ୍ୱାସ ଅତୁଟ ରହିବ । ଆଜି ବୃହସ୍ପତି ରବିଙ୍କ ନକ୍ଷତ୍ରରେ ରହିଥିବାରୁ ଆପଣଙ୍କ ଚେଷ୍ଟା ନିଶ୍ଚିତ ଫଳବତୀ ହୋଇପାରିବ । ଆପଣଙ୍କ ସକାରାତ୍ମକ ମନ୍ତବ୍ୟ ଅନ୍ୟମାନଙ୍କୁ ପ୍ରଭାବିତ କରିବ । ବ୍ୟବସାୟୀମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ । ସରକାରୀ କର୍ମଚାରୀମାନଙ୍କର ପଦୋନ୍ନତି ହେବ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ଆଜି ଆପଣଙ୍କ ଅତି ପ୍ରିୟ ବନ୍ଧୁ ଆପଣଙ୍କ ଘରକୁ ଆସି ଭେଟି ପାରନ୍ତି । ବକ୍ତବ୍ୟ ଉପରେ ନିୟନ୍ତ୍ରଣ ବଜାୟ ରଖନ୍ତୁ, ନଚେତ୍ କ୍ଷତିରେ ପଡ଼ିପାରନ୍ତି । କେତେକ କ୍ଷେତ୍ରରେ ନୀରବତା ରହିବା ଶ୍ରେୟସ୍କର ହେବ । ବାଦବିବାଦ, ଯୁକ୍ତିତର୍କ ଠାରୁ ଦୂରେଇ ରୁହନ୍ତୁ । ଆପଣଙ୍କ ଦାମ୍ପତ୍ୟ ଜୀବନ ପ୍ରୀତିମୟ ରହିବ । ଶୁଭରଙ୍ଗ: ଗୋଲାପି । ଆରାଧନା: ନାରାୟଣ ।

ବୃଷ – ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ । ଭାଗ୍ୟକର୍ମାଧିପ ଚତୁର୍ଥାଧିପଙ୍କ ନକ୍ଷତ୍ରସ୍ଥ ଯୋଗୁଁ ଆପଣଙ୍କ ଉଦ୍ୟମରେ ସିଦ୍ଧିଲାଭ ହୋଇପାରେ । ଆଜି ଆପଣ ନୂଆ ଲକ୍ଷ୍ୟ ହାସଲ କରିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ଲାଗିରହିଲେ ମଧ୍ୟ ଦୃଢ ମନୋବଳ ଉଚ୍ଚତର ଚରମ ଶିଖରକୁ ନେଇଯିବ । ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ ଏବଂ ଅଧିକାରୀଙ୍କ ଅନୁକମ୍ପାରୁ ପଦୋନ୍ନତି ପାଇବାର ସମ୍ଭାବନା ମଧ୍ୟ ରହିଛି । ବେରୋଜଗାର ଯୁବକମାନଙ୍କୁ ଘରୋଇ କମ୍ପାନୀରେ ଚାକିରି ପାଇବାର ସୂଚନା ମିଳିବ । କୌଣସି ଧାର୍ମିକ କିମ୍ବା ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି । ବନ୍ଧୁ କିମ୍ବା ସମ୍ପର୍କୀୟଙ୍କଠାରୁ ଉପହାର ପାଇବା ସମ୍ଭାବନା ଅଛି । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ । ନିଜ ପିଲାମାନଙ୍କ ସହିତ ଖୁସିରେ ଦିନଟି ଅତିବାହିତ କରିବେ ଏବଂ ଜୀବନ ସାଥୀଙ୍କ ସହିତ ଏକ ସନ୍ତୋଷଜନକ ଜୀବନ ଉପଭୋଗ କରିବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଗାୟତ୍ରୀ ।

