12 ଅପ୍ରେଲ 2020 ରାଶିଫଳ – ତେମିତି କଟିବ ଆପଣଙ୍କ ଦୀନ

rasi-phala

ମେଷ – ସକାରାତ୍ମକ ଭାବନାରେ ରହନ୍ତୁ, ଦିନଟି ଆପଣଙ୍କ ପାଇଁ ଲାଭଦାୟକ ରହିବ । ଗୁରୁଦୃଷ୍ଟି ଯୋଗୁଁ ଆପଣ ଲକ୍ଷ୍ୟ ହାସଲରେ କୃତକାର୍ଯ୍ୟ ହେବେ କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ସମସ୍ୟା ସୃଷ୍ଟିକରିବ । ସ୍ଥଗିତ ଥିବା କାର୍ଯ୍ୟରେ ସଫଳତା ମିଳିବ । ପଦାଧିକାରୀଙ୍କ ଚାପ କିମ୍ବା ଗୁରୁଦାୟିତ୍ୱ ଫଳରେ କର୍ମକ୍ଷେତ୍ରରେ କାର୍ଯ୍ୟ ବୃଦ୍ଧି ପାଇପାରେ । ଗୁପ୍ତ ଶତ୍ରୁମାନେ ଆପଣଙ୍କର ଭାବମୂର୍ତ୍ତିକୁ ଖରାପ କରିବା ପାଇଁ ଆପଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି । କିନ୍ତୁ ଜଣେ ବନ୍ଧୁଙ୍କ ଦ୍ୱାରା ଉପକୃତ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇପାରେ । ସନ୍ଧ୍ୟା ସୁଦ୍ଧା ଆପଣ କିଛି ଭଲ ଖବର ପାଇପାରିବେ । ପାରିବରରେ ସୁଖଶାନ୍ତି ବଜାୟ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଅମ୍ବିକା ।

ବୃଷ – ଆଜି ଆପଣ ପୁରା ଦିନ ହସଖୁସି ଓ ଆନନ୍ଦରେ ବିତାଇବ । ଷଷ୍ଠାଧିପତି ଚନ୍ଦ୍ର ରାଶିରେ ରହୁ ଥିବାରୁ ଋଣ ପରିଶୋଧ କରିବା ସକାଶେ ଦୁଃଶ୍ଚିନ୍ତା ଲାଗିରହିବ । ପାରିବାରିକ ଶୃଙ୍ଖଳା ରକ୍ଷା କରିବବାକୁ ଯାଇ ବହୁତ କଷ୍ଟ ସହିବାକୁ ପଡିବ । କାରବାରରେ ବିସ୍ତାର କରିବା ପାଇଁ ବିଭିନ୍ନ ପ୍ରକାର ଚେଷ୍ଟା କରିବେ । ଧୈର୍ଯ୍ୟହରା ପରିସ୍ଥିତିକୁ ହୃଦୟଙ୍ଗମ କରି କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହୋଇ ପାରନ୍ତି । ଜଣେ ଅଜଣା ବ୍ୟକ୍ତିଙ୍କ ସହୟତାରୁ ଉପକୃତ ହେବେ । ପ୍ରେମ ପ୍ରସଙ୍ଗରେ ସଫଳତା ପ୍ରାପ୍ତି ହେବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ବିରଜା ।

