29 ଜୁଲାଇ 2020 ବୁଧବାର ରାଶିଫଳ – ଆଜି କେମିତି କଟିବ ଆପଣଙ୍କର ଦୀନ , କଣ ରହିଛି ଭାଗ୍ୟରେ

rasi-phala

ମେଷ:-ଆଜି ଆପଣଙ୍କୁ ନିଜର ସାଙ୍ଗମାନଙ୍କ ମଧ୍ୟରେ ଥିବା ସମ୍ପର୍କକୁ ଦେଖିବା ଆବଶ୍ୟକ ଅଟେ । ହୁଏତ ଆପଣଙ୍କ ମଧ୍ୟରେ ଇର୍ଷା ସୃଷ୍ଟି ହେଉଛି ଯାହାକି ଆଗକୁ ଯାଇ କ୍ଷତିକାରକ ହୋଇପାରେ  । ନିଜର ସମ୍ପର୍କ ମଧୁର କରିବା ପାଇଁ ଆପଣ ବହୁତ ଚ଼େଷ୍ଟା କରିଛନ୍ତି, ଚ଼େଷ୍ଟା ଜାରି ରଖନ୍ତୁ ।ଆଜି ଆପଣ ଏକାଗ୍ରତା ଅନୁଭବ କରିବେ। ନିଜର କାମକୁ ଠିକ୍ ଭାବରେ କରିବା ପାଇଁ ପ୍ଲାନିଙ୍ଗ କରିପାରନ୍ତି। ଧାର୍ମିକ କାର୍ଯ୍ୟଗୁଡ଼ିକ ପଛରେ ଖର୍ଚ୍ଚ ହେବ। କଚେରୀର କାମରେ ଅତ୍ୟଧିକ ସାବଧାନ ରହିବାର ଆବଶ୍ୟକତା ଅଛି,ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ବୃଷ:-ଆଜି ଆପଣ ଅନୁଭବ କରିବେ ଛୋଟ ଛୋଟ କଥାରେ ଆପଣଙ୍କ ଘରେ କଳି ହେଉଛି । ପରିବାରର ଲୋକଙ୍କ ମଧ୍ୟରେ ମତଭେଦ ବଢ଼ିବାରେ ଲାଗିଛି । ଆଜି ଆପଣଙ୍କର କୌଣସି ପ୍ରିୟଜନଙ୍କର ମନ ମଧ୍ୟ ଖରାପ ହୋଇ ପାରେ । ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆପଣ ଆଜି ରାଗି ମଧ୍ୟ ପାରନ୍ତି । ସନେ ରଖନ୍ତୁ କେବଳ ଥଣ୍ଡା ମିଜାସରେ ଆପଣଙ୍କ ପରିସ୍ଥିତିକୁ ସମ୍ଭାଳି ପାରିବେ ।ଆଜି ଆପଣ ନିଜର ପସନ୍ଦର ବିଷୟ ଉପରେ ଏବଂ ଅଧିକ ସୂଚନା ଏକାଠି କରିବାପାଇଁ ପ୍ରୟାସ କରିବେ। ଆପଣଙ୍କ କଳ୍ପନା ଏବଂ ସୃଜନଶକ୍ତିର ପ୍ରଗତିରେ ସନ୍ତୋଷ ଅନୁଭବ କରିବେ। ବ୍ୟର୍ଥ ବାଦ-ବିବାଦ କିମ୍ବା ଚର୍ଚ୍ଚାରେ ନ ପଡ଼ିବା ପାଇଁ ଉପଦେଶ,ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ।

