ମେଷ- ଆବଶ୍ୟକ ନିର୍ଣ୍ଣୟ ନେବା ପାଇଁ ଆଜିର ଦିନ ଶୁଭ ଅଟେ। ସୃଜନାତ୍ମକ ଶକ୍ତିରେ ବୃଦ୍ଧି ହେବ। ବିଚାରରେ ସ୍ଥିରତା ତଥା ମନରେ ଦୃଢ଼ତା ରହି ଆପଣ ନିଜର କାର୍ଯ୍ୟ ବହୁତ ଭଲ ଭାବରେ କରି ପାରିବେ। ମିତ୍ରମାନଙ୍କ ସହିତ ଯାତ୍ରାର ଆୟୋଜନ କରିବେ। ଠିକାଦାରୀ, ସଡକ, ଗୃହ ନିର୍ମାଣ, ଗୃହୋପକରଣ, ଗୃହ ନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ । ପ୍ରତିଦ୍ୱନ୍ଦିତା ବା ପ୍ରତିଯୋଗିତା କରିବା ସୁଯୋଗ ପାଇ ସଫଳ ହେବେ । ଆକସ୍ମିକ ଭାବରେ କୌଣସି ସୂତ୍ରରୁ ମୋଟା ଅର୍ଥ ମିଳିଯିବ ଓ ଭୂମିଲାଭ ଯୋଗ ମଧ୍ୟ ଘଟିବ। ବିଦେଶୀ ବା ଦୂର ବନ୍ଧୁ ଖୁବ୍ ସାହାଯ୍ୟ କରିବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।
ବୃଷ – ମାନସିକ ଅଶାନ୍ତି ଏବଂ ଅସୁବିଧା ଭରା ଦିନ ଅଟେ। ଜୋରରେ ପରିବର୍ତ୍ତନ ହେଉଥିବା ବିଚାର କାରଣରୁ ଅନିର୍ଣ୍ଣୟର ସ୍ଥିତି ରହିବ। ସେଥିପାଇଁ ଠୋସ ନିର୍ଣ୍ଣୟ ନେଇ ପାରିବେ ନାହିଁ। ସନ୍ତାନମାନଙ୍କର ପ୍ରଶ୍ନ ଅସୁବିଧାରେ ପକାଇବ। ପେଟ ରୋଗରେ ପୀଡ଼ିତ ହେବାର ସମ୍ଭାବନା ଅଛି। କାର୍ଯ୍ୟ ନିଷ୍ଫଳତା ହତାଶା ସୃଷ୍ଟି କରିବ ଏବଂ ଆକସ୍ମିକ ଧନ ଖର୍ଚ୍ଚ ହେବ। ଆପଣ ପରିବାରର କାର୍ଯ୍ୟ କ୍ଷେତ୍ର ଏବଂ ବୈବାହିକ ଜୀବନରେ ସଫଳତାର ସ୍ୱାଦ ଉପଭୋଗ କରିବେ । ଆପଣଙ୍କର ଭବିଷ୍ୟତର ସୁଖ ସ୍ୱାଛନ୍ଦ୍ୟର ଭାବନା । ଆପଣଙ୍କ ଦିନଟି ସୁଖରେ କଟିବ । ଏହା ଅନ୍ୟମାନଙ୍କୁ ପ୍ରଭାବିତ କରିବ ।ଆଜିର ଦିନ ଭାଗ୍ୟ ବୃଦ୍ଧି ହେବାର ଦିନ ଅଟେ। ବିଦେଶ କିମ୍ବା ଦୂର ଦେଶରୁ ଶୁଭ ସମାଚାର ପ୍ରାପ୍ତ ହେବ। ଛୋଟ ପ୍ରବାସ କିମ୍ବା କୌଣସି ଧାର୍ମିକ ଯାତ୍ରାଯୋଗୁଁ ମନର ପ୍ରସନ୍ନତାରେ ବୃଦ୍ଧି ହେବ। ଶାରୀରିକ ରୂପରେ ମଧ୍ୟ ଆଜି ସୁସ୍ଥ ରହିବେ।ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ।
