ଲଘୁଚାପ ର ରୂପ ନେଲା ଘୁର୍ଣ୍ଣିବଳୟ – ଏହି ଜିଲ୍ଲାକୁ ରହିଛି ବର୍ଷା ପବନର ପ୍ରବଳ ବିପଦ ।

ଉତ୍ତର ବଙ୍ଗୋପସାଗର ରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଯୋଗୁ ଆସନ୍ତା ୨୮ ରୁ ୩୧ ତାରିଖ ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ | ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ମୁତାବକ ମଙ୍ଗଳବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ୨୮ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ସୁନ୍ଦରଗଡ, ଅନୁଗୁଳ, ପୁରୀ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

୨୯ ତାରିଖ ଦିନ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ। ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ଝାରସୁଗୁଡ଼ା, ସୋନପୁର, ବରଗଡ଼ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

rains

ଙ୍ଗୋପସାଗରରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା‌ରେ ଏହା ଅଧିକ ଘନୀଭୂତ ହୋଇ ଉତ୍ତର ବଙ୍ଗୋପସାଗର ତଥା ସଂଲଗ୍ନ ବାଂଲାଦେଶରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହା ଫଳରେ ଆସନ୍ତା ୩୦ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ବର୍ଷା ଯୋଗୁଁ କିଛି ସ୍ଥାନରେ ତଥା ତଳିଆ ଅଞ୍ଚଳରେ ସାମୟିକ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇପାରେ। ତେଣୁ ଚାଷ ଜମିଗୁଡ଼ିକରୁ ଅଧିକ ବର୍ଷାଜଳ ନିଷ୍କାସନର ଆବଶ୍ୟକତା ପଡ଼ିପାରେ। ଆସନ୍ତାକାଲି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିଭଳି ଅନୁଗୁଳ, ଡେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଧା ଓ ସମ୍ବଲପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ସେହିପରି ୩୧ ତାରିଖ ଦିନ ନବରଙ୍ଗପୁର, ନୂଆପଡା, ବାଲେଶ୍ୱର, ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ | ଆଉ ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *