11 ମେ 2020 ରାଶିଫଳ – କେମିତି କଟିବ ଆଜି ଆପଣଙ୍କର ଦୀନ

rasi-phala

ମେଷ – ଆପଣଙ୍କ ଲାଗି ବଢ଼ିଆ ଦିନଟିଏ । ଶୁକ୍ରଙ୍କ ନକ୍ଷତ୍ରରେ ଚନ୍ଦ୍ରଙ୍କ ଅବସ୍ଥାନ ହେତୁ ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଆପଣଙ୍କ ପାଇଁ ସୁଖଦ ଅନୁଭୂତି ଆଣିଦେବ । ନିଜ ବ୍ୟବହାରରେ ଆପଣ ଲୋକଙ୍କ ମନ ଜିଣି ନେବେ । କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତି ନେଇପାରନ୍ତି । ଶାରୀରିକ ଏବଂ ମାନସିକ ଫୁର୍ତ୍ତି ଅନୁଭବ କରିବେ । ପରିବାର ସହିତ ଅଧିକ ସମୟ ଅତିବାହିତ କରିବେ । କୌଣସି ଅପରିଚିତ ବ୍ୟକ୍ତିଙ୍କୁ ବିଶ୍ୱାସ କରି ଖାଲରେ ପଡ଼ିପାରନ୍ତି । ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିବେ । ବିବାଦୀୟ ଘଟଣାରେ କୈାଣସି ନିର୍ଦ୍ଦିଷ୍ଟ ପକ୍ଷକୁ ସମର୍ଥନ କରିବା ଠିକ୍‌ ହେବ ନାହିଁ । ଶୁଭରଙ୍ଗ:ଲାଲ । ଆରାଧନା: ମାଆ ଭୈରବୀ ।

ବୃଷ – ଦିନଟି ଆପଣଙ୍କ ଲାଗି ଖଟା ମିଠା ରହିବ । ତୃତୀୟାଧିପ ଅଷ୍ଟମଭାବସ୍ଥ ଭାଗ୍ୟାଧିପଙ୍କ ଦୃଷ୍ଟିପଥରେ ରହିଥିବା ଯୋଗୁଁ ବନ୍ଧୁଙ୍କ ମାଧ୍ୟମରେ ଆପଣଙ୍କ କାର୍ଯ୍ୟକ୍ଷେତ୍ରରେ ପ୍ରତିବନ୍ଧକ ସୃଷ୍ଟି କରିବେ । କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ କିନ୍ତୁ ମାନସିକ ସ୍ତରରେ ସମ୍ପୂର୍ଣ୍ଣ ଖୁସୀ ହୋଇପାରିବେ ନାହିଁ । କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମନାନ୍ତରର ଆଶଙ୍କା ରହିଛି । ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ପାରିବାରିକ ଅସହଯୋଗ ଯୋଗୁଁ କାମଗୁଡିକ ଆଗକୁ ବଢ଼ି ନ ପାରେ । ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ । ଶୁଭରଙ୍ଗ: ଧୂସର । ବାବା କପିଳାସ ।

ମିଥୁନ – ଆପଣଙ୍କ ମନରେ ସକାରାତ୍ମକ ଚିନ୍ତାଧାରା ବଜାୟ ରହିବ । ଭବିଷ୍ୟତକୁ ନେଇ ସାର୍ଥକ ଯୋଜନା ପ୍ରସ୍ତୁତ କରିବେ । ନିଜର ବିଚାରଧାରା ଅନୁଯାୟୀ କାର୍ଯ୍ୟ ସମ୍ପନ୍ନ ସଙ୍ଗକୁ ଅର୍ଥ ଓ ଦ୍ରବ୍ୟ ଲାଭ ହେବ । ଅଫିସରେ କିଛି ବଡ଼ ସଉଦା କରିବାର ସୁଯୋଗ ମିଳିପାରେ । ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ । ପାରିବାରିକ ପରିସ୍ଥିତି ବିଶେଷ ଭଲ ନହେଲେ ମଧ୍ୟ ମନ୍ଦ ହେବନି । ଦେହ ଭଲ ରହିଲେ ମଧ୍ୟ କଠିନ ପରିଶ୍ରମ କିମ୍ବା ଭ୍ରମଣଜନିତ କ୍ଳାନ୍ତିବୋଧ କରିବେ । କଳା, କ୍ରୀଡା, ଚଳଚ୍ଚିତ୍ର, ସଙ୍ଗୀତ, ତଥା ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

