06 ଅଗଷ୍ଟ 2020 ରାଶିଫଳ – କେମିତି କଟିବ ଆଜି ଆପଣଙ୍କର ଦୀନ

rasi-phala

ମେଷ-ବ୍ୟବସାୟୀମାନେ ସ୍ଥଳବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବେ। କର୍ମ କ୍ଷେତ୍ରରେ ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ। ପାରିବାରିକ ଜୀବନରେ ସ୍ଵାମୀସ୍ତ୍ରୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ମହିଳାମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳହେବେ। ବାଦବିବାଦ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ।

ବୃଷ-କର୍ମକ୍ଷେତ୍ରରେ ସଫଳତା ଓ ଚାକିରିରେ ପଦୋନ୍ନତି ହେବାର ସୂଚନା ପାଇବେ। ସନ୍ତାନ ସନ୍ତତି ମାନଙ୍କରଶୁଭ ଖବର ପାଇ ଖୁସିହେବେ। ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ମହିଳାମାନଙ୍କର ପାରିବାରିକ ସ୍ତରରେ କିଛି କୁହୁଳା ଅଶାନ୍ତି ଦୂରେଇ ଜିବ। ମୁଖରୋଗ ଓ ପୁରାତନରୋଗ ପ୍ରକୋପରେ ହଇରାଣ ହେବେ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ବ୍ୟବସାୟରେ ଲାଭ ହେବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଆର୍ଥିକ ଅନାଟନ ଦେଖା ଦେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର : ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପ୍ରତିକାର- ଷଣ୍ଢକୁ ଗୁଡ ଓ ରୁଟି ଖାଇବାକୁ ଦିଅନ୍ତୁ।

ସିଂହ : ଆଜି ଆପଣ ନିଜ ଘରୋଇ ଜୀବନ ପ୍ରତି ସନ୍ତୁଷ୍ଟ ରହିବେ । ବହୁତ ସମୟରୁ ଆପଣ ନିଜର ଘରୋଇ ଜୀବନ ବିଷୟରେ ଭାବୁ ନଥିଲେ । କେତେ ସମୟ ବିତିଗଲା ଯୋଉଁଥିପାଇଁ ଆପଣ ଏହା ଅନୁଭବ କରିପାରିବେ ନାହିଁ ଯେ ଆପଣଙ୍କର ଘରୋଇ ଜୀବନଟି କେତେ ମହତ୍ତ୍ୱପୂର୍ଣ୍ଣ । ଦିନ ସମ୍ପୂର୍ଣ୍ଣ ରୂପରେ ଶୁଭ ଫଳଦାୟୀ ହେବ। ବ୍ୟବସାୟ କରୁଥିବା ଲୋକମାନଙ୍କ ପାଇଁ ଦିନ ଅନୁକୂଳ ରହିବ। ଶାରୀରିକ ଏବଂ ମାନସିକ ରୂପରେ ସ୍ଵସ୍ଥ ରହିବେ। ସମ୍ପୂର୍ଣ୍ଣ ଦିନ ମନୋରଞ୍ଜନ ପ୍ରବୃତ୍ତିରେ ଆପଣ ବ୍ୟସ୍ତ ରହିବେ। ଭାଇ-ବନ୍ଧୁମାନଙ୍କଠାରୁ ଲାଭ ମିଳିବ। ଆର୍ଥିକ ଲାଭର ଯୋଗ ଅଛି।ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ

କନ୍ୟା : ଆପଣଙ୍କୁ ଯେଉଁ କାର୍ଯ୍ୟ କରିବାକୁ କୁହାଯାଇଛି ସେ କାର୍ଯ୍ୟପୂରା ମନଯୋଗ ଦେଇ କରନ୍ତୁ । କାରଣ ଆପଣଙ୍କ ପରିବାର ଏହା ବଦଳରେ ଆପଣଙ୍କୁ ସବୁଦିନ ସାହାଯ୍ୟ କରିବ ଏହି ସମୟରେ ହୁଏତ ଆପଣଙ୍କ ପରିବାର ଆପଣଙ୍କ ପାଖରୁ କିଛି ଆଶା କରୁଛି । କୌଣସି କାରଣ ବଶତଃ ଆକସ୍ମିକ ଧନ ଖର୍ଚ୍ଚ ହୋଇପାରେ। ସ୍ଵାସ୍ଥ୍ୟ ଉପରେ ବିଶେଷ ଧ୍ୟାନ ଦେବାକୁ ହେବ। ମଧ୍ୟାହ୍ନ ପରେ ଘରେ ଆନନ୍ଦ ଏବଂ ଶାନ୍ତିର ବାତାବରଣ ରହିବ। କାର୍ଯ୍ୟରେ ଯଶ ଏବଂ କୀର୍ତ୍ତି ମିଳିବ। ବ୍ୟବସାୟ କ୍ଷେତ୍ରରେ ଲାଭ ହେବ।ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ।