ମିଥୁନି -ବ୍ୟାପାର-ଧନ୍ଦାର ବିକାସ ଏବଂ ଆର୍ଥିକ ଆୟୋଜନ ପାଇଁ ଆଜି ଅନୁକୂଳ ଦିନ ଅଟେ। ଅସୂଲୀ କିମ୍ବା ଟଙ୍କା ଦେବା-ନେବାରେ ସଫଳତା ମିଳିବ। ଆମଦାନୀ-ରପ୍ତାନୀରେ ବ୍ୟାପାରିମାନଙ୍କୁ ଲାଭ ହେବ। ଆର୍ଥିକ ଲାଭ ହେବ। ଆଇନ କାନୁନରୁ ଦୂରେଇ ରହିବା ସହିତ ସଚେତ ରୁହନ୍ତୁ। ବିରୋଧିମାନଙ୍କର ଚାଲ ନିଷ୍ଫଳ ରହିବ। ଆଜିର ଦିନ ଆନନ୍ଦର ଦିନ ଅଟେ। ବ୍ୟାପାର ଏବଂ ଆୟରେ ବୃଦ୍ଧି ହେବ। ଆଜି ଆପଣଙ୍କ ଉପରେ ଲକ୍ଷ୍ମୀଙ୍କର କୃପା ରହିବ। ପରିଜନ ଏବଂ ମିତ୍ରମାନଙ୍କ ସହିତ ଆମୋଦ-ପ୍ରମୋଦର ବାତାବରଣ ରହିବ। ନୂଆ ସଂପର୍କ ଏବଂ ପରିଚୟ ବ୍ୟାପାର କ୍ଷେତ୍ରରେ ଲାଭପ୍ରଦ ରହିବ। ଛୋଟ ଯାତ୍ରା ଆନନ୍ଦଦାୟୀ ରହିବ।ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ।
କର୍କଟ – ଆଜିର ଦିନ ଆପଣଙ୍କପାଇଁ ଲାଭଦାୟକ ପ୍ରମାଣିତ ହେବ। ମନର ଦ୍ୱନ୍ଦ୍ୱତାପୂର୍ଣ୍ଣ ସ୍ଥିତି ଯୋଗୁଁ ହାତକୁ ଆସିଥିବା ସୂଯୋଗ ହରାଇ ପାରନ୍ତି ଧ୍ୟାନ ରଖିବାକୁ ପଡ଼ିବ। ମହିଳା ମିତ୍ରମାନଙ୍କ ସହ ସାକ୍ଷାତକରିବେ ଏବଂ ଲାଭ ହେବ। ବୃଦ୍ଧଙ୍କର ଆଶୀର୍ବାଦ ପ୍ରାପ୍ତ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ହେବ। ଯାତ୍ରାର ଆୟୋଜନ ହେବ। ଯଦି କାର୍ଯ୍ୟ ସମ୍ପର୍କିତ ଭ୍ରମଣ ହୋଇଥାଏ ସୁଫଳମିଳିବ ।ମିତ୍ର ଏବଂ ପରିଜନମାନଙ୍କ ସହିତ ଆଜିର ଦିନ ଆନନ୍ଦ ପୂର୍ବକ ସମାପ୍ତ ହେବ। କୌଣସି ପର୍ଯ୍ୟଟନ ସ୍ଥଳକୁ ଯାତ୍ରା ମଧ୍ୟ ହୋଇପାରେ। ବ୍ୟବସାୟୀ ଲୋକମାନଙ୍କ ପାଇଁ ସମୟ ଅନୁକୂଳ ଅଟେ,ପ୍ରତିକାର-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
