14 ଜୁଲାଇ 2020 ରାଶିଫଳ – କେମିତି କଟିବ ଆଜି ଆପଣଙ୍କର ଦୀନ , କଣ ରହିଛି ଭାଗ୍ୟରେ

rasi-phala

ମେଷ : ଆଜି ଆପଣଙ୍କ ଘରେ ଖୁସିର ପରିବେଶ ରହିବେ । ଆଜି ଆପଣ ଏବଂ ଆପଣଙ୍କ ଘରଲୋକେ ମଉଜ ମଜଲିସରେ ମଜ୍ଜି ରହିବେ । ବିଦେଶରୁ ମଧ୍ୟ ଆପଣଙ୍କ ଆତ୍ମୀୟ ସଜ୍ଜନ ଆସି ପାରନ୍ତି । ତାଙ୍କୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତ ରୁହନ୍ତୁ ।  ବ୍ୟବସାୟ କ୍ଷେତ୍ରରେ ଧନ, ମାନ ଏବଂ ପ୍ରତିଷ୍ଠାରେ ବୃଦ୍ଧି ହେବ। ଚାକିରିରେ ମଧ୍ୟ ଆପଣଙ୍କ ପରିଶ୍ରମ ଯୋଗୁ ସଫଳତା ମିଳିବ। ଘର, ପରିବାର ଏବଂ ସନ୍ତାନ ମାମଲାରେ ଆନନ୍ଦ ଅନୁଭବ କରିବେ। ବ୍ୟବସାୟ କାର୍ଯ୍ୟ ସମ୍ବନ୍ଧରେ ବ୍ୟସ୍ତତା ବଢ଼ିବ। ଚାକିରିରେ ପ୍ରମୋଶନ ହେବ। କାର୍ଯ୍ୟଗୁଡ଼ିକରେ ସଫଳତା ମିଳିବ।ପ୍ରତିକାର- ଅନ୍ଧ ଭିକାରୀଙ୍କୁ ସାହାଯ୍ୟ କରନ୍ତୁ।

