ପ୍ରବଳ ଛେଚିବ ବର୍ଷା । ଏହି ସବୁ ଜିଲ୍ଲାକୁ ହେଲା ହାଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ ।

Cyclone

ଆପଣ ମାନଙ୍କୁ ଆମର ପୋର୍ଟଲ କୁ ସ୍ୱାଗତ କରୁଛୁ । ବନ୍ଧୁଗଣ ଏବେ ଏବେ ଆଞ୍ଚଳିକ ପାଣିପାଗ ପକ୍ଷରୁ ଜାରି ହେଲା ଆଉ କିଛି ନୂଆ ରିପୋର୍ଟ । ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଯାହାର ପ୍ରଭାବରେ ଆଜି ପାଇଁ ୫ ଜିଲ୍ଲାକୁ ଜାରି ହେଲା ହାଇ ଆଲର୍ଟ । ଏହି ଜିଲ୍ଲାରେ ପ୍ରବଳ ରୁ ପ୍ରବଳ ମାତ୍ରାରେ ବର୍ଷାର ସମ୍ଭାବନା । ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୪ତାରିଖ ଯାଏ ବର୍ଷାର ପ୍ରଭାବ ଦେଖାଦେବ ।

ଉତ୍ତର ଆଭ୍ୟନ୍ତରୀଣ ଓଡିଶାରେ ଅଧିକ ବର୍ଷାର ସମ୍ଭାବନା ଥିବା ବେଳେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଉଛି । ତେବେ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ କମ୍ ରହିବ । ଉପକୂଳ ଓଡ଼ିଶାରେ ଘଡଘଡି ସହ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି । ଆଜିପାଇଁ ୫ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

rains

ତେବେ ୫ଜିଲ୍ଲା ଗୁଡିକ ହେଉଛି- ସୁନ୍ଦରଗଡ, ଝାରସୁଗୁଡା, ଦେଓଗଡ, କେଉଁଝର ଓ ସମ୍ବଲପୁର ରେ ପ୍ରବଳ ବର୍ଷା ଆଶଙ୍କା ଜାରି ରହିଛି । ଏହାଛଡା ଆସନ୍ତାକାଲି ଅର୍ଥାତ୍ ବୁଧବାର ଦିନ ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ତେବେ ସୁନ୍ଦରଗଡ ,ଦେଓଗଡ, ବରଗଡ, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡା, ସୋନପୁର, ବଲାଙ୍ଗିର, କେଉଁଝର ଓ ମୟୁରଭଞ୍ଜ ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ମଧ୍ୟ ହୋଇପାରେ ।

ତେବେ ଏନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆଭ୍ୟନ୍ତରୀଣର ଓଡିଶାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ପାଇଁ ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେଓଗଡ, ଅନୁଗୁଳ, କେଉଁଝର ଓ ସୋନପୁର ଆଦି ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଏହି ଭଳି ପୋଷ୍ଟ ସବୁବେଳେ ପଢିବା ପାଇଁ ଏବେ ହିଁ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ , ଏବଂ ଏହି ପୋଷ୍ଟକୁ ସେୟାର କରି ସମସ୍ତଙ୍କ ପାଖେ ପହଞ୍ଚାଇବା ରେ ସାହାଯ୍ୟ କରନ୍ତୁ ।

Leave a Reply

Your email address will not be published. Required fields are marked *