କର୍କଟ – ମନରେ ନୂଆ ନୂଆ ବିଚାର ଆସିବ । କେତୁଙ୍କ କୁପ୍ରଭାବ ଜନିତ ଆପଣଙ୍କ ନିକଟରୁ ସବୁ ସମୟରେ ସୁବିଧା ପାଉଥିବା ଲୋକଟି ପରକଥାରେ ପଡ଼ି ଆପଣଙ୍କୁ, କିଏ ତୁ କହିପାରେ । ସାମୟିକ ସମସ୍ୟା ଜନିତ କାର୍ଯ୍ୟ ହାତକୁ ନେଇଥିବା ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ । ସ୍ଵାସ୍ଥ୍ୟଗତ ସମସ୍ୟାର ସମାଧାନ ଲାଗି ବେଳ ହୁଁ ସାବଧାନତା ଅବଲମ୍ବନ କରିବା ଭଲ ହେବ । ଆପଣ ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ । ଆଜି କିଛି ଅଯଥା ଖର୍ଚ୍ଚ ହେବ । ବୈବାହିକ ଜୀବନ ଠିକ୍‌ଠାକ୍‌ ରହିବ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ହର ପାର୍ବତୀ ।

ସିଂହ – ଇଷ୍ଟଦେବୀଙ୍କୁ ସ୍ମରଣ କରନ୍ତୁ, ଦିନଟି ଭଲରେ କାଟିବ । ଗ୍ରହସ୍ଥିତି କାରଣରୁ ସାମାଜିକ କ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସାହାଯ୍ୟ, ସହଯୋଗ ପାଇ ପାରିବେ । ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ । ଅଫିସରେ ଅଯଥା ବିରକ୍ତି ପ୍ରକାଶ କରିବା କିମ୍ବା ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଆପଣଙ୍କ ସ୍ଵଭାବରେ କ୍ରୋଧ ଓ ବ୍ୟବହାରରେ ଉଗ୍ରତା ରହିବ । ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରିଣୀ ।

କନ୍ୟା – ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ସୁଖଦାୟକ ରହିବ । ଚତୁର୍ଥଭାବସ୍ଥ କେତୁଯୁକ୍ତ ଚନ୍ଦ୍ର ହେତୁ ଅନ୍ୟମାନଙ୍କ ସମସ୍ୟାମୂଳକ ଅଭିଶାପ ଆଶୀର୍ବାଦରେ ପରିଣତ ହୋଇଯିବ । ଜୀବନରେ ବିଲୁପ୍ତ ସ୍ନେହ, ଶ୍ରଦ୍ଧା ଓ ଆଦରର ସଦ୍‌ଭାବ ଆକସ୍ମିକ ଅନୁଭବ କରିବେ । କର୍ମକ୍ଷେତ୍ରରେ ସହଜ ଓ ସୁବିଧାରେ କାମ କରିବା ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବେ । କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି । ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ବିମଳା ।

ତୁଳା – ଆଜି ଆପଣଙ୍କ ମନରେ ଆତ୍ମବିଶ୍ଵାସ ଭାରି ରହିବ । କୌଣସି ଅଶାନ୍ତି ଆପଣଙ୍କ ପାଖକୁ ଆସିବ ନାହିିଁ । ଜୀବନସାଥୀଙ୍କ ସହଯୋଗରେ ଆପଣଙ୍କର ମନୋବଳ ଦୃଢ ହେବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ । ଅଫିସ ସହକର୍ମୀଙ୍କ ପୂର୍ଣ୍ଣ ସମର୍ଥନରେ କାର୍ଯ୍ୟଗୁଡିକ ସହଜ ଓ ସରଳ ହୋଇଯିବ । ସାଧାରଣ କଥାକୁ କେନ୍ଦ୍ରକରି ପରିବାର ସଦସ୍ୟଙ୍କ ମଧ୍ୟରେ ସମ୍ୟକ ମନୋମାଳିନ୍ୟ ଘଟିପାରେ । ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ସ୍ଵାସ୍ଥ୍ୟ ଭଲ ରହିବ । ପାରିବାରିକ ଜୀବନ ସୁଖମୟ ହେବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବିଛା – ଦିନଟି ଆପଣଙ୍କ ପାଇଁ ସମ୍ୟକ କଷ୍ଟଦାୟକ ରହିବ । ଶନିଙ୍କ ପ୍ରଭାବରେ ଅତୀତ ଘଟଣା କିମ୍ବା ବିଭିନ୍ନ ପ୍ରକାରର ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ମଧ୍ୟ ଦେଇ ଗତି କରିବାକୁ ପଡିବ । କିଛି ଅତ୍ୟାବଶ୍ୟକ ଜରୁରୀ ଦ୍ରବ୍ୟ କ୍ରୟ କରିବା ପାଇଁ ବନ୍ଧୁଙ୍କ ଠାରୁ ଧାରା କରିବାକୁ ବାଧ୍ୟ ହେବେ । ଅଫିସରେ କାର୍ଯ୍ୟଭାର ବଢିବା ଫଳରେ ମନରେ ବିଦ୍ଵେଷ ମନୋଭାବ ଉତ୍ପନ ହେବ । ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି । ଶୁଭରଙ୍ଗ: ଧଳା । ଆରାଧନା: ରାମଚଣ୍ଡୀ ।

