ଭୀଷଣ ଲଘୁଚାପ ବର୍ଷା ତାଣ୍ଡବ ଆରମ୍ଭ

rain

ଆପଣ ମାନଙ୍କୁ ଆମର ପୋର୍ଟାଲ କୁ ବହୁତ ବହୁତ ସ୍ୱାଗତ କରୁଛୁ । ବନ୍ଧୁଗଣ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା । ଆଜି ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୪ଟି ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ର ସମ୍ଭାବନା । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଏହି ବର୍ଷା ତିନିଦିନ ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ତିନିଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆଜି ଗଞ୍ଜାମ, ଗଜପତି, ମାଲାକାନଗିରି, କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୧ଟି ଜିଲ୍ଲାକୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡିକ ହେଲା ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ ଓ ନୟାଗଡ଼ । ସେହିପରି ୬ ତାରିଖରେ ୧୦ ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି ।

rains

ଆଉ ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୭ ତାରିଖରେ ବର୍ଷାର ପରିମାଣ କମିବ । ହେଲେ ୬ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଉ ଲଘୁଚାପ ପ୍ରଭାବରେ ଟୁଇନସ୍ କଟକ ଏବଂ ଭୁବନେଶ୍ୱରରେ ମଧ୍ୟ ବର୍ଷା ଲାଗି ରହିଛି । ଯେଉଁଠାରେ ସତର୍କ ସୂଚନା ଜାରି କରାଯାଇଛି ସେଠାରେ ୬୦ ରୁ ୭୦ ମିଲିମିଟର ବର୍ଷା ହୋଇପାରେ ।

ଏବଂ ବର୍ଷାର ପ୍ରକପ ଆସନ୍ତାକାଲି କମିଲେ ମଧ୍ୟ କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୬ ତାରିଖ ଦିନ ପ୍ରବଳ ବର୍ଷାର ପୂର୍ବାନୁମାନ କରାଯାଇଛି । ୭ ତାରିଖ ଦିନ ଦକ୍ଷିଣ ବଙ୍ଗୋପସାଗରରେ ଆଉ ଏକ ଘୃଣ୍ଣିବଳୟ ସୃଷ୍ଟି ହୋଇ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି ।

ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ ସାହାଯ୍ୟ କରନ୍ତୁ ।

Leave a Reply

Your email address will not be published. Required fields are marked *