ଆଜି ପ୍ରବଳ ବର୍ଷା ହେବ ୟେଲୋ ୱାର୍ନିଂ ଜାରି ହେଲା।

rain

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ପ୍ରଭାବ ହେତୁ ପ୍ରବଳ ବର୍ଷିବ। ତେବେ ଉତ୍ତର ବଙ୍ଗୋପସାଗର ଓ ଏହାର ପାସବର୍ତ୍ତି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ 15 ତାରିଖ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ତେବେ ଆସନ୍ତୁ ନଜର ପକେଇବା ଆଜି କେଉଁ ଜିଲ୍ଲା ମାନଙ୍କରେ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଲଘୁଚାପ ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡଖଣ୍ଡ ଏବଂ ବିହାର ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

rains

ତେବେ ଏହି ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଗାମୀ ୩୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ଥିବାବେଳେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଜିଲ୍ଲା ଗୁଡ଼ିକରେ ଅଧିକାଂଶ ସ୍ଥାନ ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ଅନେକ ଅଞ୍ଚଳରେ ହାଲକା ରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ସୁନ୍ଦରଗଡ, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ ଏବଂ ଯାଜପୁର ଜିଲ୍ଲାର ଗୋଟିଏ ରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ସେହିପରି ଅନୁଗୁଳ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା ଏବଂ ସମ୍ବଲପୁର ଜିଲ୍ଲାର ଗୋଟିଏ ରୁ ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଉପରୋକ୍ତ ଜିଲ୍ଲା ଗୁଡ଼ିକୁ ପାଣିପାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଆଉ ତା ସହ ବିଶେଷଜ୍ଞ ମାନେ ଏହା ସୂଚନା ଦେଇଛନ୍ତି ଉତ୍ତର ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଝଡ଼ ପବନ ଘଣ୍ଟା ପ୍ରତି ୪୦ ରୁ ୫୦ କିଲୋ ମିଟର ବେଗରେ ବହିବାର ସମ୍ଭାବନା ରହିଛି। ତେଣୁ ଉତ୍ତର ବଙ୍ଗୋପସାଗର ଓ ଉପକୂଳ ଓଡିଶା ତଥା ତାର ଆଖ ପାଖ ଅଞ୍ଚଳରେ ଗଭୀର ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜିବି ମାନଙ୍କୁ ବାରଣ କରାଯାଇଛି।

rain

ତେବେ ତଳିଆ ଅଞ୍ଚଳରେ ଜଳ ମଗ୍ନ ଏବଂ ବନ୍ୟା ପରିସ୍ଥିତି ଉପୁଜି ପାରେ। ଏଥି ପାଇଁ ସତର୍କ ରହିବା ପାଇଁ ସ୍ବତନ୍ତ୍ର ରିଲିଫ କମିଶନର, ଜିଲ୍ଲାପାଳ ଏବଂ ମହାନଗର ନିଗମ ଆୟୁକ୍ତଙ୍କ ପରାମର୍ଶ ଦେଇଛନ୍ତି। ଆସନ୍ତା କାଲି ଯାଏ ଜିଲ୍ଲାର କେତେକ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି।

ଉତ୍ତର ଓଡ଼ିଶାର ଗୋଟିଏ କି ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଲଘୁଚାପଟି ବାଂଲାଦେଶ ଉପକୂଳ ଓ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ରହିଛି। ତେବେ ବର୍ଷାକୁ ନେଇ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ନିଂ ଦିଆ ଯାଇଛି।

Leave a Reply

Your email address will not be published. Required fields are marked *