ରାଜ୍ୟକୁ ଆସୁଛି ବଡ ବର୍ଷା… 3 ରୁ 4ଦିନ ପ୍ରବଳ ଛେଚିବ ରାଜ୍ୟରେ , ସତର୍କ କଲା ପାଣିପାଗ ବିଭାଗ

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ରାଜ୍ୟକୁ ଆସୁଛି ବଡ ବର୍ଷା । ବଙ୍ଗୋପସାଗରରେ ଦାନା ବାନ୍ଧୁଥିବା ଲଘୁଚାପ ଯୋଗୁଁ ଏହି ବର୍ଷା ହେବ । ୩ ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପ୍ରଭାବ ରହିବାକୁ ଥିବାବେଳେ ଏହି ସମୟରେ ଅନେକ ସ୍ଥାନରେ ସ୍ୱଭାବିକ ଠାରୁ ବର୍ଷାର ପରିମାଣ ଅଧିକ ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ଆକଳନ କରାଯାଇଥିବା ବେଳେ କିଛି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ମିଆଁମାର ଆଉ ସଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ପରବର୍ତ୍ତୀ ୨୪ଘଣ୍ଟାରେ ଏକ ଲଘୁଚାପ ସୃଷ୍ଟି ହେବ । ପରେ ଏହା ଅଧିକ ଘନିଭୂତ ହେବା ସହ ୱେଲ୍ ମାର୍କ ଲଘୁଚାପର ରୂପ ନେଇ ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ରାଜ୍ୟରେ ୩୦ ତାରିଖରୁ ବର୍ଷାର ପରିମାଣ ବଢିବ ।

rains

ଉତ୍ତର ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ୟଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ପରବର୍ତ୍ତୀ ଦୁଇଦିନ ଅର୍ଥାତ୍ ୧ ଆଉ ୨ ତାରିଖରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ଆଶଙ୍କା । ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟର ସମସ୍ତ ଜିଲ୍ଲା ପାଳଙ୍କୁ ଏସ, ଏଇଚ୍, ଆର ସତର୍କ କରାଇଛନ୍ତି ।

ବିଶେଷ କରି ଅରେଞ୍ଜ ୱାର୍ଣିଂ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ସବୁ ପ୍ରକାର ପପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆଜି ବର୍ଷା ସହିତ ପ୍ରଚଣ୍ଡ ବିଜୁଳି ଘଡ଼ଘଡ଼ି ପାଇଁ ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଇଛି ।

ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ ସାହାଯ୍ୟ କରନ୍ତୁ ।

Leave a Reply

Your email address will not be published. Required fields are marked *