ତୁଳା : ଆଜି ଆପଣ କୌଣସି ନୂଆ କାର୍ଯ୍ୟ କରିବେ । କିଛି ନୂଆ ଖେଳ ଖେଳିବାକୁ କିମ୍ବା କୌଣସି ନୂତନ କାର୍ଯ୍ୟ କରିବାକୁ ଆପଣଙ୍କର ପ୍ରବଳ ଆଗ୍ରହ ହେବ । ଆଜି ଆପଣ ନିଷ୍ପତ୍ତି ନେବେ ଯେ ଯେଉଁ କାମ ଆପଣ କରିବେ ତାହା କିପରି କରିବେ । ମିତ୍ରମାନଙ୍କ ସହିତ ଦିନ ଆନନ୍ଦପୂର୍ବକ କଟିବ। ଭାଗିଦାରୀରେ ଲାଭ ହେବ। ବ୍ୟାପାର କ୍ଷେତ୍ରରେ ମଧ୍ୟ ଆପଣଙ୍କୁ ଲାଭ ମିଳିବ। ମଧ୍ୟାହ୍ନ ପରେ ସ୍ଵାସ୍ଥ୍ୟର ବିଶେଷ ଧ୍ୟାନ ରଖିବାକୁ ହେବ। ନକାରାତ୍ମକ ବିଚାରକୁ ମନରେ ଆଣିବାକୁ ଦିଅନ୍ତୁ ନାହିଁ।ପ୍ରତିକାର– ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ବିଚ୍ଛା : ଆଜି ଆପଣଙ୍କ ଜୀବନରେ ଏକ ନୂଆ ମୋଡ଼ ଆସିପାରେ ଆଜି ଆପଣ କୌଣସି ଆତ୍ମିୟ କିମ୍ବା ଅଜଣା ବ୍ୟକ୍ତିଙ୍କ ପାଖରୁ କିଛି ଶିକ୍ଷା ଲାଭ କରି ପାରନ୍ତି ଯାହା ଆପଣଙ୍କ ପାଇଁ ଜରୁରୀ ଥିଲା । ତାଙ୍କ ଉପଦେଶ ଉପରେ ଧ୍ୟାନ ଦିଅନ୍ତୁ । ଆଜିର ଦିନ ସବୁ ପ୍ରକାରରେ ଆପଣଙ୍କ ପାଇଁ ଲାଭଦାୟୀ ଅଟେ। କୌଣସି ପରୋପକାର କାର୍ଯ୍ୟ ଆପଣଙ୍କ ଦ୍ଵାରା ହେବ। ବ୍ୟାପାରରେ ଉଚିତ ଆୟୋଜନ ଦ୍ଵାରା ବ୍ୟାପାର ବୃଦ୍ଧି କରି ପାରିବେ। ଉଚ୍ଚ ଅଧିକାରୀଗଣ ଆପଣଙ୍କ କାର୍ଯ୍ୟର ପ୍ରଶଂସା ଆନନ୍ଦ ପୂର୍ବକ କରିବେ। ପିତା ଏବଂ ବଡ଼ଙ୍କର ଆଶୀର୍ବାଦ ଏବଂ ତାଙ୍କଠାରୁ ଲାଭ ମଧ୍ୟ ମିଳିବ। ଆୟରେ ବୃଦ୍ଧି ହେବାର ସମ୍ଭାବନା ଅଛି।ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଧନୁ:– ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ। ପ୍ରତିକାର:-ଦିନ ଦୁଃଖୀଙ୍କୁ ଅନ୍ନ ଦାନ ଦିଅନ୍ତୁ।

ମକର:- ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର- ଗାଈକୁ ଖାଇବାକୁ ଦେବେ।

କୁମ୍ଭ:- ମାନସିକ ଦୁଶ୍ଚିନ୍ତାଦୂରହେବ। ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ। ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମୀନ:- କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ

Leave a Reply

Your email address will not be published. Required fields are marked *