କାଳବୈଶାଖୀ:୧୮ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ।

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ଆଜି ଠାରୁ 18 ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି । ମିଳିଥିବା ସୂଚନା ଅନୁସାରେ ତେବେ ଆସନ୍ତା 24 ଘଣ୍ଟା ମଧ୍ୟରେତଥା 14 ତାରିଖ ଗୁରୁବାର ଅପରାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ , ନବରଙ୍ଗପୁର , ନୂଆପଡା , ରାୟଗଡା , କଳାହାଣ୍ଡି , କନ୍ଧମାଳ , କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ଝଡ ବର୍ଷା ଜନିତ କାଳବୈଶାଖୀ ହେବାର ସମ୍ଭାବନା ରହିଛି ।

ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ ମଧ୍ୟ କୁହାଯାଇଛି । ଏହି ସବୁକୁ ଦୃଷ୍ଟିରେ ରଖି 9 ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଜାଇଛି ତଥା କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକମାନଙ୍କୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

rains

ସେହିପରି ଜାରି ହୋଇ ଥିବା ସତର୍କ ସୂଚନା ଅନୁଯାୟୀ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି , ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୁଳ ଓ ଢ଼େଙ୍କାନାଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି । ସେହିପରି ଓଡ଼ିଶା ର ଜିଲ୍ଲାଗୁଡ଼ିକରେ ଆସନ୍ତା 3 ରୁ 4 ଦିନ ଭିତରେ ସର୍ବାଧିକ ତାପମାତ୍ରା ରେ କୈଣସି ବଡ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।

ହେଲେ ଆସନ୍ତା 2 ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ଦିନର ତାପମାତ୍ରା ସ୍ୱାଭାବିକ ଠାରୁ 3 ରୁ 4 ଡୀଗ୍ରି ସେଲସିୟସ ପର୍ଯ୍ୟନ୍ତ ଅଧିକା ରହିବ । ଆଗାମୀ 24 ଘଣ୍ଟା ପାଇଁ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ଆକାଶ ମୁଖ୍ୟତଃ ସ୍ୱଚ୍ଛ ରହିବା ସହ ସନ୍ଧ୍ୟା ଆଡକୁ ଆକାଶ ଆଂଶିକ ମେଘୁଆ ରହିପାରେ ।

rain

ସର୍ବାଧିକ ଏବଂ ସର୍ବନିମ୍ନ ତାପମାତ୍ରା ଯଥାକ୍ରମେ ପ୍ରାୟ 38 ଏବଂ 27 ଡୀଗ୍ରି ସେଲିସିୟସ ରହିବାର ସମ୍ଭାବନା ରହିଛି । ତେବେ ଗତକାଲି ରାଜ୍ୟର ସର୍ବାଧିକ ତାପମାତ୍ରା 43 ଡୀଗ୍ରି ସେଲସିୟସ ବଲାଙ୍ଗୀର ଏବଂ ସୋନପୁର ଜିଲ୍ଲାରେ ରେକର୍ଡ କରାଯାଇ ଥିବା ବେଳେ ଏବଂ ସର୍ବନିମ୍ନ ତାପମାତ୍ରା 22.8 ଡୀଗ୍ରି ସେଲସିୟସ କେନ୍ଦୁଝରରେ ରେକର୍ଡ ହୋଇଛି ।

ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ ସାହାଯ୍ୟ କରନ୍ତୁ ।

Leave a Reply

Your email address will not be published. Required fields are marked *