ମିଥୁନ:-ଆଜି ଆପଣ ନିଜ ଉପରେ କାର୍ଯ୍ୟ ବୋଧ ବଢ଼ି ଯାଇଛି ବୋଲି ଅନୁଭବ କରିବେ । ଏହି ଚ଼ିନ୍ତା ଘର ଏବଂ କାର୍ଯ୍ୟ ସହ ସମ୍ବନ୍ଧିତ ହୋଇଥାଇପାରେ । ଆଜି ଆପଣ ଶାନ୍ତ ରହି ନିଜର କାର୍ଯ୍ୟ ସମ୍ପାଦନ କରନ୍ତୁ । ଆପଣଙ୍କ ଅନ୍ତରର ବାଣି ହିଁ ଆପଣଙ୍କୁ ନୂତନ ଦିଗଦର୍ଶନ ଦେବ ।ଆପଣ ନିଜେ ହିଁ ନିଜକୁ ଆଗେଇ ନେବାରେ ସାହାୟକ ହୋଇଛନ୍ତି ଏବଂ ଏବେ ଆପଣଙ୍କୁ ସଠିକ୍ ନିର୍ଣ୍ଣୟ ନେବା ଉଚ଼ିତ୍ ।ଶାରୀରିକ ଏବଂ ମାନସିକ ରୂପରେ ସ୍ଵସ୍ଥତା ଏବଂ ସତେଜ ରହିବେ। ଆର୍ଥିକ ଦୃଷ୍ଟିରୁ ଆପଣଙ୍କ ଦିନ ଲାଭଦାୟୀ ରହିବ। ବନ୍ଧୁ ତଥା ମିତ୍ରମାନଙ୍କ ସହିତ ସୁରୁଚିପୂର୍ଣ୍ଣ ଭୋଜନର ଆନନ୍ଦ ନେବେ। ଏକାଧିକ ପର୍ଯ୍ୟଟନର ମଧ୍ୟ ଆୟୋଜନ ହେବାର ସମ୍ଭାବନା |ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ।

କର୍କଟ:-ଆଜି କାଲି ନିଜ ଲୋକଙ୍କ ସାଂଗରେ ଆପଣଙ୍କର ସମ୍ପର୍କ ଭଲ ନାହିଁ । ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆପଣ ଆଜି ରାଗି ମଧ୍ୟ ପାରନ୍ତି । ସନେ ରଖନ୍ତୁ କେବଳ ଥଣ୍ଡା ମିଜାସରେ ଆପଣଙ୍କ ପରିସ୍ଥିତିକୁ ସମ୍ଭାଳି ପାରିବେ । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ବ୍ୟାପାରରେ ଭାଗିଦାରୀ ସହିତ ସମ୍ବନ୍ଧ ଖରାପ ନ ହେଉ, ଏହାର ଧ୍ୟାନ ରଖିବେ। ବାଣୀ ଏବଂ ବ୍ୟବହାରକୁ ଆଜି ସଂତୁଳିତ ରଖିବାର ଆବଶ୍ୟକତା ଅଛି,ପ୍ରତିକାର : ପିତା ମାତାଙ୍କ ପରାମର୍ଶ ଗ୍ରହଣ କରନ୍ତୁ ।

ସିଂହ : କୌଣସି ପୁରୁଣା କଥାକୁ ନେଇ ଅଶାନ୍ତିରେ ରହିପାରନ୍ତି । ଚନ୍ଦ୍ରଙ୍କ କୋଣଭାବରେ ରାହୁଙ୍କ ସହ ମଙ୍ଗଳ ଓ ବୁଧ ଦିନଚର୍ଯ୍ୟାରେ ମିଶ୍ରିତଫଳ ଅନୁଭବ କରାଇବେ । କୌଣସି ପୁରୁଣା କଥାକୁ ନେଇ ଅଶାନ୍ତିରେ ରହିପାରନ୍ତି । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ବିବଦମାନ ପରିସ୍ଥିତିରୁ ମୁକ୍ତି ମିଳିବ, କିନ୍ତୁ ସନ୍ତୋଷ ପାଇବେ ନାହିଁ । ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ । ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ବ୍ୟବସାୟରେ ଭାଗୀଦାରମାନଙ୍କ ସହ ମତାନ୍ତର ମେଣ୍ଟିଯିବ । ନିର୍ମାଣାଧୀନ କାର୍ଯ୍ୟ କିମ୍ବା ନୂଆ ଯୋଜନା ପରିକଳ୍ପନା ଉପରେ ଗୁରୁତ୍ୱ ଦେଇପାରନ୍ତି । ଘର କଥା ମନକୁ ବାରମ୍ବାର ଆଲୋଡ଼ିତ କରିବ । ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ଶୁଭରଙ୍ଗ: ଫିକା ଲାଲ । ଆରାଧନା: ମାଆ ଚର୍ଚ୍ଚିକା ।

