15 ମାର୍ଚ 2020 ରବିବାର – କେମିତି କଟିବ ଆଜି ଆପଣଙ୍କର ଦୀନ

rasi-phala

ମେଷ : ଆପଣ ଆଜି ଆଇନା ସାମନାରେ ବହୁ ସମୟ ବସିବେ କାରଣ ଏକ ସାମାଜିକ ସମାରୋହରେ ଆପଣ ବହୁତ ସୁନ୍ଦର ଦେଖାଯିବା ପାଇଁ ଚାହାଁନ୍ତି । ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ଖର୍ଚ୍ଚ ବଢ଼ିପାରେ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ପରିବାରରେ ମନମାଳିନ୍ୟ ଏବଂ ଝଗଡ଼ା ହେବାର ଆଶଂକା ଅଛି। ସ୍ଵାସ୍ଥ୍ୟ ଉପରେ ଧ୍ୟାନ ଦେବାର ଆବଶ୍ୟକତା ଅଛି। ବାହନ ଚଳାଇବା ସମୟରେ ଏବଂ ରାସ୍ତାରେ ସଜାଗ ରୁହନ୍ତୁ।ପ୍ରତିକାର:- ଭୋକିଲା ଲୋକକୁ ନିରାଶ ନକରି ଅନ୍ନଦାନ କରନ୍ତୁ।

ବୃଷ : କାର୍ଯ୍ୟ ସମ୍ପର୍କିତ ଭ୍ରମଣ କିମ୍ବା ଦର୍ଶନୀୟ ସ୍ଥାନ ବିତେଇବା ପାଇଁ କୋଉଁ ଆଡେ ଯାଇପାରନ୍ତି । ଏପ୍ରକାର ଭ୍ରମଣ ଫଳପ୍ରଦ ଏବଂ ଉପଭୋଗ କରିବେ । ଯଦି କାର୍ଯ୍ୟ ସମ୍ପର୍କିତ ଭ୍ରମଣ ହୋଇଥାଏ ସୁଫଳମିଳିବ । ଶରୀରରେ ଆଲସ୍ୟ ଏବଂ ଚିନ୍ତାର ଅନୁଭବ ହୋଇପାରେ। ସନ୍ତାନମାନଙ୍କ ସହିତ ମତଭେଦ କିମ୍ବା ମନମାଳିନ୍ୟ ହୋଇପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ଅଫିସ୍ ରେ ଉଚ୍ଚ ପଦାଧିକାରିମାନଙ୍କ ସହିତ ଆପଣଙ୍କ ବାଦ-ବିବାଦ ହୋଇପାରେ। ଧାର୍ମିକ କାର୍ଯ୍ୟଗୁଡ଼ିକରେ କିମ୍ବା ଧାର୍ମିକ ଯାତ୍ରା ପଛରେ ଧନ ଖର୍ଚ୍ଚ ହୋଇପାରେ।ପ୍ରତିକାର:- ଗୁଡ଼ ଆଉ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ମିଥୁନ : ଆଜି ଆପଣ ବହୁତ ପରିସ୍ଥିତି ସାମନାକରି ନିଜ ସାହସକୁ ବଜାୟ ରଖନ୍ତୁ । ବେଳେ ବେଳେ ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ । ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। କଟୁ ବଚନ କିମ୍ବା ଖରାପ ବ୍ୟବହାର କାରଣରୁ ଝଗଡ଼ା କିମ୍ବା ବିବାଦ ହୋଇପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ଆକସ୍ମିକ ଧନଲାଭ ହେବ। ସମୟରେ ଭୋଜନ କରିବାରେ ବିଳମ୍ବ ହୋଇପାରେ। ଅତ୍ୟଧିକ କାମର ବୋଝରେ ଥକା ଏବଂ ମାନସିକ ଚିନ୍ତା ହୋଇପାରେ।ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ।

କର୍କଟ – ଆପଣ ଦେଖିବେ ଆଜି ଆପଣଙ୍କର ବିଦେଶୀ ଲୋକଙ୍କ ସହ ଆତ୍ମୀୟତା ବଢିବ । ଆପଣଙ୍କ ବିଦେଶୀ ବନ୍ଧୁ ଆପଣଙ୍କୁ ସେଠାକୁ ଯିବାକୁ ନିମନ୍ତ୍ରଣ କରିପାରନ୍ତି କିମ୍ବା ଆପଣଙ୍କ କାର୍ଯ୍ୟ ଯୋଗୁଁ ବିଦେଶ ଯାଇପାରନ୍ତି । ଅଦାଲତ ସମ୍ବନ୍ଧୀୟ ସମସ୍ୟାର ଫଳାଫଳ ଆପଣଙ୍କ ସପକ୍ଷରେ ହୋଇପାରେ । ସୌଭାଗ୍ୟ ହେତୁ ଉଚ୍ଚ ଅଧିକାରୀ ଆଜି ଆପଣଙ୍କ ସପକ୍ଷରେ ରହିବେ ,ଯାହା ଫଳରେ ଆପଣଙ୍କୁ ବହୁତ ଲାଭ ହେବ । ପ୍ରଣୟ, ରୋମାନ୍ସ, ମନୋରଞ୍ଜନ ଏବଂ ମଉଜ-ମସ୍ତୀରେ ଭରପୂର ରହିବ ଆଜିର ଦିନ। ସାର୍ବଜନିକ ଜୀବନରେ ଆପଣ ମହତ୍ତ୍ୱ ପ୍ରାପ୍ତ କରିବେ। ଯଶ ଏବଂ କୀର୍ତ୍ତିରେ ବୃଦ୍ଧି ହେବ। ଭାଗିଦାରୀ ସହିତ ଲାଭ ହେବ। ସୁନ୍ଦର ବସ୍ତ୍ର କିମ୍ବା ବସ୍ତ୍ରାଭୂଷଣ କ୍ରୟ କରିବେ। ମଧ୍ୟାହ୍ନ ପରେ ବିଦେଶରୁ ଭଲ ସମାଚାର ପ୍ରାପ୍ତ ହେବ। ଉଚ୍ଚ ଅଧିକାରୀମାନଙ୍କ ଦ୍ୱାରା ଆପଣଙ୍କ ସହିତ କରାଯାଇଥିବା ବ୍ୟବହାରରେ ଦୁଖ ପହଁଚିପାରେ।ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ସିଂହ – ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ରହିବ । ଏକଦଶସ୍ଥ ସ୍ଥାନରେ ଚନ୍ଦ୍ର, ଆପଣଙ୍କ ବିଚାର ଧାରାକୁ ପ୍ରଭାବିତ କରିପାରେ । ଉତ୍ସାହର ସହିତ ସବୁ କାମ କରିବେ । ବିଭିନ୍ନ ଲୋକଙ୍କ ସହିତ ମିଶିବେ । ନିକଟସ୍ଥ ବ୍ୟକ୍ତି ବିଶେଷଙ୍କ ସାହାଯ୍ୟ ସହଯୋଗ, ସମସ୍ୟାର ସରଳ ସମାଧାନ କରିବାରେ ସାହାଯ୍ୟ କରିବ । ଯାହାଦ୍ୱାରା ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ପାଇଁ ରାସ୍ତା ମିଳିଯିବା । ଆର୍ଥିକ ଦିଗରୁ ଉପକୃତ ହେବେ ଓ ସ୍ଥଗିତ କାମଗୁଡିକୁ ତ୍ୱରାନ୍ୱିତ କରିବାରେ ସମର୍ଥ ହେବେ । ବ୍ୟବସାୟରେ ଉନ୍ନତି ହେବ । କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି । ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପରିବାରରେ ପାରସ୍ପରିକ ସହଯୋଗ ପରିବେଶକୁ ସରସ, ସୁନ୍ଦର କରିବାରେ ସହାୟକ ହେବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଶୁଭରଙ୍ଗ: ଗୋଲାପି । ଆରାଧନା: ସନ୍ତୋଷୀ ମାତା ।