ମିଥୁନ – ଆଜି ଆପଣଙ୍କ କାହାରିକୁ ବିଶ୍ଵାସ କରନ୍ତୁ ନାହିଁ । ନୀଚ୍ଚାଂଶଗତ ଶୁକ୍ର ଓ ମଙ୍ଗଳ ପ୍ରଭାବରେ ବହୁତ ଦିନର ସୁସମ୍ପର୍କ ବାଧାପ୍ରାପ୍ତ ହେବ । କିନ୍ତୁ ଆପଣ ପରିସ୍ଥିତି ଯାହା ହେଉ ନା କାହିଁକି, ଆଜି ଯେ କୈାଣସି ପ୍ରକାରେ ସମସ୍ତ କାମ ଶେଷ କରିବାକୁ ଚେଷ୍ଟିତ କରିବେ । ଅବଶ୍ୟ ଆର୍ଥିକ ସ୍ଥିତି ମାନ୍ଦା ରହିବ । ଚାକିରି କୁରୁଥିବା କର୍ମଜୀବିମାନେ ଦାୟିତ୍ଵର ଜାଲରେ ଛନ୍ଦି ହୋଇପାରନ୍ତି । ବାଦ ବିବାଦ, ଯୁକ୍ତିତର୍କ ଠାରୁ ଦୂରେ ରୁହନ୍ତୁ । ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ଦୋଷାରୋପ କରିପାରନ୍ତି । କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ରାଦିରେ ସମସ୍ୟା ସମାଧାନ ହୋଇଯିବ । ବୈବାହିକ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ପ୍ରଭୁ ହନୁମାନ ।

କର୍କଟ – ଆପଣ ଦେଖିବେ ଆଜି ଆପଣଙ୍କର ବିଦେଶୀ ଲୋକଙ୍କ ସହ ଆତ୍ମୀୟତା ବଢିବ । ଆପଣଙ୍କ ବିଦେଶୀ ବନ୍ଧୁ ଆପଣଙ୍କୁ ସେଠାକୁ ଯିବାକୁ ନିମନ୍ତ୍ରଣ କରିପାରନ୍ତି କିମ୍ବା ଆପଣଙ୍କ କାର୍ଯ୍ୟ ଯୋଗୁଁ ବିଦେଶ ଯାଇପାରନ୍ତି । ଅଦାଲତ ସମ୍ବନ୍ଧୀୟ ସମସ୍ୟାର ଫଳାଫଳ ଆପଣଙ୍କ ସପକ୍ଷରେ ହୋଇପାରେ । ସୌଭାଗ୍ୟ ହେତୁ ଉଚ୍ଚ ଅଧିକାରୀ ଆଜି ଆପଣଙ୍କ ସପକ୍ଷରେ ରହିବେ ,ଯାହା ଫଳରେ ଆପଣଙ୍କୁ ବହୁତ ଲାଭ ହେବ । ପ୍ରଣୟ, ରୋମାନ୍ସ, ମନୋରଞ୍ଜନ ଏବଂ ମଉଜ-ମସ୍ତୀରେ ଭରପୂର ରହିବ ଆଜିର ଦିନ। ସାର୍ବଜନିକ ଜୀବନରେ ଆପଣ ମହତ୍ତ୍ୱ ପ୍ରାପ୍ତ କରିବେ। ଯଶ ଏବଂ କୀର୍ତ୍ତିରେ ବୃଦ୍ଧି ହେବ। ଭାଗିଦାରୀ ସହିତ ଲାଭ ହେବ। ସୁନ୍ଦର ବସ୍ତ୍ର କିମ୍ବା ବସ୍ତ୍ରାଭୂଷଣ କ୍ରୟ କରିବେ। ମଧ୍ୟାହ୍ନ ପରେ ବିଦେଶରୁ ଭଲ ସମାଚାର ପ୍ରାପ୍ତ ହେବ। ଉଚ୍ଚ ଅଧିକାରୀମାନଙ୍କ ଦ୍ୱାରା ଆପଣଙ୍କ ସହିତ କରାଯାଇଥିବା ବ୍ୟବହାରରେ ଦୁଖ ପହଁଚିପାରେ।ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ସିଂହ – ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ରହିବ । ଏକଦଶସ୍ଥ ସ୍ଥାନରେ ଚନ୍ଦ୍ର, ଆପଣଙ୍କ ବିଚାର ଧାରାକୁ ପ୍ରଭାବିତ କରିପାରେ । ଉତ୍ସାହର ସହିତ ସବୁ କାମ କରିବେ । ବିଭିନ୍ନ ଲୋକଙ୍କ ସହିତ ମିଶିବେ । ନିକଟସ୍ଥ ବ୍ୟକ୍ତି ବିଶେଷଙ୍କ ସାହାଯ୍ୟ ସହଯୋଗ, ସମସ୍ୟାର ସରଳ ସମାଧାନ କରିବାରେ ସାହାଯ୍ୟ କରିବ । ଯାହାଦ୍ୱାରା ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ପାଇଁ ରାସ୍ତା ମିଳିଯିବା । ଆର୍ଥିକ ଦିଗରୁ ଉପକୃତ ହେବେ ଓ ସ୍ଥଗିତ କାମଗୁଡିକୁ ତ୍ୱରାନ୍ୱିତ କରିବାରେ ସମର୍ଥ ହେବେ । ବ୍ୟବସାୟରେ ଉନ୍ନତି ହେବ । କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି । ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପରିବାରରେ ପାରସ୍ପରିକ ସହଯୋଗ ପରିବେଶକୁ ସରସ, ସୁନ୍ଦର କରିବାରେ ସହାୟକ ହେବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଶୁଭରଙ୍ଗ: ଗୋଲାପି । ଆରାଧନା: ସନ୍ତୋଷୀ ମାତା ।