ମିଥୁନ – ଆପଣଙ୍କ ପାଇଁ ଦିନଟି କୌତୂହଳପୂର୍ଣ୍ଣ ରହିବ ଓ ଲୋକପ୍ରିୟତା ବୃଦ୍ଧି ପାଇବ । ଧନାଧିପ ଚନ୍ଦ୍ର କେନ୍ଦ୍ରସ୍ଥାନରେ ରହିଥିବାରୁ ପ୍ରତ୍ୟେକ କାର୍ଯ୍ୟ ପାଇଁ ପ୍ରତିକୂଳ ନ ହେଲେ ମଧ୍ୟ ବ୍ୟୟବୃଦ୍ଧି ନିମନ୍ତେ ମନରେ ବିରକ୍ତି ଭାବନା ଜାତ ହୋଇପାରେ । ବ୍ୟବସାୟ ହେବା କାରଣରୁ ମନ ଖୁସି ରହିବେ । ସରକାରୀ କର୍ମଚାରୀଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ଅଟେ । ଅଫିସରେ ସମସ୍ତଙ୍କ ସହ ମିଳିମିଶି କାମ କରିବେ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ଘରୋଇ ଜିନିଷ କିଣିବାରେ ପଇସା ଅଧିକ ଖର୍ଚ୍ଚ ହେବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଅଧିକ ପରିଶ୍ରମ ଯୋଗୁଁ ସ୍ୱାସ୍ଥ୍ୟ ଉପରେ ପ୍ରଭାବ ପଡିବ । ହିତୈଷୀମାନଙ୍କ ପରାମର୍ଶରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ । ନିଜର ବୁଦ୍ଧି ଖଟାଇ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବାରେ ସମର୍ଥ ହୋଇପାରନ୍ତି । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଶାରଳା ।

କର୍କଟ – ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ଅନୁକୂଳ ଗ୍ରହସ୍ଥିତିରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । କିନ୍ତୁ ଆଜି ଅଯଥାରେ ଅଧିକ ଖର୍ଚ୍ଚ ହୋଇପାରେ । କର୍ମକ୍ଷେତ୍ର ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ । କର୍ମକ୍ଷେତ୍ରରେ ବିବଦମାନ ସ୍ଥିତି ବନ୍ଧୁଙ୍କ ସହାୟତାରେ ସମାଧାନ ଦିଗକୁ ଗତି କରିବ । ବ୍ୟବସାୟୀ ଆର୍ଥିକ ସ୍ଥିତି ଭଲ ରହିବ । ବ୍ୟବସାୟ ସମ୍ବନ୍ଧିତ କୌଣସି ନୂଆ କାର୍ଯ୍ୟ ହାତ ନେଇ ଅତ୍ୟାଧିକ ଲାଭବାନ ହୋଇପାରନ୍ତି । ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ । ନିର୍ମାଣାଧୀନ କାର୍ଯ୍ୟ ସକାଶେ ଅର୍ଥର ଆବଶ୍ୟକତା ଅପରିହାର୍ଯ୍ୟ ହୋଇପାରେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲିମକଦ୍ଦମାରେ ବିଜୟୀ ହେବେ । ଗୁପ୍ତ ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ବାରମ୍ବାର ପ୍ରୟାସ କରିବେ, ତେଣୁ ସତର୍କତାର ସହ ଦିନଚର୍ଯ୍ୟା ଅତିବାହିତ କରନ୍ତୁ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ହନୁମାନ ।

ସିଂହ – ଦିନଟି ଆପଣଙ୍କ ଲାଗି ନୂଆ ସମ୍ଭାର ନେଇ ଆସିଛି । କୌଣସି ସଭା ସମିତି କାର୍ଯ୍ୟରେ ସାମିଲ ହୋଇପାରନ୍ତି । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ରହିବ । ସରକାରୀ କାର୍ଯ୍ୟରେ ସଫଳତା ମିଳିବ । ପଦୋନ୍ନତିର ଯୋଗ ରହିଛି । ପାରିବାରିକ ଦାୟିତ୍ୱ ସୁଚାରୁ ରୂପେ ସମ୍ପାଦନା କରିବେ । ମାନସିକ ରୂପରେ ଆଳସ୍ୟ ଅନୁଭବ କରିପାରନ୍ତି । ବାଦ, ବିବାଦ, କୋର୍ଟ କଚେରୀରେ ସକାରାତ୍ମକ ବିଜୟୀ ଲାଭ କରିବେ ।ସନ୍ଧ୍ୟା ସୁଦ୍ଧା ଘରକୁ କୌଣସି ବନ୍ଧୁ ଆସିବେ । ସନ୍ତାନମାନଙ୍କ ବିଷୟରେ ଆପଣଙ୍କୁ ଚିନ୍ତା ହୋଇପାରେ । ମହିଳାମାନେ ନିଜ କାର୍ଯ୍ୟ ଦକ୍ଷତା ବଳରେ ପ୍ରସଂଶିତ ହେବେ । ଶୁଭରଙ୍ଗ:ଲାଲ । ଆରାଧନା: ହନୁମାନ ।

କନ୍ୟା – ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନହେବ । ଦ୍ୱାଦଶସ୍ଥ ଚନ୍ଦ୍ର ହେତୁ ଦୂରଯାତ୍ରା କରିପାରନ୍ତି କିନ୍ତୁ ଆପଣ ଭୁଲ୍‌ ନିଷ୍ପତ୍ତି ନେଇ ପଶ୍ଚାନ୍ତେ ଅନୁତାପ କରିବେ । ଅବଶ୍ୟ ସାମାନ୍ୟ ବିଳମ୍ବିତ ସମୟରେ ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି । ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭବାନ ହେବେ । ଚାକିରି କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ କିନ୍ତୁ ଉଚ୍ଚାଧିକାରୀ ଆପଣଙ୍କ କାର୍ଯ୍ୟକଳାପ ଉପରେ ରୁଷ୍ଟ ହୋଇପାରନ୍ତି । ଯାନବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ବନ୍ଧୁଙ୍କ ଠାରୁ ଧାରକରଜ କରିବାକୁ ପଡିପାରେ । ରାଜନୀତି, ସଭାସମିତି ତଥା ସାଙ୍ଗଠନିକ କାର୍ଯ୍ୟ କିମ୍ବା ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ପରିବାରର ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ ପାଇଁ ଚେଷ୍ଟା କରିବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ତୁଳା – ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆର୍ଥିକ ସମସ୍ୟା ଦୂରେଇବାରେ ଜଣେ ବିଜାତୀୟ ବନ୍ଧୁ ସାହାଯ୍ୟ କରିପାରନ୍ତି । ନିକଟ ଅତୀତର ପରିସ୍ଥିତିକୁ ଯେତିକି ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ପାରିବାରିକ କ୍ଷେତ୍ରରେ ଗତକାଲିର କଳି ତକରାଳ ବିଷୟର ପର୍ଯ୍ୟାଲୋଚନା କରି ଅନ୍ୟମନସ୍କ ରହିବେ । କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ ସିନା ଶୁଭଫଳ ପାଇପାରିବେ ନାହିଁ । ଗୃହସ୍ଥ ଜୀବନରେ ସୁଖ- ଶାନ୍ତି ରହିବ । ଉଚ୍ଚ ପଦାଧିକାରିମାନଙ୍କର ପ୍ରୋତ୍ସାହନ ଆପଣଙ୍କ ଉତ୍ସାହ ବଢ଼ାଇବ । ସଭାସମିତି, ସଙ୍ଗଠନ, ରାଜନୀତି, ପ୍ରଶାସନ, ଆଲୋଚନା କ୍ଷେତ୍ରରୁ ପ୍ରଶଂସିତ ହେବେ । ସରକାରଙ୍କ ତରଫରୁ ଲାଭ ପ୍ରାପ୍ତି କରି ପାରିବେ । ଅପରାହ୍ନେ ଦୀର୍ଘଦିନର ଆଶା ଫଳବତୀ ହେବ । ଶୁଭରଙ୍ଗ : ମେରୁନ । ଆରାଧନା : ପ୍ରଭୁ ହନୁମାନ ।

ବିଛା – ମନରେ ସକାରାତ୍ମକ ଭାବନା ବଜାୟ ରଖନ୍ତୁ । ଆଜି ପରିବାର କଥା ନେଇ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନାକରି ସମାଧାନରେ ଉପନୀତ ହୋଇପାରନ୍ତି । ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂରହୋଇଯିବ । ଚାକିରୀ କ୍ଷେତ୍ରରେ ବହୁତ କଷ୍ଟ ଓ କଠିନ ପରିଶ୍ରମ କଲେ ସଫଳତାପୂର୍ଣ୍ଣ ଫଳ ପ୍ରାପ୍ତ କରିବେ । ଆର୍ଥିକ ସ୍ଥିତି ମଜଭୁତ ହେବ । ପ୍ରକୃତ ଘଟଣା ନବୁଝି ପାଖପଡୋଶୀ କିମ୍ବା ଉପରିସ୍ଥ କର୍ମଚାରୀ କ୍ରୋଧ ପ୍ରକାଶ କରିପାରନ୍ତି । ସ୍ଵାସ୍ଥ୍ୟରେ ଉନ୍ନତି ହେବ । ଆତ୍ମୀୟଙ୍କ ସହ ଜମିଜମାକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ । ବନ୍ଧୁମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ । ଶୁଭରଙ୍ଗ: ବାଦାମି । ଆରାଧନା: ହନୁମାନ ।

ଧନୁ – ଦିନଟି ସମ୍ୟକ ଗୋଳମାଳିଆ ରହିବ, ବାଧାବିଘ୍ନ ଦେଇ ସମସ୍ତ ସମସ୍ୟାର ସମ୍ମୁଖୀନ କରିବେ । ରାହୁ ପ୍ରଭାବରେ ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ବ୍ୟବସାୟ ବାଣିଜ୍ୟରେ ଆର୍ଥିକ ସ୍ଥିତି ମାନ୍ଦା ରହିବ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗରେ ଫସି ପାରନ୍ତି । ସାମାଜିକ ସ୍ତରରେ ବନ୍ଧୁଙ୍କ ନିକଟରୁ ଯାହା ଓ ଯେତିକି ପାଉଛନ୍ତି ତାହାକୁ ଆଦରର ସହିତ ଗ୍ରହଣ କରିବା ଭଲ ହେବ । ପାରିବାରିକ କ୍ଷେତ୍ରରେ ନିଜର ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହେବେ ଓ କାର୍ଯ୍ୟସିଦ୍ଧି ଅବଶ୍ୟ ଘଟିବ । ମନର କଥା ମନରେ ରଖି ବନ୍ଧୁଙ୍କୁ ନିଜ କାମରେ ଲଗାଇ ଇଚ୍ଛିତ କାର୍ଯ୍ୟ ହାସଲ କରିବେ । ବାଦବିବାଦ ପରିସ୍ଥତିତରେ ମୁଣ୍ଡ ପୁରନ୍ତୁ ନାହିଁ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ହନୁମାନ ।

ମକର – କୌଣସି କାମ ଆରମ୍ଭ କରିବା ଲାଗି ମନ ବିସ୍ତାପ ରହିବା । ସ୍ଵଗୃହୀ ରାଶ୍ୟାଧିପତିଙ୍କ ଜନିତ ଶାରୀରିକ ଅସୁସ୍ଥତା ଧୀରେ ଧୀରେ ଦୂରେଇବା ସହ ମାନସିକ ଆଶ୍ୱସ୍ଥି ଅନୁଭବ କରିବେ । କୌଣସି ଦୃଢ଼ ପଦକ୍ଷେପ ନେଲେ ଝମେଲା ଅଧିକ ବଢ଼ି ଯାଇପାରେ । ଭାଇଭଉଣୀମାନେ ସେମାନଙ୍କର ସମ୍ପର୍କକୁ ମଜବୁତ କରିବେ । ସବୁ ସୁବିଧା ଥାଇ ମଧ୍ୟ ସମସ୍ୟା ଲାଗି ରହିବା ଯୋଗୁଁ କେତେକ କାମ ସମ୍ପନ୍ନ ନ ହୋଇପାରିବ ନାହିଁ । ହୋଟେଲ, ଛୋଟ ଦୋକାନୀ ମଳିକାମାନେ ଲାଭବାନ ରହିବେ । ସରକାରୀ କାମରେ ଲାଭ ମିଳିବାର ଯୋଗ ରହିଛି ଓ ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ରାଜନୀତି, ଧର୍ମ ଏବଂ ଜାତିଗତ ପ୍ରସଙ୍ଗ ଉପରେ ଆଲୋଚନା କରିବା ଠାରୁ ଦୂରେଇ ରୁହନ୍ତୁ । ଯତ୍ନର ସହିତ ଯାନବାହାନ ଚଳାଚଳ କରନ୍ତୁ, ନଚେତ୍ ଦୁର୍ଘଟଣାର ସମ୍ମୁଖୀନ କରିବାକୁ ପଡିପାରେ । ଘର କିଣିବାକୁ ତତ୍ପର ହୁଅନ୍ତୁ ନାହିଁ । ଜୀବନସାଥୀଙ୍କ ବ୍ୟବହାର ପ୍ରେମ ଭରା ରହିବ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀଗଣେଶ ।

