3 ଦିନ ଏହି ସବୁ ଜିଲ୍ଲାରେ ପ୍ରବଳ ଝଡ ସହ ବର୍ଷା ଆଶଙ୍କା । ଆପଣଙ୍କ ଜିଲ୍ଲାକୁ କେତେ ବିପଦ ଜୀଣନ୍ତୁ ।

heavy storm

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ବହୁତ ବହୁତ ସ୍ୱାଗତ କରୁଛୁ । ବନ୍ଧୁଗଣ ଆଜିଠାରୁ ରାଜ୍ୟର ପାଗ ବଦଳିବ। ପଶ୍ଚିମା ଝଡ଼ ପ୍ରଭାବରେ ସାରା ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ,ବାଲେଶ୍ୱର , ଯାଜପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, କୋରାପୁଟ, ରାୟଗଡ଼ା, ଗଜପତି ଓ କନ୍ଧମାଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ ।

ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ର ନିର୍ଦ୍ଦେଶକ ଉମାଶଙ୍କର ଦାସ। ୧୫ ତାରିଖରୁ ସକ୍ରିୟ ହେବ ଆଉ ଏକ ପଶ୍ଚିମା ଝଡ଼ । ଏହାର ପ୍ରଭାବରେ ୧୭ ତାରିଖ ପର୍ଯ୍ୟନ୍ତ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବ । ଝଡ଼ ପବନ ସହ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।

raine

ଆସନ୍ତାକାଲି ଉପକୂଳ ଓ ଏହାର ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ପଡ଼ିବ ପ୍ରଭାବ । ଉତ୍ତର ଓ ଉପକୂଳ ଜିଲ୍ଲା ଗୁଡ଼ିକରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ,କଟକ , ଯାଜପୁର, ଭଦ୍ରକ, ବାଲେଶ୍ଵର, ମୟୁରଭଞ୍ଜ । ଏଥିସହ ଗତ ୨୪ ଘଣ୍ଟାରେ ସମ୍ବଲପୁରରେ ସର୍ବାଧିକ ଦିନ ତାପମାତ୍ରା ୩୮.୭ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ଵର ରେ ୩୮.୨ ରେକର୍ଡ଼ ହୋଇଛି । ଗତକାଲି ତୁଳନା ରେ ଆଜି ୨ ଡିଗ୍ରୀ କମ୍ ରହିବ ଦିନ ତାପମାତ୍ର। ।

ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ ସାହାଯ୍ୟ କରନ୍ତୁ ।

Leave a Reply

Your email address will not be published. Required fields are marked *