କନ୍ୟା :  ସମସ୍ୟାର ସମାଧାନ ପାଇଁ ନୂଆ କୌଶଳ ଅବଲମ୍ବନ କରିବେ । ପରିଶ୍ରମର ଫଳ ଆପଣଙ୍କୁ ମିଳିବ । ବ୍ୟବସାୟରେ ଅଚାନକ ଧନଲାଭ ହେବ । ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମାନମନାନ୍ତର ଦେଖା ଦେଇପାରେ । ସଭାସମିତିରେ, ଆନୁଷ୍ଠାନିକ କାମରେ, ଅଫିସିଆଲି ଆଲୋଚନାରେ ସମୟ କଟାଇବାକୁ ପଡିପାରେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ରାଜନୀତି, କଳା, ସାହିତ୍ୟ, ଉଚ୍ଚଶିକ୍ଷା, ବିଦେଶ ଯାତ୍ରା କିମ୍ବା ଗବେଷଣା କ୍ଷେତ୍ରରେ ଅଟକି ରହିଥିବା କାମ ସମ୍ପନ୍ନ କରିପାରିବେ । ପାରିବାରିକ ଜୀବନ ସୁଖମୟ ହେବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଶାରଳା ।

ତୁଳା : ଆପଣଙ୍କ ସଂପ୍ରେଷଣ କଳା ଏବଂ ଦୃଢ଼ ନିଶ୍ଚୟ ଯୋଗୁଁ ଆପଣ ବହୁ ସମସ୍ୟାକୁ ସମାଧାନ କରିବେ । ଯେତେବେଳେ ଆପଣ ସଫଳତା ପାଇବେ, ସେତେବେଳେ ଏଗୁଡ଼ିକର ଆପଣଙ୍କ ଜୀବନରେ କେତେ ମହତ୍ତ୍ୱ ବୁଝିପାରିବେ । ମାନସିକ ଦୁଶ୍ଚିନ୍ତାରେ ଦିନଟି କଟିବ । ବଂଧୁମାନଙ୍କ ବାର୍ତ୍ତାଳାପରେ ଦୁଶ୍ଚିନ୍ତାରେ ଲାଘବ ମିଳିବ । ଅନ୍ତରଂଗ ବଂଧୁଙ୍କ ସହ କଥାବାର୍ତ୍ତା କରନ୍ତୁ । ଏହା ଦ୍ୱାରା ମାନସିକ ଶାନ୍ତି ପାଇବେ । ସ୍ଵାସ୍ଥ୍ୟ ଭଲ ରହିବାଯୋଗୁଁ ସୁଖ ଏବଂ ଆନନ୍ଦର ଅନୁଭୂତି ହେବ। ପରିଜନମାନଙ୍କ କିମ୍ବା ମିତ୍ରମାନଙ୍କ ତରଫରୁ ଉପହାର ମିଳିବ। ଯାତ୍ରା ଏବଂ ସ୍ଵାଦିଷ୍ଟ ଭୋଜନରେ ଦିନ ଭଲ ଭାବରେ କଟିବ। ଆର୍ଥିକ ଲାଭର ସମ୍ଭାବନା ଅଛି।ପ୍ରତିକାର:- ଅସହାୟଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ।ପ୍ରତିକାର:- ଗୁଡ଼ ଓ ଗହମ ପିଲାଙ୍କୁ ବାଣ୍ଟନ୍ତୁ।