ବୃଷ : ଆଜି ଆପଣ ନିଜର ଖରାପ ବ୍ୟବହାରକୁ ଛାଡ଼ି ଭଲ ବ୍ୟବହାରକୁ ସ୍ୱୀକାର କରିବା ଉଚ଼ିତ୍ । ଆଜି ଆପଣ ନିଜ ସମ୍ପର୍କ ଉପରେ ମଧ୍ୟ ନଜର ରଖିବେ ଏବଂ ତାଙ୍କୁ ଆହୁରୀ ଉଚ୍ଚାରେ ପହଁଞ୍ଚାଇବାକୁ ଭାବିବେ । ଆଜିର ଦିନ ଆତ୍ମବିଶ୍ୱାସତାର ଦିନ ଅଟେ । ନକାରାତ୍ମକ ବିଚାରରେ ମନ ଚିନ୍ତିତ ରହିବ। ପାରିବାରିକ ସଦସ୍ୟମାନଙ୍କ ସହିତ ଭୁଲ ବୁଝାବଣା ହୋଇପାରେ। ଅନାବଶ୍ୟକ ଖର୍ଚ୍ଚ ହୋଇପାରେ। ବିଦ୍ୟାର୍ଥିମାନଙ୍କପାଇଁ ସମୟ ଅନୁକୂଳ ଅଟେ, ପାଠପଢ଼ାରେ ମନ ଲାଗିବ। ଯାତ୍ରାର ସମ୍ଭାବନା ଅଛି। କିଣାକିଣିରେ ସଫଳତା ମିଳିବ।ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମିଥୁନ : ଆଜି ଆପଣଙ୍କୁ ସଫଳତା ମିଳିବାର ବହୁମାତ୍ରାରେ ସଙ୍କେତ ଅଛି । ଯଦି ଆପଣଙ୍କୁ ନିଜ ସଫଳତା ପାଇଁ ଅନ୍ୟମାନଙ୍କ ଠାରୁ ସହାନୁଭୂତି ମିଳୁଛି, ତେବେ ବ୍ୟସ୍ତହୁଅନ୍ତୁ ନାହିଁ । ବର୍ତ୍ତମାନ ସମୟରେ ଆପଣ ଭଲ ଭାବରେ ଆର୍ଥିକ ଯୋଜନା ସମ୍ପୂର୍ଣ୍ଣ କରି ପାରିବେ। ଆପଣଙ୍କ କଳାତ୍ମକ ଏବଂ ସୃଜନାତ୍ମକ ଶକ୍ତି ଶ୍ରେଷ୍ଠତମ ରହିବ। ଶାରୀରିକ ଏବଂ ମାନସିକ ରୂପରେ ଫୂର୍ତ୍ତି ରହିବ। ଦୃଢ଼ ବିଚାର ଏବଂ ଆତ୍ମବିଶ୍ଵାସରେ କାର୍ଯ୍ୟ ସମ୍ପୂର୍ଣ୍ଣ କରି ପାରିବେ। ଭାଗିଦାରୀ ସହିତ ମେଳ-ମିଳାପ ରହିବ।ପ୍ରତିକାର:- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ : ଆପଣ ପରିବାରର କାର୍ଯ୍ୟ କ୍ଷେତ୍ର ଏବଂ ବୈବାହିକ ଜୀବନରେ ସଫଳତାର ସ୍ୱାଦ ଉପଭୋଗ କରିବେ । ଆପଣଙ୍କର ଭବିଷ୍ୟତର ସୁଖ ସ୍ୱାଛନ୍ଦ୍ୟର ଭାବନା । ଆପଣଙ୍କ ଦିନଟି ସୁଖରେ କଟିବ । ଏହା ଅନ୍ୟମାନଙ୍କୁ ପ୍ରଭାବିତ କରିବ । କାମ କରିବାରେ ଉତ୍ସାହର ଅଭାବ ହୋଇପାରେ। ଅଫିସ୍ ରେ ପଦାଧିକାରିମାନଙ୍କଠାରୁ ଦୂରତା ରଖନ୍ତୁ। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ସହିତ ତର୍କରେ ଆସିବା ଆଜି ଉଚିତ ନୁହେଁ। ମଉଜ-ସଉକ ପଛରେ ବିଶେଷ ଧନ ଖର୍ଚ୍ଚ ହୋଇପାରେ। ଯାତ୍ରାର ଯୋଗ ଅଛି।ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ସିଂହ:- ମଉଜ-ମସ୍ତୀ ଏବଂ ମନୋରଞ୍ଜନ ପ୍ରବୃତ୍ତିଗୁଡ଼ିକରେ ଆପଣଙ୍କ ବିଶେଷ ରୁଚି ରହିବ। ପିତା ତଥା ବରିଷ୍ଠ ନାଗରୀକମାନଙ୍କ ସହଯୋଗ ପ୍ରାପ୍ତ କରିବେ। ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ହେବ। ଆପଣଙ୍କ ସ୍ଵଭାବରେ କ୍ରୋଧ ଏବଂ ବ୍ୟବହାରରେ ଉଗ୍ରତା ରହିବ, ଏହା ଉପରେ ଅଂକୁଶ ରଖିବାକୁ ଉପଦେଶ। ମୁଣ୍ଡବ୍ୟଥା ତଥା ପେଟ ସମ୍ବନ୍ଧୀତ ଅଭିଯୋଗ ହୋଇପାରେ। ଦାମ୍ପତ୍ୟଜୀବନରେ ମିଳାମିଶା ରହିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କନ୍ୟା:- ଭୁଲ ବୁଝାବଣା ଏବଂ ନକାରାତ୍ମକ ବ୍ୟବହାର ଆପଣଙ୍କ ଚିତ୍ତରେ ଗ୍ଲାନିର ଭାବ ସୃଷ୍ଟି କରିବ। ସ୍ଵାସ୍ଥ୍ୟରେ ବିଶେଷରୂପରେ ଆଖିରେ ଅସୁବିଧା ହେବ। ପାରିବାରିକ ସଦସ୍ୟମାନଙ୍କ ସହିତ ମନମାଳିନ୍ୟ ହେବ। କାମରେ ସନ୍ତୋଷର ଭାବନା ଆସିବ। ଧନ ଖର୍ଚ୍ଚ ହେବ। ଅନୈତିକ ପ୍ରବୃତ୍ତିଗୁଡ଼ିକର ସୃଷ୍ଟି ହେଲେ ମନକୁ ନିୟନ୍ତ୍ରଣରେ ରଖିବାପାଇଁ ଉପଦେଶ। ବିଦ୍ୟାର୍ଥିମାନଙ୍କ ପାଇଁ ବିଦ୍ୟାଭ୍ୟାସରେ ନିର୍ଦ୍ଧାରିତ ସଫଳତା ମିଳିବ ନାହିଁ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନଦାନ ଦିଅନ୍ତୁ।

ତୁଳା:- ପ୍ରତ୍ୟେକ କାର୍ଯ୍ୟ ଆତ୍ମବିଶ୍ଵାସ ଏବଂ ଅଟଳ ମନୋବଳର ସହିତ କରନ୍ତୁ, ନିଶ୍ଚିତ ସଫଳତା ମିଳିବ। ପିତା କିମ୍ବା ପୈତୃକ ସଂପତ୍ତିରେ ଲାଭ ହେବ। ସରକାରଙ୍କଠାରୁ ଆର୍ଥିକ ଲାଭ ହେବ। ବିଦ୍ୟାର୍ଥୀମାନେ ନିଜର ପଢ଼ାରେ ଭଲ ପ୍ରଦର୍ଶନ କରିବେ। ଖେଳକୁଦ ଏବଂ କଳା କ୍ଷେତ୍ରରେ କଲାକାରମାନଙ୍କୁ ନିଜର ପ୍ରତିଭା ଦର୍ଶାଇବାପାଇଁ ମୌକା ମିଳିବ। ସନ୍ତାନମାନଙ୍କ କାମରେ ଖର୍ଚ୍ଚ ହୋଇପାରେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ବିଛା:- ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚିନ୍ତା କରିବେ। ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ। କାରବାରରେ ଉତ୍ଥାନ ହେବାଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ। ଅତି ନିକଟର ବନ୍ଧୁବାନ୍ଧବଙ୍କସହ ଅତି ପ୍ରିୟତା ସୃଷ୍ଟିହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଧନୁ – ଏହି ସମୟରେ ଆପଣଙ୍କ ସମ୍ପର୍କରେ ବିଶ୍ୱାସ ବଢିଯିବ । ଆପଣ ନଜ ଆତ୍ମୀୟଜନଙ୍କ ପାଖକୁ ଆସିବେ ଏବଂ ନିଜ ଜୀବନରେ ସେମାନଙ୍କର ମହତ୍ତ୍ୱ ବୁଝିପାରିବେ । ଆଜି ଆପଣଙ୍କ ନିଜ ବନ୍ଧୁମାନଙ୍କ ମଧ୍ୟରେ ଥିବା ସମ୍ପର୍କ ଖୁସି ଆଣିଦେବ ।କୌଣସି ଭୁଲ ବୁଝାମଣା ଠିକ କରିବା ପାଇଁ ଚେଷ୍ଟା କରନ୍ତୁ । ଆଜି ସଫଳତା ହାସଲ କରିବେ । ଏହି ସମୟ ପୁରୁଣା ସ୍ମୃତିକୁ ମନେପକେଇବାର ସମୟ ଅଟେ । କ୍ରୋଧ ଏବଂ ହତାସାର ଭାବନା ନିଜର ମନ ଉପରେ ପ୍ରଭାବ ନପକାଉ ସେଥିପାଇଁ ଚେଷ୍ଟା କରିବେ। ଶାରୀରିକ ସ୍ଵାସ୍ଥ୍ୟ ଟିକେ ଖରାପ ହୋଇପାରେ, ଖାଦ୍ୟ-ପାନୀୟ ଉପରେ ଧ୍ୟାନ ଦିଅନ୍ତୁ। ଘର-ପରିବାରର ଚିନ୍ତା ସାଥିରେ ଖର୍ଚ୍ଚ ମାମଲାରେ ମଧ୍ୟ ଆଜି ଚିନ୍ତିତ ରହିବେ|ସ୍ଵାସ୍ଥ୍ୟର ବିଶେଷ ଧ୍ୟାନ ରଖିବେ। କଫ, ଶ୍ୱାସ କିମ୍ବା ପେଟର ଯନ୍ତ୍ରଣାରେ ଅସୁବିଧା ହୋଇପାରେ। ଆଜି ଶାରୀରିକ ଏବଂ ମାନସିକ ରୂପରେ ଅସୁସ୍ଥ ରହିପାରନ୍ତି,ପ୍ରତିକାର– ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମକର – ଗୋଟିଏ ପକ୍ଷରେ ଆପଣ ସାମାଜିକ ସମାରୋହରେ ଭାଗ ଲେବାପାଇଁ ଚ଼ାହିଁବେ ଏବଂ ଅନ୍ୟ ପକ୍ଷରେ ଆପଣ ଏହା ମଧ୍ୟ ଧ୍ୟାନ ରଖନ୍ତୁ ଯେ ଆପଣଙ୍କ କାର୍ଯ୍ୟ ଯେପରି ଠିକ୍ ସମୟରେ ପୁର୍ଣ୍ଣ ହୁଅନ୍ତୁ । ଆଜି ଆପଣ ନିଜର ଖରାପ ବ୍ୟବହାରକୁ ଛାଡ଼ି ଭଲ ବ୍ୟବହାରକୁ ସ୍ୱୀକାର କରିବା