୫ଦିନ ହେବ ପ୍ରବଳ ବର୍ଷା । ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ହେଲା ଜାରି…

Weather

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ଆସୁଛି ବର୍ଷା ଗରମରୁ ମିଳିବ ମୁକ୍ତି । ପ୍ରବଳ ବର୍ଷା ନେଇ ୫ଦିନ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣିଂ ଜାରି କରାଯାଇଛି । ଆଜିପାଇଁ ଘଡ଼ଘଡ଼ି ସହ ବର୍ଷା ନେଇ ୨୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେହି ୨୨ଗୋଟି ଜିଲ୍ଲା ହେଉଛି- ସୁନ୍ଦରଗଡ଼, ସମ୍ବଲପୁର, ଦେଓଗଡ, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ କୁହାଯାଇଛି ।

ସେହିପରି ଯାଜପୁର, ବାଲେଶ୍ୱର, ଭଦ୍ରକ, ବରଗଡ, ନୂଆପଡା, କଳାହାଣ୍ଡି, ସୋନପୁର ଜିଲ୍ଲାରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ନବରଙ୍ଗପୁର, ବଲାଙ୍ଗିର, ମାଲକାନଗିରି, କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହାଛଡା କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ଗଜପତି, ଓ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରିଛି ।

rain

ସେପଟେ ରାଜ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀେ ଅଞ୍ଚଳରେ ୪ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପବନର ଦିଗ ପରିବର୍ତ୍ତନ ହେବା ସହ ପାଗରେ ପରିବର୍ତ୍ତନ ଆସିବ । ତେବେ ୩ ତାରିଖରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢିବ । ଏହାସହ ପାଣିପାଗ ବିଭାଗ ଭାରି ବର୍ଷାର ପୂର୍ବାନୁମାନ କରିଛି ।

ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଆଜି ରାଜ୍ୟରେ କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ ଭାବେ ଉପକୂଳ ଓଡିଶା ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ବର୍ଷା ହୋଇପାରେ । ତେବେ ଆସନ୍ତାକାଲି ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାର କିଛି ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି ।

ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ ସାହାଯ୍ୟ କରନ୍ତୁ ।

Leave a Reply

Your email address will not be published. Required fields are marked *