02 ଜୁଲାଇ 2020 ରାଶିଫଳ – କେମିତି କଟିବ ଆଜି ଆପଣଙ୍କର ଦୀନ

rasi-phala

ମେଷ – ଆପଣଙ୍କ ମନରେ ନୂଆ ଚିନ୍ତାଧାରା ଆସିବ । ଦୀର୍ଘଦିନର ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ । ତଥାପି ରାଶିରେ ଉତ୍ତର ପୂର୍ବାଫାଲ୍‌ଗୁନୀ ଯୋଗୁଁ ମନୋବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହି କାମ ହାସଲ କରିବେ । ଆର୍ଥିକ ସ୍ଥିତି ପୂର୍ବ ଭଳି ରହିବା । ଅଫିସରେ ଆପଣଙ୍କୁ ସମସ୍ତଙ୍କର ସହଯୋଗ ମିଳିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ, ପୂର୍ବ ପରିକଳ୍ପିତ ଯୋଜନାକୁ ନୂଆ ରୂପ ଦେବା ପାଇଁ ଚେଷ୍ଟିତ କରିବେ । କୌଣସି ମୂଲ୍ୟବାନ ଦବ୍ର୍ୟ ନଷ୍ଟ ହୋଇପାରେ । ପରିବାରରେ ଶାନ୍ତଶିଷ୍ଟ ବଜାୟ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବିରଜା ।

ବୃଷ – ଭାଗ୍ୟର ପୂର୍ଣ୍ଣ ସହଯୋଗ ପାଇବେ । ତୃତୀୟ ବ୍ୟୟାଧିପତି ବୁଧ ଧନ ଲାଭାଧିପତି ଯୁକ୍ତ ହେତୁ ବନ୍ଧୁଙ୍କୁ ଅର୍ଥ ସାହାଯ୍ୟ ପ୍ରଦାନ କରିପାରନ୍ତି । କର୍ମକ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇବେ । ସମାଜରେ ମାନ ସମ୍ମାନ ବଢ଼ିବ । ଚାକିରି କରୁଥିବା କର୍ମଜୀବିମାନେ ନିଜ ନିଜ କାର୍ଯ୍ୟକୁ ସୂଚାରୁ ରୂପେ ସମ୍ପାଦନ କରିବା ସତ୍ତ୍ୱେ ପରୋକ୍ଷ ଶତ୍ରୁତା ଯୋଗୁଁ ସମ୍ୟକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଗ୍ରସ୍ତ ହୋଇପାରେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ପ୍ରଭୁ ହନୁମାନ ।

ମିଥୁନ – ଆପଣଙ୍କ ମନରେ ନୂଆ ଚିନ୍ତାଧାରା ଆସିବ । ଦୀର୍ଘଦିନର ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ । ତଥାପି ରାଶିରେ ଉତ୍ତର ପୂର୍ବାଫାଲ୍‌ଗୁନୀ ଯୋଗୁଁ ମନୋବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହି କାମ ହାସଲ କରିବେ । ଆର୍ଥିକ ସ୍ଥିତି ପୂର୍ବ ଭଳି ରହିବା । ଅଫିସରେ ଆପଣଙ୍କୁ ସମସ୍ତଙ୍କର ସହଯୋଗ ମିଳିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ, ପୂର୍ବ ପରିକଳ୍ପିତ ଯୋଜନାକୁ ନୂଆ ରୂପ ଦେବା ପାଇଁ ଚେଷ୍ଟିତ କରିବେ । କୌଣସି ମୂଲ୍ୟବାନ ଦବ୍ର୍ୟ ନଷ୍ଟ ହୋଇପାରେ । ପରିବାରରେ ଶାନ୍ତଶିଷ୍ଟ ବଜାୟ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବିରଜା ।

କର୍କଟ – ଦିନଟି ଆପଣଙ୍କ ଲାଗି ଅତି ଉତ୍ତମ ରହିବ । ଚନ୍ଦ୍ର ଗୁରୁଦୃଷ୍ଟିରେ ରହିଥିବାରୁ ଯାତ୍ରାରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ସମସ୍ତ କାର୍ଯ୍ୟ ସହଜରେ ସମ୍ପନ୍ନ ହେବ । ଅଫିସରେ ଲାଗି ରହିଥିବା ଦ୍ଵନ୍ଦ ଦୂର ହେବ ଏବଂ ସହକର୍ମୀଙ୍କ ସହଯୋଗ ମଧ୍ୟ ପାଇବେ । ଆର୍ଥିକ ସ୍ଥିତି କ୍ରମଶଃ ବୃଦ୍ଧି ପାଇବା ଯୋଗୁଁ ମନରେ ସରସତା ରହିବା ନାହିଁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ନଚେତ ଆଗାମୀ ଦିନରେ ଅସୁବିଧାରେ ପଡ଼ିପାରନ୍ତି । ଜୀବନସାଥୀ ଆପଣଙ୍କ କଥାରେ ପ୍ରଭାବିତ ହେବେ । ବୈବାହିକ ଜୀବନ ଆନନ୍ଦମୟ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ସିଂହ – ଇଷ୍ଟଦେବୀଙ୍କ କୃପାରୁ ଦିନଟି ଆପଣଙ୍କ ପାଇଁ ସୁଖସମ୍ଭାର ନେଇ ଆସିବା । ଆଜି ନିଜ ବନ୍ଧୁ ଓ ପରିଜନଙ୍କ ଠାରୁ ଉପହାର ମିଳିପାରେ । ପ୍ରତିଟି କାର୍ଯ୍ୟରେ ସକାରତ୍ମକ ଫଳ ପାଇବେ । ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ । କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଢ଼ିବ । ପାରିବାରିକ ଜୀବନ ସୁଖ ଓ ଆନନ୍ଦରେ ଅତିବାହିତ ହେବ । କିନ୍ତୁ ରବି ସହ ରାହୁଙ୍କ ସଂଯୋଗ ଯୋଗୁଁ ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

