ଆଜି ଠାରୁ ପୁଣି ବର୍ଷିବ , ଆଉ ନିସ୍ତାର ନାହିଁ ୧୯ ଜିଲ୍ଲାକୁ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ତିନିଦିନ ଦିନ ପ୍ରବଳ ରୁ ଅତି ପ୍ରବଳ ବର୍ଷା । ଅତି ପ୍ରବଳ ବର୍ଷିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର । ଆସୁଛି ଆଉ ଏକ ବଡ ବର୍ଷା । ମଙ୍ଗଳବାର ଅର୍ଥାତ୍ ଆସନ୍ତା କାଲି ବେଳକୁ ଉତ୍ତର ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।

ତେଣୁ ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ସହ କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସମ୍ଭାବନା ରହିଛି । ୧୨ତାରିଖରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ମଧ୍ୟ ହୋଇପାରେ । ସେହିପରି ୧୩ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସେସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣିଂ ଜାରି କରାଯାଇଛି । ଏଥିସହିତ ୧୯ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

rains

ଆଜିଠାରୁ ବର୍ଷାର ପରିମାଣ ବଢିବା ନେଇ ସିଏସି ପକ୍ଷରୁ କୁହାଯାଇଛି । ୧୬ ରୁ ବର୍ଷାର ପରିମାଣ କମିବ । ପଶ୍ଚିମ ଓଡ଼ିଶାର ଗୋଟିଏ ବା ଦୁଇଟି ସ୍ଥାନରେ ମଧ୍ୟମ ରୁ ପ୍ରବଳ ବର୍ଷା ହୋଇପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରି କହିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସ୍ରୁଷ୍ଟି ହୋଇପାରେ । ଏହା ପ୍ରଭାବରେ ୧୨ ରୁ ୧୫ ଯାଏ ବର୍ଷା ବଢିବ ।

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସୁନ୍ଦରଗଡ଼, କେଉଁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି ।

ଆଉ ଆସନ୍ତାକାଲି ୧୨ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ସେହି ୧୨ ଜିଲ୍ଲା ହେଉଛି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ଢେଙ୍କାନାଳ ଓ ଅନୁଗୁଳ ।

ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ ସାହାଯ୍ୟ କରନ୍ତୁ ।

Leave a Reply

Your email address will not be published. Required fields are marked *