20 ଅପ୍ରେଲ 2020 ରାଶିଫଳ – କେମିତି କଟିବ ଆଜି ଆପଣଙ୍କର ଦୀନ

rasi-phala

ମେଷ – ବନ୍ଧୁଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇବେ ଓ ଆତ୍ମ ବିଶ୍ୱାସ ଅତୁଟ ରହିବ । ଆଜି ବୃହସ୍ପତି ରବିଙ୍କ ନକ୍ଷତ୍ରରେ ରହିଥିବାରୁ ଆପଣଙ୍କ ଚେଷ୍ଟା ନିଶ୍ଚିତ ଫଳବତୀ ହୋଇପାରିବ । ଆପଣଙ୍କ ସକାରାତ୍ମକ ମନ୍ତବ୍ୟ ଅନ୍ୟମାନଙ୍କୁ ପ୍ରଭାବିତ କରିବ । ବ୍ୟବସାୟୀମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ । ସରକାରୀ କର୍ମଚାରୀମାନଙ୍କର ପଦୋନ୍ନତି ହେବ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ଆଜି ଆପଣଙ୍କ ଅତି ପ୍ରିୟ ବନ୍ଧୁ ଆପଣଙ୍କ ଘରକୁ ଆସି ଭେଟି ପାରନ୍ତି । ବକ୍ତବ୍ୟ ଉପରେ ନିୟନ୍ତ୍ରଣ ବଜାୟ ରଖନ୍ତୁ, ନଚେତ୍ କ୍ଷତିରେ ପଡ଼ିପାରନ୍ତି । କେତେକ କ୍ଷେତ୍ରରେ ନୀରବତା ରହିବା ଶ୍ରେୟସ୍କର ହେବ । ବାଦବିବାଦ, ଯୁକ୍ତିତର୍କ ଠାରୁ ଦୂରେଇ ରୁହନ୍ତୁ । ଆପଣଙ୍କ ଦାମ୍ପତ୍ୟ ଜୀବନ ପ୍ରୀତିମୟ ରହିବ । ଶୁଭରଙ୍ଗ: ଗୋଲାପି । ଆରାଧନା: ନାରାୟଣ ।

ବୃଷ – ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ । ଭାଗ୍ୟକର୍ମାଧିପ ଚତୁର୍ଥାଧିପଙ୍କ ନକ୍ଷତ୍ରସ୍ଥ ଯୋଗୁଁ ଆପଣଙ୍କ ଉଦ୍ୟମରେ ସିଦ୍ଧିଲାଭ ହୋଇପାରେ । ଆଜି ଆପଣ ନୂଆ ଲକ୍ଷ୍ୟ ହାସଲ କରିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ଲାଗିରହିଲେ ମଧ୍ୟ ଦୃଢ ମନୋବଳ ଉଚ୍ଚତର ଚରମ ଶିଖରକୁ ନେଇଯିବ । ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ ଏବଂ ଅଧିକାରୀଙ୍କ ଅନୁକମ୍ପାରୁ ପଦୋନ୍ନତି ପାଇବାର ସମ୍ଭାବନା ମଧ୍ୟ ରହିଛି । ବେରୋଜଗାର ଯୁବକମାନଙ୍କୁ ଘରୋଇ କମ୍ପାନୀରେ ଚାକିରି ପାଇବାର ସୂଚନା ମିଳିବ । କୌଣସି ଧାର୍ମିକ କିମ୍ବା ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି । ବନ୍ଧୁ କିମ୍ବା ସମ୍ପର୍କୀୟଙ୍କଠାରୁ ଉପହାର ପାଇବା ସମ୍ଭାବନା ଅଛି । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ । ନିଜ ପିଲାମାନଙ୍କ ସହିତ ଖୁସିରେ ଦିନଟି ଅତିବାହିତ କରିବେ ଏବଂ ଜୀବନ ସାଥୀଙ୍କ ସହିତ ଏକ ସନ୍ତୋଷଜନକ ଜୀବନ ଉପଭୋଗ କରିବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଗାୟତ୍ରୀ

