ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ରାଜଧାନୀରେ ବାଦଲ ଫଟା ବର୍ଷା ରେକର୍ଡ ହୋଇଛି । ଆଜି ପାଇଁ ମଧ୍ୟ କିଛି ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ଦେବଗଡ, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ସୁନ୍ଦରଗଡ, କଟକ ଓ ବାଲେଶ୍ଵରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି ।
ଏଥିସହ ପ୍ରବଳ ବର୍ଷା ନେଇ କିଛି ଜିଲ୍ଲାର ୟେଲୋ ୱାର୍ଣିଂ ଜାରି କରାଯାଇଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡା, ବରଗଡ଼, ନୟାଗଡ଼, ଖୋର୍ଦ୍ଧା, ପୁରୀ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର ଓ ନୂଆପଡାକୁ ୟେଲୋ ୱାର୍ଣିଂ ଜାରି କରାଯାଇଛି । ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ ଆସନ୍ତା ୨ଦିନ ଲଘୁଚାପ ସହ ସକ୍ରିୟ ମୌସୁମୀ ଜନିତ ପର୍ଷା ସମ୍ଭାବନା ରହିଛି । ତେଣୁ ମତ୍ସ୍ୟ ଜିବୀ ମାନଙ୍କୁ ଅନୁରୋଧ ସମୁଦ୍ର କୂଳକୁ ନଯିବା ପାଇଁ ବାରଣ କରାଯାଇଛି ।
ଗତକାଲି ବର୍ଷାରେ ରାଜଧାନୀ ବେହାଲ ହୋଇଯାଇଥିଲା । ଆଣ୍ଠୁଏ ଆଣ୍ଠୁଏ ପାଣିରେ ଲୋକ ଯାତାୟାତ କରୁଥୁଲେ । ତେଣୁ ଆଜି ବି ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣିଂ ଜାରି କରାଯାଇଛି ।
ସେହି ଜିଲ୍ଲା ଗୁଡିକ ହେଲା- କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡା, ବରଗଡ଼, ନୟାଗଡ଼, ଖୋର୍ଦ୍ଧା, ପୁରୀ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର ଓ ନୂଆପଡାକୁ ୟଲୋ ୱାର୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷାର ଆଶଙ୍କା ନେଇ ଏହି ସବୁ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି। ଏହି ଜିଲ୍ଲାରେ ବନ୍ୟା ପରିସ୍ଥିତି ଉପୁଜିପାରେ ।
ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ ସାହାଯ୍ୟ କରନ୍ତୁ ।