31 ଜୁଲାଇ 2020 ଶୁକ୍ରବାର ରାଶିଫଳ – କେମିତି କଟିବ ଆଜି ଆପଣଙ୍କର ଦୀନ

rasi-phala

ମେଷ:– ଆଜିର ଦିନଟି ଆପଣଙ୍କ ପାଇଁ ଏତେ ବି ଶୁଭ ନୁହେଁ, ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍। ଅଯଥା ଧଁ। ଦୌଡ଼ ଲାଗିରହିବା ଯୋଗେ କ୍ଳାନ୍ତ-ଶ୍ରାନ୍ତ ହେବେ। ମାଲିମୋକଦ୍ଦମାରେ ପଶିଲେ ଅପଦସ୍ତ ହେବା ସାର ହେବ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କ କମିଯିବ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ପ୍ରତିକାର– ଗାଈକୁ କିଛି ଖାଇବାକୁ ଦିଅନ୍ତୁ। ଧବଳ ବର୍ସ୍ତ ପରିଧାନ କରନ୍ତୁ ,ସମସ୍ୟ ଦୁର ହେବ

ବୃଷ:– ଆଜିର ଦିନଟି ଆପଣଙ୍କ ପାଇଁ ବହୁତ ଶୁଭଦାୟକ, କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ। ଶିବଲିଙ୍ଗ ଉପରେ କ୍ଷୀର ଢାଳନ୍ତୁ

ମିଥୁନ:– ଆଜିର ଦିନରେ ଅନେକ କାର୍ଯ୍ୟ ସିଦ୍ଧୀ କରିପାରିବେ, କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ବନ୍ଧୁମାନଙ୍କଠୁ ସମ୍ମାନ ପାଇବେ, ସ୍ଥଗିତଥିବା କର୍ମଟି ପୂରଣ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଚେଷ୍ଟା କଲେ କର୍ମ ନିଯୁକ୍ତିରେ ସଫଳ ହେବେ। ପ୍ରତିକାର– ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ। ଏବଂ ହନୁମାନଙ୍କୁ ପୂଜା କରନ୍ତୁ

କର୍କଟ:– କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ଅନେକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି. ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ପ୍ରତିକାର : ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

ସିଂହ- ବ୍ୟବସାୟ କ୍ଷେତ୍ରରେ ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା କରିବେ। ଆର୍ଥିକସ୍ଥିତି ସୁଧୁରିବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ମହିଳାମାନେ ସନ୍ତାନବତ୍ସଳା, ସ୍ନେହମମତାପୂର୍ଣ୍ଣା ଓ ପତିପ୍ରିୟା ହେବେ। ରାଜନୀତି କ୍ଷେତ୍ରରେ ଏକବୁଝା ପ୍ରକୃତି ନିମନ୍ତେ ଆପଣା ଲୋକଙ୍କୁ ଉପେକ୍ଷା କରି ନିଜେ ଅବାଞ୍ଛିତ ହୋଇ ପଡିବେ। କର୍ମ ବ୍ୟସ୍ତତାକୁ ନେଇ ଭ୍ରମଣ କରିବାକୁ ପଡିବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କନ୍ୟା- ସନ୍ତାନଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ସମ୍ପର୍ଣ୍ଣକରି ଆନନ୍ଦିତ ହେବେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କରି ଅନେକ ଆଶୀର୍ବାଦ ପାଇବେ। ପାରିବାରିକ କ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ। ପରିବହନ ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି। ସ୍ଵାସ୍ଥ୍ୟହାନିର ମଧ୍ୟ ଆଶଙ୍କା ରହିଛି। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

ତୁଳା- ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ଚାକିରିରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ରାଜନୀତି କ୍ଷେତ୍ରରେ କାହାରି ପାଖରେ ମୁଣ୍ଡ ନଇଁବ ନାହିଁ। ବ୍ୟବସାୟୀମାନେ ଉତ୍ତମ ରୋଜଗାର କରିପାରିବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ମହିଳାମାନେ ସ୍ଵାର୍ଥକୁ କେନ୍ଦ୍ରକରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କରିବେ। ପାରିବାରିକ ଜୀବନରେ ଗୁରୁଜନ କେହି ଅସନ୍ତୁଷ୍ଟରହିବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

ବିଛା- ପତ୍ନୀଙ୍କ ସହଯୋଗରେ ଆର୍ଥିକ ଲାଭ ହେବ। ପରିବାର ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ପ୍ରଚୁର ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ନାନା ବାଟରେ ଧନାଗମ ଘଟିବ ।ପାରିବାରିକ ଜୀବନରେ ଅ।ବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ। ମହିଳାମାନେ ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରିପାରିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ଧନୁ:- ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ପଦୋନ୍ନତି ମଧ୍ୟ ପାଇପାରନ୍ତି। ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ବିବହୋତ୍ସବର ସଂକେତ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର:- ଦରିଦ୍ର ନାରାୟଣଙ୍କୁ ଖାଦ୍ୟ ଦିଅନ୍ତୁ।

ମକର:- ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। ବ୍ୟବସାୟରେ ଲାଭ। ଶତୃ ପରାଜିତ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନମାନଙ୍କର ସହଯୋଗ ପାଇବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିବେ। ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର: ଗୋଟାମୁଗ ଧର୍ମାନୁଷ୍ଠାନରେ ଦାନ କରନ୍ତୁ।

କୁମ୍ଭ:- ସ୍ୱାସ୍ଥ୍ୟ ଭଲ ରହିବ। ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ମହିଳାମାନେ ପରିଶ୍ରମର ସୁଫଳ ଭୋଗ କରିବେ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ପ୍ରତିକାର– ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

ମୀନ:- କୌଣସି ବ୍ୟାଙ୍କରୁ ଋଣ ପାଇବା ଯୋଗ ଅଛି। ଅତ୍ୟଧିକ କାର୍ଯ୍ୟଚାପ ଯୋଗୁଁ ମନରେ ଅଶାନ୍ତି ଲାଗି ରହିବ। ଆର୍ଥିକ ଉନ୍ନତିରେ ବାଧା ଓ ଶାରିରୀକ ଅସୁସ୍ଥତା ଦେଖାଦେବ। ଶିକ୍ଷାର୍ଥୀମାନେ ସଂଘର୍ଷ କରିବାକୁ ବାଧ୍ୟ ହୋଇ ଉଚ୍ଚ ଶିକ୍ଷାସ୍ଵପ୍ନ ସାର୍ଥକ କରିବେ। ବ୍ୟବସାୟୀମାନେ ଅଶାନ୍ତିର ମୁହାଁମୂହିଁ ହୋଇ ଧନମାନ ଦିଗରୁ ସୁରକ୍ଷିତ ରହିବେ। ରାଜନୀତି କ୍ଷେତ୍ରରେ ବନ୍ଧୁମିଳନ ପାଇଁ ଦୂରଯାତ୍ରା କରିବେ। ପ୍ରତିକାର-କୌଣସି ଛୋଟ ଛୁଆକୁ ମିଠା ଖାଇବାକୁ ଦେବେ।

Leave a Reply

Your email address will not be published. Required fields are marked *