ମିଥୁନ – ଆପଣଙ୍କ ପାଇଁ ଦିନଟି କୌତୂହଳପୂର୍ଣ୍ଣ ରହିବ ଓ ଲୋକପ୍ରିୟତା ବୃଦ୍ଧି ପାଇବ । ଧନାଧିପ ଚନ୍ଦ୍ର କେନ୍ଦ୍ରସ୍ଥାନରେ ରହିଥିବାରୁ ପ୍ରତ୍ୟେକ କାର୍ଯ୍ୟ ପାଇଁ ପ୍ରତିକୂଳ ନ ହେଲେ ମଧ୍ୟ ବ୍ୟୟବୃଦ୍ଧି ନିମନ୍ତେ ମନରେ ବିରକ୍ତି ଭାବନା ଜାତ ହୋଇପାରେ । ବ୍ୟବସାୟ ହେବା କାରଣରୁ ମନ ଖୁସି ରହିବେ । ସରକାରୀ କର୍ମଚାରୀଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ଅଟେ । ଅଫିସରେ ସମସ୍ତଙ୍କ ସହ ମିଳିମିଶି କାମ କରିବେ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ଘରୋଇ ଜିନିଷ କିଣିବାରେ ପଇସା ଅଧିକ ଖର୍ଚ୍ଚ ହେବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଅଧିକ ପରିଶ୍ରମ ଯୋଗୁଁ ସ୍ୱାସ୍ଥ୍ୟ ଉପରେ ପ୍ରଭାବ ପଡିବ । ହିତୈଷୀମାନଙ୍କ ପରାମର୍ଶରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ । ନିଜର ବୁଦ୍ଧି ଖଟାଇ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବାରେ ସମର୍ଥ ହୋଇପାରନ୍ତି । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଶାରଳା ।

କର୍କଟ : ଆଜି ଆପଣ ରାଗର ଶିକାର ହୋଇପାରନ୍ତି, ନିଜ ରାଗଉପରେ ପୂରାପୁରି ଭାବରେ ନିୟନ୍ତ୍ରଣ ରଖିବାକୁ ଚ଼େଷ୍ଟା କରନ୍ତୁ । କିଛିବି ହେଉ ନିଜ କାର୍ଯ୍ୟାଳୟ ଏବଂ ସାର୍ବଜନୀନ ସ୍ଥାନରେ କଳିଠାରୁ ବଞ୍ଚନ୍ତୁ । ଆଜିର ଦିନ ଆପଣଙ୍କ ପାଇଁ ମନୋରଞ୍ଜନର ଦିନ ଅଟେ। ମିତ୍ରମାନଙ୍କ ସହିତ ପାର୍ଟି କିମ୍ବା ପିକନିକରେ ଆଜିର ଦିନ ବହୁତ ଭଲ ଭାବରେ ବିତିବ। ବସ୍ତ୍ରାଭୂଷଣ, ବାହନ ତଥା ଭୋଜନ ଭଲ ସୁଖ ପ୍ରାପ୍ତ ହେବ। ଆପଣଙ୍କ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ।

ସିଂହ : ଆଜି କାଲି ଯେଉଁ ସମସ୍ୟା ବଢି ଚ଼ାଲିଛି ଆପଣ ତାହାକୁ ଠିକ୍ ଭାବରେ ବୁଝି ଶେଷ କରିବା ପାଇଁ ଚ଼େଷ୍ଟା କରିବା ଉଚିତ୍ । ମାନସିକ ଶାନ୍ତି ପାଇଁ ବାହାରେ କେଉଁଠିବି ବୁଲିବାକୁ ଯାଆନ୍ତୁ କିମ୍ବା କୌଣସି ଭଲ ବହି ପଢ଼ି ପାରନ୍ତି । ଆଜିର ଦିନ ଆପଣଙ୍କ ପାଇଁ ବହୁତ ଅନୁକୂଳ ଅଟେ। ଘରର ବାତାବରଣ ଆନନ୍ଦପ୍ରଦ ରହିବ। ଶାରୀରିକ ରୂପରେ ସୁସ୍ଥ ରହିବେ ଏବଂ ମନ ମଧ୍ୟ ପ୍ରସନ୍ନ ରହିବ। ଚାକିରି ଏବଂ ବ୍ୟବସାୟ ସ୍ଥଳର ବାତାବରଣ ଅନୁକୂଳ ରହିବ। ମା’ ଘରୁ ଭଲ ସମାଚାର ଆସିବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଉପରେ ବିଜୟ ପ୍ରାପ୍ତ ହେବ।