କନ୍ୟା – ଦିନଟି ଆପଣଙ୍କୁ ମାଧ୍ୟମ ଫଳ ପ୍ରଦାନ କରିବା । ଅଷ୍ଟମସ୍ଥ ସ୍ଵଗୃହୀ ଶୁକ୍ର ଶାରୀରିକ ଦୁର୍ବଳତା ସଙ୍ଗକୁ ସାମୟିକ ଅଭାବବୋଧ ଜନିତ ଚିନ୍ତିତ ରହପାରନ୍ତି । ଶିଳ୍ପ, ବାଣିଜ୍ୟ, ରାଜନୀତି ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ । ପରୋକ୍ଷ ଶତ୍ରୁତା କାରଣରୁ ବ୍ୟବସାୟରେ ସମସ୍ୟା ପ୍ରତିବନ୍ଧକ ଦେଖାଦେଇପାରେ । ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ଉଚ୍ଚ ପଦସ୍ଥ ବ୍ୟକ୍ତି ବିଶେଷମାନଙ୍କ ନିକଟରୁ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ । ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ପଡୋଶୀଙ୍କ ସହାୟତା ଲାଭ କରି ମାନସିକ ଅସୁସ୍ଥିକୁ ଦୂରେଇବାର ଚେଷ୍ଟା କରିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

ତୁଳା – ଆଧ୍ୟାତ୍ମିକ ଦିଗରେ ମନ ଲାଗି ରହିବ । କର୍ମାଧିପ ରାଶିସ୍ଥ ଯୋଗୁଁ ଯାତ୍ରା ପ୍ରୀତିପ୍ରଦ ରହିବା ସଙ୍ଗକୁ ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ମିଳିବ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ଆଜି ସ୍ଵଭାବରେ ଉଗ୍ରତା ଏବଂ କ୍ରୋଧ ରହୁଥିବା କାରଣରୁ ଆପଣଙ୍କ କାମ କରିବାରେ ମନ ଲାଗିବ ନାହିଁ । ଚାକିରି କ୍ଷେତ୍ରରେ ଅବରୋଧ ଆସିବାରୁ ନିର୍ଦ୍ଧାରିତ କାର୍ଯ୍ୟ ସମ୍ପୂର୍ଣ୍ଣ କରି ପାରିବେ ନାହିଁ । ବାଦ-ବିବାଦରେ କୌଣସି ଅସନ୍ତୋଷର ବାତାବରଣ ହୋଇପାରେ । ସ୍ଵାସ୍ଥ୍ୟର ଧ୍ୟାନ ରଖିବାକୁ ପଡ଼ିବ । ପରିବାରର ସ୍ନେହ ଓ ଜୀବନସାଥୀଙ୍କ ସୁଖ ପାଇବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଚର୍ଚିକା ।

ବିଛା – ପୂର୍ବ ଦିନ ଅପେକ୍ଷା ଆଜିର ଦିନଟି ଆପଣଙ୍କ ପାଇଁ ବେଶ୍ ଭଲ ରହିବ । ମଙ୍ଗଳ ସ୍ଥିତି ପ୍ରଭାବରେ ଆଲୋଚନା କ୍ଷେତ୍ରରେ ଭାବିଚିନ୍ତି ତଥା ପ୍ରତ୍ୟେକ ଦିଗକୁ ବିଚାର କରି କାମ କରିବା ଭଲ ହେବ । ଆପଣଙ୍କର ମଧୁର ବ୍ୟବହାର ଯୋଗୁଁ ଅଜଣା ବ୍ୟକ୍ତି ମଧ୍ୟ ଆପଣଙ୍କ ପ୍ରତି ଆକର୍ଷିତ ହେବେ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ଅଫିସର ଶାନ୍ତଶିଷ୍ଟ ପରିବେଶ ମନକୁ ଆଶ୍ଵସ୍ତି ପ୍ରଦାନ କରିବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ଆର୍ଥିକ ଚିନ୍ତା ଦୂର ହେବ । ପଡ଼ୋଶୀମାନଙ୍କ ଏବଂ ଭାଇ-ଭଉଣୀମାନଙ୍କ ସହିତ ଅଧିକ ମେଳ-ମିଳାପ ରହିବ । ବିବାହିତ ଲୋକଙ୍କ ଲାଗି ଦିନଟି ବଢ଼ିଆ ରହିବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଶାରଳା ।

