ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ଆଜି ପଶ୍ଚିମ କେନ୍ଦ୍ରୀୟ ତଥା ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଫଳରେ ୨୪ଘଣ୍ଟା ମଧ୍ୟରେ ବର୍ଷାର ପରିମାଣ ଓ ବିସ୍ତ୍ରୃତି ବଢିବ । ଆଜି ରାଜ୍ୟରେ ଲଘୁଚାପ ଜନିତ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ପାଣିପାଗ କେନ୍ଦ୍ରର ସୂଚନା ମୁତାବିକ ୨୫ତାରିଖ ଦିନ ମାନେ ଆଜି କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ା ଓ ବଲାଙ୍ଗିର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଏଥିସହ ସୁବର୍ଣ୍ଣପୁର, ବୌଦ୍ଧ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଓ ନୟାଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏହି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି ।
ତେବେ ଆସନ୍ତା ୨୬ ଓ ୨୭ ତାରିଖରେ ମଧ୍ୟ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଜି ରାଜଧାନୀ ଭୁବନେଶ୍ୱରର ପାଗ ଆଂଶିକ ମେଘୁଆ ରହିଛି । ମଝିରେ ମଝିରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି । ଦିନର ସର୍ବୋଚ୍ଚ ତାପମାତ୍ରା ୩୩ଂ ଓ ରାତିର ସର୍ବନିମ୍ନ ତାପମାତ୍ରା ୨୬ଂ ମଧ୍ୟରେ ରହିବ ।
ବୌଦ୍ଧ, ସୁବର୍ଣ୍ଣପୁର, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଓ ନୟାଗଡ଼ରେ ପ୍ରବଳ କୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣଂ ମଧ୍ୟ ଜାରି କରିଛି ପାଣିପାଗ କେନ୍ଦ୍ର ।
ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ ସାହାଯ୍ୟ କରନ୍ତୁ ।