ଉଚ଼ିତ୍ । ଆଜି ଆପଣ ନିଜ ସମ୍ପର୍କ ଉପରେ ମଧ୍ୟ ନଜର ରଖିବେ ଏବଂ ତାଙ୍କୁ ଆହୁରୀ ଉଚ୍ଚାରେ ପହଁଞ୍ଚାଇବାକୁ ଭାବିବେ । ଆଜିର ଦିନ ଆତ୍ମବିଶ୍ୱାସତାର ଦିନ ଅଟେ । ଆଜି ନୂଆ କାର୍ଯ୍ୟ ହାତକୁ ନେବା ହିତକର ନୁହେଁ। ବାହରର ଖାଦ୍ୟ ଖାଆନ୍ତୁ ନାହିଁ। କ୍ରୋଧକୁ ନିୟନ୍ତ୍ରଣରେ ରଖିବା ପାଇଁ ମୌନ ବ୍ରତ ଅଧିକ ଭଲ ପ୍ରମାଣିତ ହେବ। ଧନ ଖର୍ଚ୍ଚ ହୋଇପାରେ। ଶତ୍ରୁ ଆପଣଙ୍କ କ୍ଷତି କରିପାରନ୍ତି, ଏହାର ଧ୍ୟାନ ରଖିବେ| ଉଚ୍ଚ ପଦାଧିକାରିମାନଙ୍କ କୃପାଦୃଷ୍ଟି ରହିବ, ଏହାଫଳରେ ପ୍ରମୋଶନ ହେବାର ସୁଯୋଗ ମିଳିବ। ପିତାଙ୍କର ତରଫରୁ ଲାଭ ହେବ। ସ୍ଵାସ୍ଥ୍ୟ ଭଲ ରହିବ। ପାରିବାରିକ ବାତାବରଣରେ ଖୁସି ରହିବ। ପ୍ରତିକାର– ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କୁମ୍ଭ – ଆଜି ଆପଣ ଘରର ଗୁରୁଜନ ମାନଙ୍କ ସହିତ ସମୟ ବିତାଇବା ଉଚ଼ିତ୍ ହେବ । ସେମାନେ ଆପଣଙ୍କୁ କିଛି କୁହନ୍ତୁ ବା ନକୁହନ୍ତୁ ସେମାନେ ମଧ୍ୟ ଆପଣଙ୍କର ସାନିଧ୍ୟ୍ୟ ଆବଶ୍ୟକ କରନ୍ତି । ଆଜି ଆପଣ ଆଶ୍ଚର୍ଯ୍ୟ ହେବେ ,ବହୁଦିନର ସମସ୍ୟାର ସମାଧାନ ଆପଣ କରିଦେଲେ ଯାହା ଆପଣ ବହୁ ଦିନରୁ କରିପାରୁ ନଥିଲେ । ଏହି ସମସ୍ୟା ଆପଣଙ୍କର ପ୍ରିୟଜନ ମାନଙ୍କ ମଧ୍ୟରେ ଚ଼ାଲିଥିଲା । ଆପଣଙ୍କ ଖର୍ଚ୍ଚ ଯୋଗୁଁ ଅତିରିକ୍ତ କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖିବାପାଇଁ ଉପଦେଶ। କାହା ସହିତ ଯୁକ୍ତି ହେବାର ଆଶଂକା ଅଛି। ଆର୍ଥିକ ମାମଲାରେ କିମ୍ବା ଆଦାନ-ପ୍ରଦାନରେ ସାବଧାନ ରହିବେ। ପାରିବାରିକ ସଦସ୍ୟମାନଙ୍କ ସହିତ ଝଗଡ଼ା ହୋଇପାରେ। ନକାରାତ୍ମକ ବିଚାର ମନ ଉପରେ ରହିବ,ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

ମୀନ – ଆଜି ଆପଣଙ୍କ ଚ଼ିରାଚ଼ରିତ ଦିନଚ଼ର୍ଯ୍ୟା ବଦଳି ଯିବ । ଏହା ବୋଧହୁଏ ଆପଣଙ୍କ ଘରେ ବିବାହ ସମାରୋହ କାରଣରୁ ହେବ । ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ଆଜି ଆପଣଙ୍କ ମନ ବହୁତ ଆସ୍ୱସ୍ତି ଅନୁଭବ କରିବ। ଶାରୀରିକ ସୁସ୍ଥତା ଆପଣଙ୍କ ଉତ୍ସାହ ବୃଦ୍ଧି କରିବ। ପଡ଼ୋଶୀମାନଙ୍କ ଏବଂ ଭାଇ-ଭଉଣୀମାନଙ୍କ ସହିତ ଅଧିକ ମେଳ-ମିଳାପ ରହିବ|ପ୍ରତିକାର– ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

Leave a Reply

Your email address will not be published. Required fields are marked *