କନ୍ୟା : ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିବେ । ଏହାର ମାନେ ହୋଇପାରେ କି ସେ ଆପଣଙ୍କୁ ଠିକ୍ ରାସ୍ତା ଦେଖାଇ ଆପଣଙ୍କର ଦରକାର ମୁତାବକ ସାହାଯ୍ୟ କରିବେ । ଆଜି ଆପଣଙ୍କୁ କୌଣସି ସମସ୍ୟାର ସାମନା କରିବାକୁ ପଡ଼ିପାରେ। ମନ ଚିନ୍ତାରେ ବ୍ୟଗ୍ର ରହିବ। ଶାରୀରିକ ରୂପରେ ଫୂର୍ତ୍ତିର ଅଭାବ ରହିବ ଆଳସ୍ୟ ଅନୁଭବ କରିବେ। କାର୍ଯ୍ୟକ୍ଷେତ୍ରରେ ଉପର ଅଧିକାରୀମାନଙ୍କର ବ୍ୟବହାର ନକାରାତ୍ମକ ରହିବ। ସନ୍ତାନମାନଙ୍କର ସ୍ଵାସ୍ଥ୍ୟ ବିଷୟରେ ଚିନ୍ତା ରହିବ ଏବଂ ତାଙ୍କର ସହିତ ମତଭେଦ ମଧ୍ୟ ହୋଇପାରେ।

ତୁଳା : ଆଜି ଆପଣଙ୍କୁ ନିଜ କାର୍ଯ୍ୟାଳୟ କିମ୍ବା ଘରେ କିଛି ଚ଼ିନ୍ତା ଅନୁଭବ ହୋଇପାରେ । ସମ୍ଭାବନା ଯେ ଆପଣଙ୍କର ଆଖପାଖ ଲୋକ ରାଗରେ ରହିପାରନ୍ତି ,ଯାହାର ପ୍ରଭାବ ଆପଣଙ୍କର ମୁଡ଼୍ ଉପରେ ମଧ୍ୟ ପଡ଼ିପାରେ । କାହା ସହିତ ବାଦ-ବିବାଦ କିମ୍ବା ଝଗଡ଼ା କରନ୍ତୁ ନାହିଁ। ବାଣୀ ଉପରେ ନିୟନ୍ତ୍ରଣ ରଖିବାରେ ଆପଣଙ୍କର ହିତ ହେବ। ଶତ୍ରୁମାନଙ୍କଠାରୁ ସାବଧାନ ରୁହନ୍ତୁ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ରହସ୍ୟମୟ ବିଷୟ ତଥା ଗୂଢ଼ ବିଦ୍ୟା ପ୍ରତି ଆପଣ ଆକର୍ଷିତ ହେବେ ଏବଂ ଆଧ୍ୟାତ୍ମିକ ଚିନ୍ତା ଦ୍ଵାରା ମାନସିକ ଶାନ୍ତି ପ୍ରାପ୍ତ କରି ପାରିବେ।