ଧନୁ – ଇଷ୍ଟ ଦେବୀଙ୍କ କୃପାରୁ ଆପଣଙ୍କ ପାଇଁ ଦିନଟି ମଙ୍ଗଳମୟ ରହିବ । କାହାରିକୁ ସହଜରେ ବିଶ୍ଵାସ କରନ୍ତୁ ନାହିଁ । କୌଣସି ଗୁରୁତ୍ବପୂର୍ଣ୍ଣ କାଗଜପତ୍ରକୁ ନେଇ କାମ ଅଧାରେ ଅଟକିବ । ଅନ୍ୟମାନଙ୍କ କଥାକୁ ପ୍ରାଧାନ୍ୟ ନ ଦେଇ କେତେକ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହୋଇପାରନ୍ତି । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବ । ଦୀର୍ଘ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବାରେ ପଡୋଶୀ ସାହାଯ୍ୟ କରିବେ । ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି । ସ୍ଵାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ନାରାୟଣୀ ।

ମକର – ଦିନଟି ଆପଣଙ୍କ ପାଇଁ ସୌଭାଗ୍ୟପୂର୍ଣ୍ଣ ରହିବ । କାର୍ଯ୍ୟଦକ୍ଷତାଜନିତ ଅଭିଳାଷ ପୂରଣ କରି ପ୍ରଶଂସା ଓ ପ୍ରୋତ୍ସାହନ ପାଇବେ । ବ୍ୟବସାୟରେ ଆକସ୍ମିକ ଲାଭ ଦେଖି ଆଶ୍ଚର୍ଯ୍ୟ ହୋଇଯିବେ । ଚାକିରିଆଙ୍କ ଲାଗି ସୁବର୍ଣ୍ଣ ସୁଯୋଗ ଆସିବ । କାର୍ଯ୍ୟ ହାସଲ କରିବା ପରିପ୍ରେକ୍ଷୀରେ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । ପରିବାରରେ ଦ୍ୱନ୍ଦ୍ୱ ଦୂର ହେବ କିନ୍ତୁ ଦୁଃଖକଷ୍ଟ ସହ୍ୟ କରିବାକୁ ପଡିବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଆକାଶିନୀଳ । ଆରାଧନା: ମାଆ ଦୁର୍ଗା ।

କୁମ୍ଭ – ଆପଣଙ୍କ ସ୍ନେହର ଆଭାସ ଅନ୍ୟକୁ ପ୍ରଭାବିତ କରିବ । କାର୍ଯ୍ୟ କ୍ଷେତ୍ରରେ ଆଗକୁ ବଢ଼ିବା ଲାଗି ନୂଆ ଅବସର ମିଳିବ । ପ୍ରିୟଜନଙ୍କ ପ୍ରେରଣାରେ ଉଦ୍‌ବୁଧ ହୋଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । କର୍ମକ୍ଷେତ୍ରରେ, ମାଙ୍ଗଳିକ କାମରେ ସମ୍ମାନ୍‌ନୀୟ ବ୍ୟକ୍ତିବିଶେଷ ସହାୟତା କରିବାର ସୂଚନା ରହିଛି । ଶାରୀରିକ ଅସୁସ୍ଥତା ମଧ୍ୟ ଏହାର ଏକ କାରଣ ହୋଇପାରେ । ପାରିବାରିକ ଜୀବନ ସୁଖମୟ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କିଚକେଶ୍ବରୀ ।

ମୀନ – ଆପଣଙ୍କ ଆଖପାଖରେ ସୁଖ ଓ ଆନନ୍ଦଦାୟକ ପରିସ୍ଥିତି ରହିବ । କର୍ମକ୍ଷେତ୍ରରେ ବିଭିନ୍ନ ମାନସିକ ଚାପର ସମ୍ମୁଖୀନ ହୋଇ ଅଶାନ୍ତ ରହିପାରନ୍ତି । କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ମଧ୍ୟାହ୍ନରେ ଉଚ୍ଚବାଚ ଘଟିବାର ଆଶଙ୍କା ରହିଛି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ମନୋଭାବ ତ୍ୟାଗ କରନ୍ତୁ । ପରିବାରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ, ଯାହାକି ଦୁଃଶ୍ଚିନ୍ତାର କାରଣ ହୋଇପାରେ । କଳା, ସାହିତ୍ୟ, ନୃତ୍ୟ, ସଙ୍ଗୀତ ଲେଖାପଢା,ଗବେଷଣା, କ୍ଷେତ୍ରରେ ବେଶ୍‌ ଆଦୃତ ହେବେ । ସ୍ଵାସ୍ଥ୍ୟ ସମସ୍ୟା ପୂର୍ବପରି ରହିଥିବାରୁ ବ୍ୟସ୍ତ ବୃଦ୍ଧି ପାଇବ । ଶୁଭରଙ୍ଗ: ଘିଅରଙ୍ଗ । ଆରାଧନା: ମାଆ ଦୁର୍ଗା ।

Leave a Reply

Your email address will not be published. Required fields are marked *