ବିଚ୍ଛା : ଆଜି ଦିନରେ ଆପଣ ବିଦେଶରୁ କୌଣସି ଖୁସିଖବର ପାଇ ପାରନ୍ତି । ଏହି ଖବର ବିଦେଶରେ ରହୁଥିବା କୌଣସି ବନ୍ଧୁପରିଜନ ଆପଣଙ୍କୁ ଦେବେ । ଆପଣ ତାଙ୍କର ଫୋନ କିମ୍ବା ଇମେଲର ଅପେକ୍ଷା କରନ୍ତୁ । କୌଣସି ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ହୁଏତ ଆପଣଙ୍କୁ ଭୂଲ ବୁଝିପାରନ୍ତି । ସାବଧାନ ରୁହନ୍ତୁ ଏବଂ ଠିକ୍ ଭାବରେ ନିଜର କଥା ସେମାନଙ୍କୁ ବୁଝାଇବାକୁ ଚ଼େଷ୍ଟାକରନ୍ତୁ । କଳିକଜିଆରୁ ଭବିଷ୍ୟତରେ ଅସୁବିଧ ହିଁ ହେବ । କାରଣ ଏହି ସୁସମ୍ବାଦ ଆପଣଙ୍କ ପାଇଁ ଖୁବ୍ ଗୁରୁତ୍ତ୍ୱପୂର୍ଣ୍ଣ । ଆପଣଙ୍କ ଆଜିର ଦିନ ମିଶ୍ରିତ ଫଳଦାୟୀ ଅଟେ। ସ୍ଵାସ୍ଥ୍ୟକୁ ନେଇ ସତର୍କତା ଅବଲମ୍ବନ କରନ୍ତୁ। କୌଣସି ଭାବରେ ଯୁକ୍ତି କିମ୍ବା ଝଗଡ଼ାରୁ ଦୂରରେ ରୁହନ୍ତୁ। ମଧ୍ୟାହ୍ନ ପରେ ଉତ୍ସାହ ଅନୁଭବ ହେବ। ପରିବାରରେ ମଧ୍ୟ ପ୍ରେମପୂର୍ଣ୍ଣ ମାହୌଲ ରହିବ। ଆର୍ଥିକ ଲାଭର ସମ୍ଭାବନା ଅଛି। ଅସୁବିଧା ବାଧାବିଘ୍ନ ଆସିବ, ଘବରାନ୍ତୁ ନାହିଁ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ଧନୁ:- ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ପଦୋନ୍ନତି ମଧ୍ୟ ପାଇପାରନ୍ତି। ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ବିବହୋତ୍ସବର ସଂକେତ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର:- ଦରିଦ୍ର ନାରାୟଣଙ୍କୁ ଖାଦ୍ୟ ଦିଅନ୍ତୁ।

ମକର:- ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେସନାରୀ, ଔଷଧ ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ଶରିର ସୁସ୍ଥ ରହିବ। ସରକାରୀ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ପ୍ରତିକାର: ଅସହାୟ ଓ ବୃଦ୍ଧାଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

କୁମ୍ଭ:- ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ। ପୁରାତନ ରୋଗର ପ୍ରକୋପ ହ୍ରାସ ହେବ। ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଶାନ୍ତି ଅନୁଭବ କରିବେ। ସ୍ତ୍ରୀମାନଙ୍କର ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ବିଶେଷ ଲାଭ କରିପାରିବେ। ପ୍ରତିକାର : ଅଶ୍ୱତ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ।

ମୀନ:- ବ୍ୟବସାୟରେ ଉତ୍ତମ ରୋଜଗାର ହେବ । ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ। ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ। ଅଟକି ଥିବା କାର୍ଯ୍ୟ ଚାଲୁ ହେବ, ସନ୍ତାନମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ହେବେ। ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବା ଫଳରେ ମନ ଭଲ ରହିବ। ପ୍ରତିକାର : ଗାଈକୁ ପରିବା ଘାସ ଖାଇବାକୁ ଦିଅନ୍ତୁ।

Leave a Reply

Your email address will not be published. Required fields are marked *