ବିଛା – ଆଜି ଆପଣ ଘରର ସୁରକ୍ଷା ପ୍ରତି ଧ୍ୟାନ ଦିଅନ୍ତୁ, କାରଣ ବହୁମୂଲ୍ୟ ବସ୍ତୁ କିଛି ଚୋରି ହେବାର ସମ୍ଭାବନା ରହିଛି । କିନ୍ତୁ ଯଦି ଆପଣ ସାବଧାନ ରୁହନ୍ତି , କ୍ଷତି ହୋଇ ନ ପାରେ । ଏହାର ଅର୍ଥ ନୁହେଁ ଯେ ଆପଣ ଡରିଯିବେ । ଆଜି ଆପଣ ନିଜର ସୀମାଠାରୁ ବାହାରକୁ ଆସି କୌଣସି ପ୍ରକାରର ବିପଦ ଉଠାଇବାକୁ ଚ଼ାହିଁବେ । ଆପଣ ନିଜ ଜୀବନରେ ବହୁତ କିଛି ଜିନିଷ ଆଗକୁ ବଢ଼ାଇବାକୁ ଚ଼ାହିଁବେ,ଯେପରିକି ଆପଣଙ୍କର ସମ୍ପର୍କ ଏବଂ ବ୍ୟବସାୟ ଇତ୍ୟାଦି । ଜଗନ୍ନାଥଙ୍କର ଆଶୀର୍ବାଦରେ ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟରେ ଉତ୍ସାହ ଦେଖାଯିବ। ମନରେ ଫୂର୍ତ୍ତି ଏବଂ ସତେଜ ଅନୁଭବ କରିବେ। ପାରିବାରିକ ବାତାବରଣ ଖୁସି ଓ ଆନନ୍ଦ ପୂର୍ଣ୍ଣ ରହିବ। ମିତ୍ରମାନଙ୍କ ସହିତ ଆନନ୍ଦରେ ସମୟ କାଟିବେ। ମାତାଙ୍କ ତରଫରୁ ଲାଭ ହେବ। ଯାତ୍ରାର ଯୋଗ ଅଛି।ପ୍ରତିକାର– ଆରାଧ୍ୟା ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଧନୁ – ଆଜି ଆପଣ ନିଜ ବୁଦ୍ଧିକୁ ନିଜେ ଆର୍କଷିତ କରିବେ । ଗୋଟିଏ ଭଲ ବିଷୟ ପ୍ରତି ଆପଣଙ୍କର ଅଧିକ ରୁଚ଼ି ବଢ଼ିବ । ଏହି ପ୍ରକାର ଅଲଗା ଅଲଗା ବିଷୟରେ ନିଜର ଜ୍ଞାନ ବଢ଼ାଇବା ଦ୍ୱାରା ଆପଣଙ୍କୁ ଲାଭ ହେବ |  ଆପଣ ପରିବାରର କାର୍ଯ୍ୟ କ୍ଷେତ୍ର ଏବଂ ବୈବାହିକ ଜୀବନରେ ସଫଳତାର ସ୍ୱାଦ ଉପଭୋଗ କରିବେ । ଆପଣଙ୍କର ଭବିଷ୍ୟତର ସୁଖ ସ୍ୱାଛନ୍ଦ୍ୟର ଭାବନା । ଆପଣଙ୍କ ଦିନଟି ସୁଖରେ କଟିବ । ଏହା ଅନ୍ୟମାନଙ୍କୁ ପ୍ରଭାବିତ କରିବ ।ଆଜିର ଦିନ ଭାଗ୍ୟ ବୃଦ୍ଧି ହେବାର ଦିନ ଅଟେ। ବିଦେଶ କିମ୍ବା ଦୂର ଦେଶରୁ ଶୁଭ ସମାଚାର ପ୍ରାପ୍ତ ହେବ। ଛୋଟ ପ୍ରବାସ କିମ୍ବା କୌଣସି ଧାର୍ମିକ ଯାତ୍ରାଯୋଗୁଁ ମନର ପ୍ରସନ୍ନତାରେ ବୃଦ୍ଧି ହେବ। ଶାରୀରିକ ରୂପରେ ମଧ୍ୟ ଆଜି ସୁସ୍ଥ ରହିବେ।ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ।

ମକର – ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ । ଆଜି ଆପଣ ବହୁତ ପରିସ୍ଥିତି ସାମନାକରି ନିଜ ସାହସକୁ ବଜାୟ ରଖନ୍ତୁ । ବେଳେ ବେଳେ ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ ।ମାନସିକ ରୂପରେ ଦ୍ଵିଧା ଅନୁଭବ ହେବାରୁ କୌଣସି ନିଶ୍ଚିତ ନିର୍ଣ୍ଣୟ ନେବାରେ କଷ୍ଟ ହୋଇପାରେ। ନିରର୍ଥକ ଖର୍ଚ୍ଚରୁ ବଞ୍ଚନ୍ତୁ। ବାଣୀ ଉପରେ ନିୟନ୍ତ୍ରଣ ନ ରଖିବାରେ ପରିଜନମାନଙ୍କ ସହିତ ମନମାଳିନ୍ୟ ହେବାର ଆଶଂକା ଅଛି,ପ୍ରତିକାର-ଗୁଡ଼ ଓ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ

କୁମ୍ଭ – ଆଜି ଆପଣ କୌଣସି ପ୍ରତିଯୋଗିତାର ମାନସିକତାରେ ଅଛନ୍ତି । ଜୀବନର କେତେକ କ୍ଷେତ୍ରରେ ଏହା ଠିକ୍, ମାତ୍ର ମନେରଖନ୍ତୁ ଯେ ଆପଣ ଯେମିତି ବେଶି ଉଗ୍ର ମନୋବୃତି ନଆଣନ୍ତି ବିଶେଷତଃ ନିଜ ପରିବାରକୁ ନେଇ ।ଯଦି ଆପଣଙ୍କ ବନ୍ଧୁ କିମ୍ବା ଆତ୍ମୀୟସଜ୍ଜନ ବିଦେଶରୁ ଆସୁଥାନ୍ତି ,ତେବେ ବୋଧହୁଏ ସେ ଆଜି ଆପଣଙ୍କ ଘରକୁ ଆପଣଙ୍କୁ ଭେଟିବା ପାଇଁ ଆସିବେ । ସେଥିପାଇଁ ନିଜ ଘରକୁ ସଫାସୁତୁରା କରନ୍ତୁ ।ଆଜି ଦିନ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ଶାରୀରିକ ଏବଂ ମାନସିକ ରୂପରେ ଆପଣ ଅସୁସ୍ଥତାର ଅନୁଭବ କରିପାରନ୍ତି। ବ୍ୟର୍ଥ ଖର୍ଚ୍ଚ ନ ହେଉ, ଏହାର ଧ୍ୟାନ ରଖିବେ,ପ୍ରତିକାର-ଗାଈକୁ କିଛି ଖାଦ୍ୟ ଦେବେ ।

ମୀନ – ଆଜି ଆପଣ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚ଼ିନ୍ତି ନେବେ ।ଆଜିର ନିଷ୍ପତ୍ତି ଆପଣଙ୍କର ଭବିଷ୍ୟତ ଉପରେ ପଡ଼ିବ । ସେଥିପାଇଁ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ବହୁତ ଭାବିଚ଼ିନ୍ତି ନିଅନ୍ତୁ ।| ଆଜି ଆପଣ ନିଜକୁ ପରିସ୍ଥିତି ସହିତ ଖାପଖୁଆଇ ଚ଼ଳିବାକୁ ଚ଼େଷ୍ଟା କରନ୍ତୁ । ଅସୁବିଧାଟି ଆସୁଥିବ ଏବଂ ଯାଉଥିବ କିନ୍ତୁ ଆପଣ ଏହାଜାଣିସାରିଛନ୍ତି ସକାରାତ୍ମକ ଭାବନା ରଖିଲେ ଆମେ ଆମ ଅସୁବିଧା ଗୁଡ଼ିକୁ ଭଲ ଭାବରେ ସମ୍ଭାଳି ପାରିବା ।ଆଜିର ଦିନ ଆନନ୍ଦର ଦିନ ଅଟେ। ବ୍ୟାପାର ଏବଂ ଆୟରେ ବୃଦ୍ଧି ହେବ। ଆଜି ଆପଣଙ୍କ ଉପରେ ଲକ୍ଷ୍ମୀଙ୍କର କୃପା ରହିବ। ପରିଜନ ଏବଂ ମିତ୍ରମାନଙ୍କ ସହିତ ଆମୋଦ-ପ୍ରମୋଦର ବାତାବରଣ ରହିବ। ନୂଆ ସଂପର୍କ ଏବଂ ପରିଚୟ ବ୍ୟାପାର କ୍ଷେତ୍ରରେ ଲାଭପ୍ରଦ ରହିବ। ଛୋଟ ଯାତ୍ରା ଆନନ୍ଦଦାୟୀ ରହିବ।ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ।

Leave a Reply

Your email address will not be published. Required fields are marked *