୪ ସେପ୍ଟେମ୍ବର (ସୋମବାର) ଅପରାହ୍ନ ସୁଧା ଏହି ୧୭ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ |

Heavy rain

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ୪ ତାରିଖ ସୋମବାର ଅର୍ଥାତ୍ ଆଜି ଅପରାହ୍ନ ସୁଧା ରାଜ୍ୟର ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ବେଳେ ୫ଟି ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତନଠାରୁ ୫.୮ କିଲୋମିଟର ଉଚ୍ଚତାରେ ରହିଛି ।

ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ଆଉ ସଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ଏକ ସତର୍କ ସୂଚନାରେ କୁହାଯାଇଛି । ପାଣିପାଗ ବିଶେଷଜ୍ଞ ସୂଚନା ଅନୁଯାୟୀ ଏହାର ପ୍ରଭାବରେ ଆସନ୍ତା ୫ଦିନ ଧରି ଓଡିଶାରେ ପ୍ରବଳ ରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

rains

ଆଉ ଆସନ୍ତା ୨ଦିନ ମଧ୍ୟରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ସୁରକ୍ଷିତ ଆଶ୍ରୟ ନେବା ପାଇଁ ପରାମର୍ଶ ଦିଆଯାଇଛି । ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ, ସମ୍ବଲପୁର, ଆଉ ସୋନପୁର ଏହି ୧୨ ଗୋଟି ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ଅର୍ଥାତ୍ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲା ଗୁଡିକ ପାଇଁ ୟେଲୋ ୱାର୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଆଉ ଏହି ସମୟ ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଅର୍ଥାତ୍ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ଥିବାରୁ ଉକ୍ତ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେସବୁ ଜିଲ୍ଲା ଗୁଡିକ ହେଲା- କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ ଆଉ ଢେଙ୍କାନାଳ ।

ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ ସାହାଯ୍ୟ କରନ୍ତୁ ।

Leave a Reply

Your email address will not be published. Required fields are marked *