କନ୍ୟା – ନୂଆ କାମ ଆରମ୍ଭ କରିବା ସଙ୍ଗେ ସଙ୍ଗେ ସମସ୍ୟାର ସମାଧାନ ଲାଗି ଦିନଟି ଭଲ । ବଳବାନ୍‌ ରାହୁ କର୍ମଭାବରେ ଥିବାରୁ ସ୍ଥଗିତ କାମକୁ ପୂରାଦମ୍‌ରେ କରି ସଫଳତା ହାସଲ କରିବେ । ବିଭିନ୍ନ ଦିଗରୁ ଅର୍ଥାଗମର ଯୋଜନାକୁ ସାକାର କରାଇପାରନ୍ତି । ନିର୍ମାଣ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ କିନ୍ତୁ ପ୍ରତିଟି କାର୍ଯ୍ୟରେ ସକାରତ୍ମକ ଫଳ ପାଇବେ । କାରବାରରେ ବଡ଼ ସଉଦା ହେବ । କେତେକ କ୍ଷେତ୍ରରେ ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ । ପରିବାରରେ କାହାର ସ୍ଵାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଢ଼ିବ । ଦୀର୍ଘ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଠାରେ ଯୋଡ଼ି ହୋଇଯିବାର ସମ୍ଭାବନା ରହିଛି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ତୁଳା – ଆଜି ଆପଣଙ୍କର ହିଁ ଦିନ ,କାରଣ ସମସ୍ତଙ୍କର ଆଖି ଆଜି ଆପଣଙ୍କର ସଫଳତା ଏବଂ ଯୋଗ୍ୟତା ପାଇଁ ଆପଣଙ୍କୁ ନୂଆ ପରିଚ଼ୟ ମିଳିବ । ଆଜି ଆପଣ ନିଜର ପ୍ରିୟଜନଙ୍କ ସହିତ ସମୟ ବିତାଇବେ ।ଏହି ଅବସରର ପୁରା ଲାଭ ଉଠାନ୍ତୁ ।  । ଆଜି ଆପଣଙ୍କ ଘରକୁ ବିଦେଶରୁ ଅତିଥି ଆସିବାର ସମ୍ଭାବନା ରହିଛି । ଏହା ଦ୍ୱାରା ଆପଣଙ୍କ ଘରେ ଆନନ୍ଦର ପରିବେଶ ରହିବ । ଯଦି ଆପଣ କାର୍ଯ୍ୟରେ ବ୍ୟସ୍ତ ରୁହନ୍ତି ତଥାପି ସମୟ ବାହାରକରି ସେମାନଙ୍କ ସହ ଆନନ୍ଦିତ ହୁଅନ୍ତୁ ।ଆଜି ବିଦ୍ୟାର୍ଥିମାନଙ୍କ ପାଇଁ ଦିନ ଅନୁକୂଳ ଅଟେ। ସ୍ଵଭାବର ଦୂରପଣ ଛାଡ଼ିକରି ଆଗକୁ ବଢ଼ିବେ ତେବେ ଅନେକ ସମସ୍ୟାର ନିରାକରଣ ହେବାପରି ଦେଖାଯିବ,ପ୍ରତିକାର: ରୁଟି ଓ ଗୁଡ ଗାଈକୁ ଖାଇବାକୁ ଦିଅନ୍ତୁ।

