ବାତ୍ୟା ଆଶଙ୍କା ବଢୁଛି, ସୂଚନା ଦେଲା ଭାରତୀୟ ପାଣିପାଗ ବିଭାଗ

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ବହୁତ ବହୁତ ସ୍ୱାଗତ କରୁଛୁ । ବନ୍ଧୁଗଣ ପାଣିପାଗ ବିଭାଗ ଦେଲାଣି ସୂଚନା । ହଁ ବନ୍ଧୁଗଣ ଦକ୍ଷୀଣ ପୂର୍ବ ବଙ୍ଗପ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ 8 ତାରିଖ ସୁଧା ଲଘୁଚାପ କ୍ଷେତ୍ରରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ମହା ନିର୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।

ସେ କିହିଛନ୍ତି କି ଏହି ଘୂର୍ଣ୍ଣି ବଳୟ 8 ତାରିଖ ସୁଧା ଲଘୁଚାପ କ୍ଷେତ୍ରରେ ପରିଣତ ହେବ ଏହାପରେ ଏହା ଅଧିକ ଘନିଭୂତ ହୋଇ 9ତାରିଖ ସୁଧା ଅବପାତରେ ପରିଣତ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ତେବେ ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ବାତ୍ୟା ନେଇ ସବିଶେଷ ବିବରଣି ଦିଆଯାଇ ପାରିବ ବୋଲି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ।

batya

ଅନ୍ୟ ପକ୍ଷରେ ଦକ୍ଷୀଣ ପୂର୍ବ ବଙ୍ଗପ ସାଗର ଅସାନ୍ତ ରହୁଥିବାରୁ ମତ୍ସଜୀବିଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ବାରଣ କରାଯାଇଛି ଏବଂ ଯେଉଁମାନେ ସମୁଦ୍ର ଭିତରେ ରହିଛନ୍ତି ସେମାନେ ତରନ୍ତ ଉପକୂଳକୁ ଫେରି ଆସିବା ପାଇଁ ପରାମର୍ଶ ଦିଆ ଯାଇଛି । ବାତ୍ୟା ହେବାର ସମ୍ଭାବନା ଥିବାରୁ ଓଡ଼ିଶା ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର କରାଯାଉଛି ।

ତେବେ ସ୍ୱତନ୍ତ୍ର ରିଲିଫ କମିସନର ସତ୍ୟବ୍ରତ ସାହୁ କହିଛନ୍ତି ଯେ ଯେକୌଣସି ପରିସ୍ତିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି ଏବଂ ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ସଜାଗ ଓ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ଏପରିକି ବାତ୍ୟା ଆଶ୍ରୟ ସ୍ଥଳି କୁ ପ୍ରସ୍ତୁତ କରି ରଖିବା ପାଇଁ ପରାମର୍ଶ ମଧ୍ୟ ଦିଆ ଯାଇଛି ।

ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ ସାହାଯ୍ୟ କରନ୍ତୁ ।

Leave a Reply

Your email address will not be published. Required fields are marked *