ସିଂହ : ପ୍ରେରଣା ହିଁ ଆଜି ଆପଣଙ୍କର ମୂଳ ମନ୍ତ୍ର ଅଟେ । ଆଜି ଆପଣ ନିଜକୁ ସେହି କାମଟି କରିବା କୁ ପ୍ରସ୍ତୁତ କରନ୍ତୁ ଯାହାକୁ ଅନ୍ୟମାନେ ଅସମ୍ଭବ ବୋଲି ମାନନ୍ତି । ଆଜି ଆରମ୍ଭ କରାଯାଇଥିବା ନୂଆ କାର୍ଯ୍ୟ ଅସମ୍ପୂର୍ଣ୍ଣ ରହିପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ପରିଜନମାନଙ୍କ ସହିତ ବାଦ-ବିବାଦ କରନ୍ତୁ ନାହିଁ, କ୍ଷତି ହୋଇପାରେ। ମଧ୍ୟାହ୍ନ ପରେ ଆପଣଙ୍କ ଶାରୀରିକ ଏବଂ ମାନସିକ ସ୍ଥିତିରେ ସୁଧାର ହେବାର ସମ୍ଭାବନା ଅଛି। ପାରିବାରିକ ଜୀବନ ସୁଖପ୍ରଦ ରହିବ।
କନ୍ୟା : ଆପଣଙ୍କ ଭିତରେ ରଚ଼ନାତ୍ମକତା ବହୁପରିମାଣରେ ଅଛି, ଆଜିକା ଦିନଟି ଆପଣ ଏହାର ସମ୍ପୂର୍ଣ୍ଣ ବ୍ୟବହାର କରିପାରନ୍ତି । ଆପଣ ବହୁଦିନରୁ କିଛି କହିବାକୁ ଚ଼ାହୁଁଛନ୍ତି କିନ୍ତୁ କରିପାରୁନାହାନ୍ତି । ଆଜିକା ଦିନଟିକୁ ବ୍ୟବହାର କରି ଆପଣ ନିଜର ରଚ଼ନାତ୍ମକତାକୁ ଅଭିବ୍ୟକ୍ତ କରି ପାରନ୍ତି । ପରିଜନମାନଙ୍କ ସହିତ ବାଦ-ବିବାଦ ନ ହେଉ, ଏହାର ଧ୍ୟାନ ରଖିବେ, ଅନ୍ୟଥା ଅସୁବିଧା ହୋଇପାରେ। ସ୍ଵାସ୍ଥ୍ୟ ଖରାପ ରହିବ, ଥଣ୍ଡା, କଫ, ଜ୍ୱରର ସମସ୍ୟା ହୋଇପାରେ। ନିରର୍ଥକ ଆର୍ଥିକ ଖର୍ଚ୍ଚରୁ ବଞ୍ଚନ୍ତୁ। ଯାତ୍ରା କିମ୍ବା ପର୍ଯ୍ୟଟନକୁ ଟାଳିବାକୁ ଚେଷ୍ଟାକଲେ ଭଲ ହେବ। ମଧ୍ୟାହ୍ନ ପରେ ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ଭଲ ରହିବ।ଏ
ତୁଳା : ଆଜି ଆପଣ ନିଜ କଳାକୁ ଚ଼ିହ୍ନି ପାରିବେ ନିଜର ସବୁ ଦିନିଆ ଦିନଚ଼ର୍ଚ୍ଚାରେ କିଛି ପରିବର୍ତ୍ତନ ଆଣନ୍ତୁ । ଛୋଟ ଛୋଟ କଥାରେବି ଆପଣଙ୍କର ନିଜର ତିକ୍ଷଣ ବୁଦ୍ଧି ପାଇଁ ପ୍ରଶଂସା ମିଳିବ । ଆଜି ଆପଣଙ୍କୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଉପରେ ଆପଣ ବିଜୟ ପ୍ରାପ୍ତ କରି ପାରିବେ। ମାନ-ସମ୍ମାନ ମିଳିବ। ମଧ୍ୟାହ୍ନ ପରେ ସ୍ଥିତି ଟିକେ ବଦଳିପାରେ। କାହା ସହିତ ଧନ ଦେଣ-ନେଣରେ ଦାୟିତ୍ୱହୀନତା କରନ୍ତୁ ନାହିଁ। ଛୋଟ ଯାତ୍ରା କରିପାରନ୍ତି।