ବିଛା – ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା । ଆଜି ଆପଣଙ୍କୁ ନିଜ କାର୍ଯ୍ୟ ଏବଂ ଘରର ଛୋଟ ଛୋଟ ଅସୁବିଧା ଗୁଡ଼ିକୁ ସମାଧାନ କରିବା ପାଇଁ ନିଜର ଚ଼ତୁରତା ଏବଂ ବୁଦ୍ଧିର ବ୍ୟବହାର କରିବା ଉଚ଼ିତ୍ ।ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଆଜି ଭଲ ରହିବ। ପରିଜନମାନଙ୍କ ସହିତ ଯାତ୍ରାର ଆୟୋଜନ ହେବ। ଛୋଟ ଯାତ୍ରାର ଯୋଗ ଅଛି। ମିତ୍ରମାନଙ୍କ ଏବଂ ସ୍ଵଜନମାନଙ୍କ ସହିତ ଆନନ୍ଦ ପୂର୍ବକ ସମୟ ବିତିବ। ପ୍ରତିକାର: କୁକୁରକୁ ଖାଇବାକୁ ଦିଅନ୍ତୁ।

ଧନୁ : ବିଦେଶରୁ ଆସୁଥିବା ଖବର ଜରୁରୀ ନୁହେଁ ଯେ ଆପଣଙ୍କ ପାଇଁ ଶୁଭ ହେବ । ଯେଉଁ ଖବର ପାଇଁ ଆପଣ ଆଶାୟୀ ଥିଲେ ସେ ଖବର ହୁଏତ ଆପଣଙ୍କୁ ମିଳି ନପାରେ । ଧର୍ଯ୍ୟ ଧରି ପରିସ୍ଥିତିକୁ ବୁଝିବାକୁ ଚେଷ୍ଟା କରନ୍ତୁ । ଆଜି ଆପଣଙ୍କ ମନରେ ଆଘାତ ଏବଂ ଭୟ ଅନୁଭବ କରିପାରନ୍ତି। ପରିବାରରେ ମତଭେଦ ହେବାରୁ ପାରିବାରିକ ବାତାବରଣ ଅଶାନ୍ତିପୂର୍ଣ୍ଣ ରହିବ। ମନରେ ଦ୍ୱନ୍ଦ୍ୱ ରହିପାରେ। ନିଜର ସ୍ଵାସ୍ଥ୍ୟ ପ୍ରତି ଧ୍ୟାନ ରଖିବେ। ଆଜି ଅତ୍ୟଧିକ ଖର୍ଚ୍ଚ ହୋଇପାରେ।ପ୍ରତିକାର:-ଦିନ ଦୁଃଖୀଙ୍କୁ ଅନ୍ନବସ୍ତ୍ର ଦାନ ଦିଅନ୍ତୁ।