ଧନୁ – ଆଜି ଆପଣଙ୍କର ଊର୍ଜାର ସ୍ତର ବଢ଼ିବ । ମନ ବୁଝିଲା ଭଳି କଥା କହି ପ୍ରତ୍ୟେକ ପରିସ୍ଥିତିକୁ ସକାରାମତ୍କ କରିବାରେ ସମର୍ଥ ହେବେ । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ । କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ । ଧନଭାବର ସୁପ୍ରଭାବରେ ଆକସ୍ମିକ ଅର୍ଥଲାଭ ସହ ସମସ୍ୟା ସମାଧାନରୁ ଆଶ୍ୱସ୍ତି ଅନୁଭବ କରିବେ । ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ଅଫିସରେ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡିପାରେ । ଦାମ୍ପତ୍ୟ ଜୀବନ ପ୍ରେମମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ମକର – ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ । କୌଣସି ଖାସ୍‌ କାମରେ ଆପଣଙ୍କୁ ଫାଇଦା ମିଳିପାରେ । ଆପଣଙ୍କ ଭଲ ବ୍ୟବହାର ପାଇଁ ଅଫିସର ଲୋକ ପ୍ରଭାବିତ ହେବେ । ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ସାମାଜିକ କାର୍ଯ୍ୟରେ ସକ୍ରିୟ ରହିବେ । ଭଲ କଥା କହିଲେ ମଧ୍ୟ ବନ୍ଧୁମାନଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିବେ । ସଙ୍ଗୀତ ଶୁଣିବା ପାଇଁ ମନରେ ଆଗ୍ରହ ବଢ଼ିବ । ବୈବାହିକ ଜୀବନ ଆନନ୍ଦମୟ ହେବ । ପାରିବାରିକ କ୍ଷେତ୍ର ବୁଝାମଣା ମାଧ୍ୟମରେ ଶୃଙ୍ଖଳିତ ରହିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ସମଲେଶ୍ୱରୀ ।

କୁମ୍ଭ – ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହବେ । ସବୁ ସମସ୍ୟାର ସମାଧାନ ହୋଇଯିବ । ଆପଣଙ୍କର କଥା ଓ କାମ କରିବାର କୌଶଳ ଲୋକଙ୍କୁ ଖୁସି କରାଇବ । କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ । ଅଧସ୍ଥନ କର୍ମଚାରୀ ମାନଙ୍କୁ ସନ୍ତୁଷ୍ଟ କରିବାକୁ ଯାଇ ଆପଣଙ୍କୁ ବହୁତ କଷ୍ଟ ସ୍ଵୀକାର କରିବାକୁ ପଡିବ । ବାଦ ବିବାଦ, ଯୁକ୍ତିତର୍କ ଠାରୁ ଦୂରେଇ ରୁହନ୍ତୁ । ବୈବାହିକ ଜୀବନ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ମୀନ –

ଦିନଟି ଆପଣଙ୍କ ଲାଗି ସକାରାତ୍ମକ ରହିବ । ଅଫିସରେ ନୂଆ ପରିଯୋଜନାରେ କାମ କରିପାରନ୍ତି । କର୍ମକ୍ଷେତ୍ରରେ ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବେଖାତିର ମନୋଭାବ ଯୋଗୁ ଚିନ୍ତାପ୍ରକଟ କରିବେ । ନିଜର କାର୍ଯ୍ୟ ଦକ୍ଷତା ହେତୁ ବନ୍ଧୁ ମାନଙ୍କ ଗହଣରେ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରର ଆଲୋଚନା ଅବସରରେ ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ । ପୁରାତନ ରୋଗପୀଡ଼ା ଯୋଗୁ ମାନସିକ ସୁସ୍ଥତା ହରାଇପାରନ୍ତି । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଗାୟତ୍ରୀ ।

Leave a Reply

Your email address will not be published. Required fields are marked *