ବିଚ୍ଛା :କାର୍ଯ୍ୟ କୁଶଳତାର ଗୁଣ ଆପଣଙ୍କ ଭିତରେ ବହୁପରିମାଣରେ ଅଛି ଯାହା ଏହିଦିନ ଆହୁରୀ ଅଧିକ ବଢ଼ି ଯିବ । ଆପଣ ସକାରାତ୍ମକ ଏବଂ ରଚ଼ନାତ୍ମକ ଉର୍ଜାରେ ଅଛନ୍ତି । ଏଥିପାଇଁ ଆପଣ ସହଜରେ ସମସ୍ୟାର ସମାଧାନ ଖୋଜି ବାହାର କରିପାରିବେ । ଶାରୀରିକ ଏବଂ ମାନସିକ ରୂପରେ ବ୍ୟଗ୍ରତା ଅନୁଭବ ହୋଇପାରେ। ଅଯଥା ଧନର ବ୍ୟୟ ନ ହେଉ, ଏହାର ଧ୍ୟାନ ରଖିବେ। ପରନ୍ତୁ ମଧ୍ୟାହ୍ନ ପରେ ମିତ୍ରମାନଙ୍କ ସହିତ ଭେଟ ହେବ ଏହାଦ୍ୱାରା ଆପଣ ପ୍ରସନ୍ନ ହେବେ। ଆର୍ଥିକ ଲାଭ ହେବ। ଭାଇ-ବନ୍ଧୁମାନଙ୍କ ସହିତ ପ୍ରେମ ବଢ଼ିବ। ଭାଗ୍ୟବୃଦ୍ଧିର ପ୍ରସଙ୍ଗ ବନିବ।
ଧନୁ:- ଘରୋଇ ଚିନ୍ତା ଧୀରେ ଧୀରେ ସମାପ୍ତ ହବ।ନୂଆ ଘର ନିର୍ମାଣ କିମ୍ବା ମରମାତି ପାଇ ଯୋଜନା କରିବେ।ଶିଳ୍ପ ଓ ବାଣିଜ୍ୟରେ ସନ୍ତୋଷ ଜନକ ଫଳ ମିଳିବ।ମହିଳା ମାନେ ଘର କାମରେ ବ୍ୟସ୍ତ ରହିବେ। ପ୍ରତିକର- ଅର୍ଥ ଦାନ କରନ୍ତୁ।
ମକର:- ଧାର୍ମିକ କାର୍ଯ୍ୟ ରେ ଅର୍ଥ ବ୍ୟୟ କରିବେ।କୌଣସି କାର୍ଯ୍ୟ ଲାଗି କରିଥିବା ପ୍ରୟାସ ରେ ସଫଳତା ପାଏବେ।ରାଜନୀତି ରେ ମାନ ସମ୍ମନ ପାଇବେ। ପ୍ରତିକାର-ମା ଦୁର୍ଗା ଙ୍କୁ ଉପାସନା କରନ୍ତୁ।
କୁମ୍ଭ:- ବ୍ୟବସାୟ ପ୍ରତି ଧ୍ୟାନ ଦିଅନ୍ତୁ।ଚାକିରିରେ ଆୟ ବୃଦ୍ଧି ହବାର ଯୋଗ ରହିଛି।କୌଣସି କାର୍ଯ୍ୟ ରେ ବ୍ୟସ୍ତ ରହିବେ।ଛାତ୍ର ମାନେ ପରୀକ୍ଷା ରେ କୃତକାର୍ଯ୍ୟ ହେବେ। ପ୍ରତିକାର- କୁକୁରଙ୍କୁ ଖାଇବାକୁ ଦିଅନ୍ତୁ।
ମୀନ:- କୌଣସି ଲକ୍ଷ୍ୟ କୁ ନେଇ ୟାତ୍ରା ପୁରକରିବାରେ ସଫଳ ହେବେ।ଚାକିରିରେ ସହଯୋଗୀଙ୍କ ସହଯୋଗ ପାଏବେ।ଶିଳ୍ପ ବାଣିଜ୍ୟ ରେ ସୁଭାଫଳ ପାଏବେ।ମହିଳାଙ୍କ ମନ ଚଞ୍ଚଳ ରହିବ। ପ୍ରତିକାର-ହନୁମାନ ଚାଳିଶ ପାଠ କରନ୍ତୁ।