ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ରାଜ୍ୟରେ ପୁଣି ଲଗାଣ ବର୍ଷା ଆଲଟ । ଆସନ୍ତା ୨୪ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ।
୨୪ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶବର୍ତ୍ତୀ ପଶ୍ଚିମ କେନ୍ଦ୍ରରେ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ପୂର୍ବାନୁମାନ କରାଯାଉଛି ।
ଆସନ୍ତା ୨ଦିନ ଯାଏ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଓଡିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି । ଏନେଇ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣିଂ ଜାରି ରହିଛି । କନ୍ଧମାଳ, କଳାହାଣ୍ଡି, ନୂଆପଡା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ।
ସେହିପରି ପ୍ରବଳ ବର୍ଷା ହେବା ସହ ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ପୁରୀ, ଗଜପତି, ରାୟଗଡ଼ା, କଟକ, ସୋନପୁର, ବଲାଙ୍ଗିର ଓ ବରଗଡ ଜିଲ୍ଲା ପାଇଁ ୟେଲୋ ୱାର୍ଣିଂ ଜାରି ହୋଇଛି । ଆଜିଠାରୁ ୨୨ତାରିଖ ପର୍ଯ୍ୟନ୍ତ ମତ୍ସ୍ୟ ଜୀବି ମାନଙ୍କୁ ସମୁଦ୍ରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି ।
ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ ସାହାଯ୍ୟ କରନ୍ତୁ ।