କନ୍ୟା – ନୂଆ କାମ ଆରମ୍ଭ କରିବା ସଙ୍ଗେ ସଙ୍ଗେ ସମସ୍ୟାର ସମାଧାନ ଲାଗି ଦିନଟି ଭଲ । ବଳବାନ୍‌ ରାହୁ କର୍ମଭାବରେ ଥିବାରୁ ସ୍ଥଗିତ କାମକୁ ପୂରାଦମ୍‌ରେ କରି ସଫଳତା ହାସଲ କରିବେ । ବିଭିନ୍ନ ଦିଗରୁ ଅର୍ଥାଗମର ଯୋଜନାକୁ ସାକାର କରାଇପାରନ୍ତି । ନିର୍ମାଣ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ କିନ୍ତୁ ପ୍ରତିଟି କାର୍ଯ୍ୟରେ ସକାରତ୍ମକ ଫଳ ପାଇବେ । କାରବାରରେ ବଡ଼ ସଉଦା ହେବ । କେତେକ କ୍ଷେତ୍ରରେ ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ । ପରିବାରରେ କାହାର ସ୍ଵାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଢ଼ିବ । ଦୀର୍ଘ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଠାରେ ଯୋଡ଼ି ହୋଇଯିବାର ସମ୍ଭାବନା ରହିଛି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ତୁଳା – ଆଜି ଆପଣ ନରମ ମନୋଭାବ ପୋଷଣ କରି କାହାକୁ ସାହାଯ୍ୟ କରିବେ । ନିଜର ନକାରାତ୍ମକ ଭାବନାକୁ ଦୂରେଇ ଦିଅନ୍ତୁ ଏବଂ ନିଜ ସମ୍ପର୍କକୁ ଅନ୍ୟମାନଙ୍କ ସହ ମଜବୁତ କରନ୍ତୁ । ଏହା ଆପଣଙ୍କୁ ଖୁସି ଆଣି ଦେବ । ଆଜି ସଫଳତା ହାସଲ କରିବେ । ଏହି ସମୟ ପୁରୁଣା ସ୍ମୃତିକୁ ମନେପକେଇବାର ସମୟ ଅଟେ । କ୍ରୋଧ ଏବଂ ହତାସାର ଭାବନା ନିଜର ମନ ଉପରେ ପ୍ରଭାବ ନପକାଉ ସେଥିପାଇଁ ଚେଷ୍ଟା କରିବେ। ଶାରୀରିକ ସ୍ଵାସ୍ଥ୍ୟ ଟିକେ ଖରାପ ହୋଇପାରେ, ଖାଦ୍ୟ-ପାନୀୟ ଉପରେ ଧ୍ୟାନ ଦିଅନ୍ତୁ। ଘର-ପରିବାରର ଚିନ୍ତା ସାଥିରେ ଖର୍ଚ୍ଚ ମାମଲାରେ ମଧ୍ୟ ଆଜି ଚିନ୍ତିତ ରହିବେ|ସ୍ଵାସ୍ଥ୍ୟର ବିଶେଷ ଧ୍ୟାନ ରଖିବେ। କଫ, ଶ୍ୱାସ କିମ୍ବା ପେଟର ଯନ୍ତ୍ରଣାରେ ଅସୁବିଧା ହୋଇପାରେ। ଆଜି ଶାରୀରିକ ଏବଂ ମାନସିକ ରୂପରେ ଅସୁସ୍ଥ ରହିପାରନ୍ତି,ପ୍ରତିକାର– ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ବିଛା – ଆଜି ଆପଣଙ୍କୁ ନିଜର କେହି ଆଶ୍ଚର୍ଯ୍ୟ କରିବ । ବିଷୟଟି ଆପଣଙ୍କ ସମ୍ପର୍କରେ ହୋଇପାରିଥାଏ,ନ ହୋଇ ମଧ୍ୟ ପାରିଥାଏ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର୍ଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ । ଯଦି ଆପଣ କୌଣସି ଅସୁବିଧାରେ ପଡୁଛନ୍ତି , ତେବେ ଆପଣ ନିଜର ଲୋକମାନଙ୍କ ସାହାଯ୍ୟ ନିଅନ୍ତୁ । ଆପଣ ଯେକୌଣସି ପ୍ରକାର ସାହାଯ୍ୟ ଚାହୁଁଛନ୍ତି ଆପଣଙ୍କୁ ମିଳିପାରିବ । ସେଥିପାଇଁ ସାହାଯ୍ୟ ମାଗିବାକୁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ ।ଆଜି ଆପଣଙ୍କ ଅହଂକାରର କାରଣରୁ ଝଗଡ଼ା ହେବାର ଆଶଂକା ଅଛି। ଶାରୀରିକ ଏବଂ ମାନସିକ ଚିନ୍ତା ସହିତ ଆଜିର ଦିନ କଟିବ। ସ୍ଵଭାବରେ ଉତ୍ତେଜନାଯୋଗୁଁ କାମ ବିଗିଡ଼ିବାର ଆଶଂକା ଅଛି,ପ୍ରତିକାର – ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ଧନୁ– ଶୁଭ ସମାଚାର ପାଇ ମନ ଖୁସି ହେବ। ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ। ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ। କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ। ଜନ ସେବାରେ ପ୍ରଶଂସା ମିଳିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଶତୃ ପରାଜିତ ହେବେ। ନିର୍ମାଣ କାର୍ଯ୍ୟରେ କିଛି ସମୟ ଇଚ୍ଛାକୃତ ତ୍ୟାଗ କରିବେ। ସାମାଜିକ ଉତ୍ସବରେ ଭାଗ ନେବେ । ରାଜନୀତି, ଖେଳ, ବିଦ୍ୟା ଓ କୃଷିକ୍ଷେତ୍ରରେ ଆଦୃତ ହେବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମକର– କର୍ମକ୍ଷେତ୍ରରେ ମାନସିକ ଚାପ ବୃଦ୍ଧି ପାଇବ। ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ। ବାକିଥିବା ଅର୍ଥ ଆଦାୟ ହେବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ରାଜନୀତିରେ ଲୋକପ୍ରିୟତା, ବିଦ୍ୟାରେଉନ୍ନତି, ଖେଳ ରେ ପ୍ରଶଂସା, କୃଷିରେ ମନନିବେଶ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ସମ୍ପର୍କ ତୁଟିଯିବ। ପରିବାରରେ ଅର୍ନ୍ତଦ୍ୱନ୍ଦ ସୃଷ୍ଟି ହେବ। ମହିଳାମାନେ ପିଲାଙ୍କ ଆଚରଣରେ ଚିନ୍ତିତ ରହିବେ। ପ୍ରତିକାର ଦ୍ୱାରା ବାଧା ଦୂର ହେବ ଏବଂ ସଫଳତା ମିଳିବ। ନୂଆ ନିଯୁକ୍ତିର ସମ୍ଭାବନା ଅଛି। ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ– ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ଗୃହରୁ ସୁଖମିଳିବ। ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ। ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଓ ଆମୋଦପ୍ରମୋଦର ସୁଯୋଗ ପାଇବେ। ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟରେ ପ୍ରସାର ପ୍ରଚାର ହେବ। ରାଜନୀତିରେ ସମସ୍ୟା ଦୂର ହେବ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ– ବାହ୍ୟ ଯୋଗାଯୋଗରେ ଲାଭ ମିଳିବ। ସଭାସମିତି, ରାଜନୀତି ପାଇଁ ସମୟ ଦେବାକୁ ପଡ଼ିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ଭଲ ଚାଲିବ। ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ବିଦ୍ୟା ଓ ଖେଳରେ ଉତ୍ସାହ ବଢ଼ିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ଓ ମାନସିକ ଶାନ୍ତି ପାଇବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ମାଂସ ଭୋଜନ,ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ । ଲଟେରୀ ଓ ଜୁଆଖେଳରୁ ନିବୃତ୍ତ ରହନ୍ତୁ ନଚେତ୍ କ୍ଷତିସହିବେ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

Leave a Reply

Your email address will not be published. Required fields are marked *