କୁମ୍ଭ – ଆଜି ଆପଣ ଯେଉଁ କାମ କରିବାକୁ ଚିନ୍ତା କରୁଛନ୍ତି ତାହା ସଂପୂର୍ଣ୍ଣ କରିବେ । ଧନସ୍ଥାନସ୍ଥ ଗ୍ରହ ପ୍ରଭାବରେ ଆର୍ଥିକ ପରିସ୍ଥିତି କ୍ରମଶଃ ବଦଳି ଯିବ, ଯାହାଫଳରେ ମନ ପ୍ରଫୁଲ୍ଲ ରହିବ । ଆଜିର କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ପ୍ରଗାଢ଼ ଚେଷ୍ଟା କରିପାରନ୍ତି । ତଥାପି କେତେକ କାମ ହାସଲ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ । ବ୍ୟବସାୟରୁ ଭଲ ଧନଲାଭ ହେବ କିନ୍ତୁ ବ୍ୟବସାୟକୁ କେନ୍ଦ୍ର କରି ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହେବେ । ସାମାଜିକ ସ୍ତରରେ ଦୃଢ଼ତା ହେତୁ ଦୃତୋନ୍ନତି ପରିଲକ୍ଷିତ ହେବ । ପ୍ରଶାସନିକ ସ୍ଥିତି ପ୍ରାୟତଃ ଭଲ ରହିବ । ଆପଣ କୌଣସି ଗୁରୁତ୍ୱପୂର୍ଣ୍ଣ ସଭା ବା ବୈଠକରେ ପହଞ୍ଚିବାରେ ବିଳମ୍ବ କରିପାରନ୍ତି । ଆପଣ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ । ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ । ସ୍ୱାଦିଷ୍ଟ ଖାଦ୍ୟ ଭୋଜନ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ମୀନ – ଆଜି ଆପଣ ଟିକେ ଭାବପ୍ରବଣ ହୋଇପାରନ୍ତି । ଶନି କ୍ଷେତ୍ରସ୍ଥ ରବି ହେତୁ କର୍ମ କ୍ଷେତ୍ରରେ ଅନ୍ୟ ଦ୍ୱାରା ପ୍ରଭାବିତ ଉଚ୍ଚ ଅଫିସରଙ୍କ ସହ ସମ୍ପର୍କ ହାନୀ ଦୁଶ୍ଚିନ୍ତାର କାରଣ ହେବ । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ । ହଜି ଯାଇଥିବା ଜିନିଷ, ଅଳଙ୍କାର, ଟଙ୍କା ପଇସା ଖୋଜ ଖବର ପାଇପାରରନ୍ତି । ଅଫିସରେ ସ୍ଥଗିତ କାର୍ଯ୍ୟକୁ ପୂରା କରିବାକୁ ଚେଷ୍ଟା କରିବେ । ଆର୍ଥିକ ସ୍ଥିତି ଭଲ ନ ରହିବା କାରଣରୁ ସାମୟିକ ଭାବେ ଦୁଃଖିତ ରହିପାରନ୍ତି । ପରିବାରର ଆବଶ୍ୟକତାକୁ ଉପଲବ୍ଧତ୍କରି ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଜଣେ ଅଜ୍ଞାତ କିମ୍ବା ମନ୍ଦ ବ୍ୟକ୍ତି ଆପଣଙ୍କୁ ପ୍ରତାରଣା କରିବାକୁ କିମ୍ବା ଠକିବାକୁ ଚେଷ୍ଟା କରିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

Leave a Reply

Your email address will not be published. Required fields are marked *