ମକର – ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ । ଗ୍ରହରେ ରାଶ୍ୟାଧିପତିଙ୍କ ସ୍ଥିତିରୁ ଯୋଗୁଁ ଆର୍ଥିକକ୍ଷେତ୍ରରେ ବେଶ ଉନ୍ନତି କରିବେ । କୌଶଳରେ କାର୍ଯ୍ୟ ସାଧନ କରିବାରେ ସମର୍ଥ ହୋଇପାରନ୍ତି । ନୂଆ ଲୋକଙ୍କ ସହିତ ପରିଚୟ ହେବ । ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହିତ ସମ୍ପର୍କ ସ୍ଥାପିତ ହେବ । ବ୍ୟବସାୟ ବୃଦ୍ଧି ଲାଗି ଆପଣଙ୍କ ମନରେ ଯେଉଁ ବିଚାର ଆସିବ ତାହା ସଫଳ ହେବ । ଆପଣଙ୍କୁ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ । ନୂଆ ଘର ବା ଭୂ-ସମ୍ପତ୍ତି କିଣିବା ଲାଗି ଯୋଜନା କରିବେ । ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ସମୀକ୍ଷ ଫଳ ବିଳମ୍ବ ହୋଇପାରେ । ନିଜ ଇଚ୍ଛା ଅନୁସାରେ କୌଣସି କାମ କରି ପରିବାରରୁ ସମାଲୋଚିତ ହେବାକୁ ପଡ଼ିପାରେ । ଜଣେ ନିଃସହାୟ ଲୋକଙ୍କୁ ସାହାଯ୍ୟ କରି ଆମତ୍ସନ୍ତୋଷ ଲାଭ କରିବେ । ଶୁଭରଙ୍ଗ: କମଳା ରଙ୍ଗ । ଆରାଧନା: ହନୁମାନ ।

କୁମ୍ଭ – ଭାଗ୍ୟର ସହଯୋଗ ପାଇ ଉନ୍ନତି ପଥରେ ଅଗ୍ରସର ହେବେ । ଶତଭିଷା ନକ୍ଷତ୍ର ଆଜି ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଲାଭ କରିବ । ପ୍ରିୟ ବନ୍ଧୁଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି । ବ୍ୟବସାୟରେ ଆର୍ଥିକ ଭଳି ରହିବ । ଗୃହ, ଜମି ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଦିନ ଭିତରେ କାର୍ଯ୍ୟବ୍ୟସ୍ତ ଯୋଗୁ ମନ ଖୁସୀ କରିବାର ଅବସର ପାଇବେ ନାହିଁ । ସଭାସମିତି, ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡ଼ିପାରେ । ମାଙ୍ଗଳିକ କାମ ପରିପ୍ରେକ୍ଷୀରେ ବନ୍ଧୁଦ୍ୱାରକୁ ଗମନ କରିବାକୁ ମନସ୍ଥ କରିପାରନ୍ତି । ପାରିବାରକି କ୍ଷେତ୍ରରେ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ । ପ୍ରେମ ସଂପର୍କ ନିବିଡ଼ ହେବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଦୁର୍ଗା ।

ମୀନ – ସ୍ୱଭାବ ଶାନ୍ତ ଓ ବ୍ୟବହାର ମିଷ୍ଟ ରହିବ । ଭାଗ୍ୟସ୍ଥାନକୁ ଚନ୍ଦ୍ରଙ୍କ ଦୃଷ୍ଟି ଆପଣଙ୍କ ଆଶା ଓ କାମନାକୁ ଚରିତାର୍ଥ କରିବାରେ ସହାୟକ ହେବ । ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମନୋଭାବ ଆପଣଙ୍କ ମନକୁ ପ୍ରଫୁଲ୍ଲିତ କରିବ । ପ୍ରଶାସନିକ ସ୍ତରରେ ଓ ରାଜନୀତିରେ ପ୍ରଶଂସିତ ହେବେ । ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ ଯୋଗୁ ମନ ଖୁସି ରହିବ । ବନ୍ଧୁଙ୍କ ପରାମର୍ଶରେ ସତ୍‌ସଙ୍ଗ, ପୁରାଣ ପଠନ, ଆଲୋଚନା ସାଙ୍ଗକୁ ଧର୍ମକାର୍ଯ୍ୟ ପ୍ରତି ରୁଚି ବଳିବ । ମାଲିମକଦମାରେ ଜୟ ଯୁକ୍ତ ହେବେ । ବୈବାହିକ ଜୀବନ ସୁଖମୟ ରହିବ । ଯାତ୍ରା ଓ କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନତା ଅବଲମ୍ବନ କରିବା ଶେୟସ୍କର ହେବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଶାରଳା ।

Leave a Reply

Your email address will not be published. Required fields are marked *